ଜିଲାସ୍ତରୀୟ ଗାନ୍ଧିଜୀ, ଶାସ୍ତ୍ରୀଜୀଙ୍କ ଜୟନ୍ତୀ: ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀଛାତ୍ରଙ୍କୁ କରାଗଲା ପୁରସ୍କାର ବିତରଣ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ): ଜାତିର ଜନକ ମହାତ୍ମା ଗାନ୍ଧିଜୀଙ୍କ ୧୫୬ତମ ତଥା ଶାନ୍ତିଦୂତ ଲାଲ ବାହାଦୂର ଶାସ୍ତ୍ରୀଜୀଙ୍କ ୧୨୧ତମ ଜୟନ୍ତୀ ସମାରୋହ ଗୁରୁବାର ବରଗଡ଼ ଜିଲା ସଦର ମହକୁମାଠାରେ ମହାସମାରୋହରେ ପାଳିତ ହୋଇଛି । ସ୍ଥାନୀୟ ଗାନ୍ଧୀଛକ ଠାରେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ, ସମ୍ମାନିତ ଅତିଥି ଭାବେ ପୌରାଧ୍ୟକ୍ଷା କଳ୍ପନା ମାଝୀ ପ୍ରମୁଖ ଯୋଗଦେଇ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ସ୍ମୃତିଚାରଣ କରିଥିଲେ। ସକାଳ ୪ଟାରୁ ୫ଟା ମଧ୍ୟରେ ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଡାକବାଜି ଯନ୍ତ୍ର ଯୋଗେ ସହରରେ ରାମଧୁନ ପରିବେଷଣ କରିବା ପରେ ସକାଳ ୬ଟା୩୦ ମିନିଟରୁ ୭ଟା ୩୦ ମିନିଟ ମଧ୍ୟରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରଭାତ ଫେରି ଆୟୋଜିତ ହୋଇଥିଲା। ଗାନ୍ଧିଜୀ ଏବଂ ଶାସ୍ତ୍ରୀଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ପରେ ପଣ୍ଡିତ ଦେବରାଜ ଦାଶ, ଫାଦର୍‌ ଅନୁରଞ୍ଜନ ଏବଂ ମୌଲବୀ ସାହେବ ଜମିଲ ଅଖତାରଙ୍କ ମାର୍ଗଦର୍ଶନରେ ସର୍ବଧର୍ମ ପ୍ରାର୍ଥନା ସଭା ଆୟୋଜିତ ହୋଇଥିଲା। ଏହି ଅବସରରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀଛାତ୍ରଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri