ଏୟାରଷ୍ଟ୍ରିପ୍‌ ସମ୍ପ୍ରସାରଣ ତଦାରଖ କଲେ ଜିଲାପାଳ

ଗୋପାଳପୁର,୧୧ା୨(ଡି.ଏନ.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ନିକଟରେ ଥିବା ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରୁ ବିମାନ ଚଳାଚଳ ପାଇଁ ଦୀର୍ଘ ବର୍ଷ ଧରି ଦାବି ହୋଇଆସୁଥିଲା। ଏନେଇ ଶୁକ୍ରବାର ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ବିଭୀଗୀୟ କର୍ତ୍ତୃପକ୍ଷଙ୍କ ସହ ଏୟାରଷ୍ଟ୍ରିପ ସମ୍ପ୍ରସାରଣ କାର୍ଯ୍ୟ ତଦାରଖ କରିଛନ୍ତି। ବର୍ତ୍ତମାନ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ ୯୭୫ ମିଟର ଲମ୍ବା, ଓସାର ୧୫୦ ମିଟର, ରନୱେ ୭୫୦ ମିଟର ରହିଥିବା ହେତୁ ବିମାନ ଉଡ଼ାଣରେ ବାଧା ସୃଷ୍ଟି ହେଉଥିବାରୁ ସଂପ୍ରସାରଣ ନିମନ୍ତେ ବେସରକାରୀ ଓ ସରକାରୀ ଜମି ଚିହ୍ନଟ କରାଯାଇଥିଲା। ସଂପ୍ରସାରଣ ପାଇଁ ଆବଶ୍ୟକ ରହିଥିବା ପାଚେରୀ ଠାରୁ ହଷ୍ଟେଲ ପଟେ ପ୍ରାୟ ୯୦ ମିଟର, ପାଚେରୀ ଠାରୁ ବିଶ୍ୱବିଦ୍ୟାଳୟ ପ୍ରଶାସନିକ କୋଠା ପଟେ ପ୍ରାୟ ୪୦ ମିଟର, ବ୍ରହ୍ମପୁରଠାରୁ ମୁଖ୍ୟ ରାସ୍ତା ପଟେ ପାଚେରୀ ଠାରୁ ପ୍ରାୟ ୨୫୦ ମିଟର ଲମ୍ବା, ମୋନାର୍କ ଛକ ପାଚେରୀ ଠାରୁ ପ୍ରାୟ ୩୦ ମିଟର ଲମ୍ବା ସଂପ୍ରସାରଣ କରାଯିବ। ବିଶ୍ୱବିଦ୍ୟାଳୟର ପ୍ରାୟ ୧୫ ଏକର ଜମି ଦରକାର ପଡୁଥିବାରୁ ଉଚ୍ଚଶିକ୍ଷା ବିଭାଗକୁ ଚିଠି କରାଯାଇଥିଲା। ଉଚ୍ଚଶିକ୍ଷା ବିଭାଗ ଏ ନେଇ ବିଶ୍ୱବିଦ୍ୟାଳୟ କୁଳସଚିବଙ୍କୁ ଜମି ଚିହ୍ନଟ କରି ଚିଠି କରିଛନ୍ତି। ଜିଲାପାଳଙ୍କ ସହ ଯୋଗାଯୋଗ ବେଳେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପକୁ ଉନ୍ନତମାନର ପ୍ରସ୍ତୁତି କରାଯିବ, ତାହାସହ ଟେଣ୍ଡର ପ୍ରକ୍ରିୟା ସରିଛି, ରହିଥିବା ଟେକନିକାଲ ସ୍ଥିତିକୁ ସର୍ଭେ କରିବା ପାଇଁ ଆଲୋଚନା କରାଯାଇଛି। ଶୀଘ୍ର କାମ ସରିବା ପରେ ସରକାର ଉଡ଼ାଣ ପାଇଁ ନିଷ୍ପତି ନେବେ ବୋଲି କହିଛନ୍ତି। ଜିଲାପାଳଙ୍କ ସମେତ ବ୍ରହପୁର ଉପଜିଲାପାଳ ଆଶୁତୋଷ କୁଲକର୍ଣ୍ଣି, ଜମି ଅଧିଗ୍ରହଣ ଅଧିକାରୀ ଉମାକାନ୍ତ ବାରିକ, ଡ଼ିଏଫଓ ଅମ୍ଲାନ ନାୟକ, ପୂର୍ତ୍ତ ବିଭାଗର ଏସ୍‌ଇ ତପନ ପାଣିଗ୍ରାହୀ, ଇଣ୍ଡିଆ ୱାନ ଏୟାରପୋର୍ଟ ଅଧିକାରୀ ରାହୁଲ କୁମାର, ଏନସିସି ଗ୍ରୁପ କମାଣ୍ଡେଣ୍ଟ ସଚିନ ଗୁପ୍ତା, ଇଂ ନିର୍ମଳ ନାୟକ, ଏଇ ଚିନ୍ମୟ ତ୍ରିପାଠୀ, ଜେଇ ଲକ୍ଷ୍ମଣ ମାରାଣ୍ଡି, କନିସି ଆଡିସିନାଲ ତସିଲଦାର କୁଲଦିପ କୁମାର, କରାପଲ୍ଲୀ ଆରଆଇ ନିରାକାର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri