ଜିଲା ଜଙ୍ଗଲ କାର୍ଯ୍ୟାଳୟକୁ ଲିଫ୍‌ ବ୍ଲୋୟର ପ୍ରଦାନ

ଭୁବନେଶ୍ୱର,୮।୧୧: ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ୟୁନିଟ୍‌ ପକ୍ଷରୁ ନିକଟରେ ଝାରସୁଗୁଡ଼ା ଜିଲା ଜଙ୍ଗଲ କାର୍ଯ୍ୟାଳୟକୁ ଲିଫ୍‌ ବ୍ଲୋୟର ପ୍ରଦାନ କରାଯାଇଛି। ଏପରିକି ବେଦାନ୍ତ ଲିଃ’ର ସିଇଓ ସୁନୀଲ ଗୁପ୍ତା ଉକ୍ତ ଯନ୍ତ୍ରପାତି (ଲିଫ ବ୍ଲୋୟର) କୁ ଜିଲା ଜଙ୍ଗଲ ଅଧିକାରୀ ଲଳିତ କୁମାର ପାତ୍ରଙ୍କୁ ପ୍ରଦାନ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ ପ୍ରତି ବର୍ଷ ଶୀତଋତୁରେ ଜଙ୍ଗଲର ବିଭିନ୍ନ ସ୍ଥାନରେ ନିଆଁ ଲାଗି ଲକ୍ଷ ଲକ୍ଷ ଟଙ୍କାର ଜଙ୍ଗଲଜାତ ସମ୍ପତ୍ତି ସାଙ୍ଗକୁ ପାରିପାର୍ଶ୍ୱିକ ସମସ୍ୟା ମଧ୍ୟ ସୃଷ୍ଟି ହୋଇଥାଏ। ବିଶେଷ କରି ଜଙ୍ଗଲରେ ଶୁଖିଲା ଡାଳପତ୍ର ଭଳି ଦହନଶୀଳ ପଦାର୍ଥ ଗଦା ହେବା ଦ୍ୱାରା ନିଆଁ ଲାଗିବାର ଯଥେଷ୍ଟ ସମ୍ଭାବନା ଥାଏ। ତେଣୁ ଉକ୍ତ ନିଆଁକୁ ରୋକିବା ପାଇଁ ଲିଫ୍‌ ବ୍ଲୋୟର ବେଶ୍‌ ସହାୟତା ପ୍ରଦାନ କରିବ। ଫଳରେ ଜଙ୍ଗଲର ନିଆଁକୁ ସହଜରେ ରୋକା ଯାଇପାରିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।
ଏ ସମ୍ପର୍କରେ ସୁନୀଲ କହିଛନ୍ତି, କମ୍ପାନୀର ଏଭଳି ପଦକ୍ଷେପ ଦ୍ୱାରା ଆମେ ସ୍ଥାନୀୟ ପ୍ରଶାସନକୁ ସମର୍ଥନ ଜାରି ରଖିଛୁ, ଯାହା ମାଧ୍ୟମରେ ଆମେ ଆମ ଗୋଷ୍ଠୀଙ୍କୁ ସୁରକ୍ଷା ଦେଇପାରିବୁ। ଜିରୋ ହାର୍ମ, ଜିରୋ ବର୍ଜ୍ୟ ଓ ଜିରୋ ଡିସଚାର୍ଜ ନୀତିକୁ ଆପଣାଇ ଆମେ ସର୍ବଦା ଗୋଷ୍ଠୀ ସହ କାର୍ଯ୍ୟ କରୁଛୁ। ସେହିଭଳି ଝାରସୁଗୁଡା ଜିଲା ଜଙ୍ଗଲ ଅଧିକାରୀ ଲଳିତ କୁମାର ପାତ୍ର କହିଛନ୍ତି, ବିଶେଷ କରି ଶରତ ଓ ଶୀତ ଋତୁରେ ଜଙ୍ଗଲର ବିଭିନ୍ନ ସ୍ଥାନରେ ନିଆଁ ଲାଗିଥାଏ। କାରଣ ଜଙ୍ଗଲର ଶୁଖିଲା ଡାଳ ପତ୍ର ଯୋଗୁ ନିଆଁ ଲାଗିବାର ଅଧିକ ସମ୍ଭାବନା ଥାଏ। ଉକ୍ତ ନିଆଁକୁ ରୋକିବା ପାଇଁ ଜିଲା ପ୍ରଶାସନକୁ ବେଦାନ୍ତ ଆବଶ୍ୟକ ଯନ୍ତ୍ରପାତି ଯୋଗାଇ ଦେଇଥିବାରୁ ମୁଁ ବେଦାନ୍ତକୁ ଧନ୍ୟବାଦ ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?