ମହଙ୍ଗା ପଡ଼ିଲା ଦୁର୍ବ୍ୟବହାର, ଅମିନଙ୍କୁ ନିଲମ୍ବନ କଲେ ଜିଲାପାଳ

ରେଢ଼ାଖୋଲ,୧୬ା୧୧(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ଜୋନ୍‌-୨ର ଜିଲାପରିଷଦ ସଭ୍ୟ ଶରତ କୁମାର ପ୍ରଧାନଙ୍କୁ ତହସିଲଦାର ଦେବାଶିଷ ପାତ୍ର ଓ ଅମିନ କୁଳମଣି ନାଏକ ଦୁର୍ବ୍ୟବହାର କରି କାର୍ଯ୍ୟାଳୟରୁ ବାହାର କରିଦେବା ଘଟଣାରେ ଜିଲାପାଳ ଅମିନଙ୍କୁ ନିଲମ୍ବନ କରିଛନ୍ତି। ତେବେ ତହସିଲଦାରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯାଇ କେବଳ କାରଣ ଦର୍ଶାଅ ନୋଟିସ୍‌ କରାଯାଇଥିବା ଜଣାପଡ଼ିଛି। ତେବେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଘଟଣାର ତଦନ୍ତ ନିର୍ଦ୍ଦେଶ ପରେ ଜିଲାପାଳ ତଦନ୍ତ କରି ପ୍ରାଥମିକ ପର୍ଯ୍ୟାୟରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ ଜରିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଗତ ୧୩ ତାରିଖରେ ରେଢାଖୋଲ ଜୋନ୍‌-୨ ଜିଲାପରିଷଦ ସଭ୍ୟ ଶରତ କୁମାର ପ୍ରଧାନ ତାଙ୍କର ଏକ ମ୍ୟୁଟେଶନ କେସ୍‌ ତହସିଲଦାର ଖାରଜ କରିଥିବା ନେଇ ତାର କାରଣ ସମ୍ପର୍କରେ ଜାଣିବାକୁ ତହସିଲଦାରଙ୍କ ଅଫସ ପ୍ରକୋଷ୍ଠ କୁ ଯାଇ ପଚାରିବାରେ ତହସିଲଦାର ଉତକ୍ଷିପ୍ତ ହୋଇ ମୁଁ କିଛି ଜାଣିନାହିଁ, କିଛି କହି ପାରିବିନାହିଁ ବୋଲି କହି ଗେଟ୍‌ ଆଉଟ୍‌ କହିଥିଲେ। ଜଣେ ଜନପ୍ରତିନିଧିଙ୍କୁ ଏଭଳି ବ୍ୟବହାର ଗ୍ରହଣୀୟ ନୁହେଁ ବୋଲି ଜିଲାପରିଷଦ ସଭ୍ୟ କହିବାରୁ ତହସିଲଦାର ତାଙ୍କ ଚୌକିରୁ ଉଠିପଡ଼ି ଚପଲରେ ପିଟିବାକୁ ଉଦ୍ୟମ କରିବା ସହ ଅଫିସ କର୍ମଚାରୀ ଅମିନ କୁଳମଣି ନାଏକଙ୍କୁ ଡାକି ଅଫିସରୁ ବାହାର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ଅମିନ କୁଳମଣି ଜିଲାପରିଷଦ ସଭ୍ୟଙ୍କୁ ଧକ୍କା ମାରି ଅଫିସରରୁ ବାହାର କରିଦେଇଥିଲେ। ଏ ନେଇ ଜିଲାପରିଷଦ ସଭ୍ୟ ରେଢ଼ାଖୋଲ ଥାନାରେ ତହସିଲଦାରଙ୍କ ବିରୋଧରେ ରେଢ଼ାଖୋଲ ଥାନାରେ ଲିଖିତ ଅଭିଯୋଗ କରିବା ସହ ଉପଜିଲାପାଳ ରଶ୍ମୀରଞ୍ଜନ ମହାନ୍ତଙ୍କୁ ମଧ୍ୟ ଅଭିଯୋଗ କରିଥିଲେ। ଉପଜିଲାପାଳ ଘଟଣାକୁ ଗୁରୁତ୍ୱ ଦେଇ ତାଙ୍କ କାର୍ଯ୍ୟାଳୟକୁ ତହସିଲଦାର ଓ ଜିଲାପରିଷଦ ସଭ୍ୟଙ୍କୁ ଡକାଇ ପୋଲିସ ଏସ୍‌ଡିପିଓ ପ୍ରଶାନ୍ତ କୁମାର ମେହେର ଓ ଥାନା ଅଧିକାରୀଙ୍କ ଉପସ୍ଥିତିରେ ସମାଧାନ ପାଇଁ ଉଦ୍ୟମ କରିଥିଲେ ତେବେ ବୈଠକରେ ଜିଲାପରିଷଦ ସଭ୍ୟ ତହସିଲଦାରଙ୍କ ଅଫିସରେ ଲାଗିଥିବା ସିସିଟିଭି ଯାଞ୍ଚ କରିବାକୁ ଜିଦ୍‌ କରିବା ସହ ତହସିଲଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ ଓ ତାଙ୍କ ଲିଖିତ ଅଭିଯୋଗ ଅନୁଯାୟୀ ଥାନାରେ ମାମଲା ରୁଜୁ କରିବାକୁ ଦାବି କରିଥିଲେ। ଫଳରେ ସମାଧାନ ହୋଇପାରି ନ ଥିଲା। ଏ ଘଟଣାକୁ ନେଇ ଭାଜପା କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଗତ ୧୪ ତାରିଖ ଦିନ କର୍ମକର୍ତ୍ତା ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭେଟି ଅଭିଯୋଗ କରିବା ପରେ ମନ୍ତ୍ରୀ ସମ୍ବଲପୁର ଜିଲାପାଳଙ୍କୁ ଗୋଟିଏ ଦିନରେ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶରେ ଉପଜିଲାପାଳ ତଦନ୍ତ କରି ରିପୋର୍ଟ ପ୍ରଦାନ ପରେ ଜିଲାପାଳ ସଂପୃକ୍ତ ଅମିନଙ୍କୁ କାର୍ଯ୍ୟରୁ ନିଲମ୍ବନ କରିବା ସହ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅପରପକ୍ଷରେ ପୋଲିସ ମାମଲା ରୁଜୁ ନ କରି ତଦନ୍ତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

ଚିକିତ୍ସା ପାଇଁ ଲଣ୍ଡନ ଯାଇପାରିଲେନି ଖାଲେଦା ଜିଆ

ଢାକା,୭।୧୨: ଗୁରୁତର ଅସୁସ୍ଥ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କୁ ଚିକିତ୍ସା କରୁଥିବା ମେଡିକାଲ ବୋର୍ଡ ଶନିବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଙ୍କର ଲଣ୍ଡନ ଯାତ୍ରା...

ହଷ୍ଟେଲରେ ଆଖିବୁଜା ଗୁଳି ଚାଳନା, ୧୧ ମୃତ

କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର...

Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ

ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri