ପ୍ରକଳ୍ପ କାମ ଶୀଘ୍ର ସାରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

ଶେରଗଡ଼/ ହିଞ୍ଜିଳିକାଟୁ, ୧।୩(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି ଗଞ୍ଜାମ ଜିଲାପାଳ ଦିବ୍ୟଜୋତି ପରିଡ଼ା। ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ମଧ୍ୟ ଉପସ୍ଥିତ ଥିଲେ। ବୈଠକରେ ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ଜଳସେଚନ, କ୍ଷୁଦ୍ର ଜଳସେଚନ, ଉଠା ଜଳସେଚନ, ଗ୍ରାମ୍ୟ ଜଳ ଯୋଗାଣ, ବିଜୁଳି ଆଦି ବିଭାଗର କାର୍ଯ୍ୟ ସମୀକ୍ଷା କରିଥିଲେ। ନନ୍ଦିନୀ ନଦୀ ଉଭୟ ପାର୍ଶ୍ୱ ପଥର ବନ୍ଧ ହେବା, ବରମୁଣ୍ଡଳୀ, କରଡାକଣା, ଗୁଡିସର, ଡେଙ୍ଗାପଦର ଗ୍ରାମର ଉଠା ଜଳସେଚନ ପଏଣ୍ଟକୁ ସଚଳ କରିବା, ବ୍ଲକର କ୍ଷୁଦ୍ର ଜଳସେଚନ ବିଭାଗର ୩ଟି ପୋଖରୀ କାର୍ଯ୍ୟକୁ ଏପ୍ରିଲ ମଧ୍ୟରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚିତ ପ୍ରତିନିଧିମାନେ ଦେଇଥିବା ପ୍ରକଳ୍ପ ତାଲିକାକୁ ତର୍ଜମା କରି ମାର୍ଚ୍ଚ ଶେଷ ସୁଦ୍ଧା ଟେଣ୍ଡର ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ବୈଠକରେ ବ୍ଲକ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକ, ବିଡିଓ ସିବାଶିଷ ବରାଳ, ତହସିଲଦାର ତ୍ରିଦେବ ରଥ, ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ବଙ୍କିମ ଚନ୍ଦ୍ର ପଣ୍ଡା, ସହକାରୀ ନିର୍ବାହୀ ଯନ୍ତ୍ରୀ ନାରାୟଣ ବେହେରା, ବିଦ୍ୟୁତ ବିଭାଗ ନିର୍ବାହୀ ଯନ୍ତ୍ରୀ ନରୋତ୍ତମ ପଟ୍ଟନାୟକ, କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଗଜାନନ ନାୟକ, ସହକାରୀ ମୁଖ୍ୟ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ମହାପାତ୍ର, ନାଳ ନର୍ଦ୍ଦମା ବିଭାଗର ନିର୍ବାହୀ ଯନ୍ତ୍ରୀ ଶେଖର ସିଦ୍ଧାର୍ଥ ଉପସ୍ଥିତ ଥିଲେ। ସେହିପରି ହିଞ୍ଜିଳିର ମଧ୍ୟ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଥିଲେ।
ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ହିଞ୍ଜିଳିକାଟୁ ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମେ ହିଞ୍ଜିଳିକାଟୁ ବସ୍‌ ଟର୍ମିନାଲ ପରିସରକୁ ଲାଗି ଚାଲିଥିବା ନିର୍ମାଣାଧୀନ ମାର୍କେଟ କମ୍ପ୍ଲେକ୍ସ ଦକ୍ଷିଣର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ପୌର ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଉମାଚରଣ ପାଢ଼ୀ ଓ ଠିକାଦାର ସରୋଜ ଶତପଥୀଙ୍କ ସହ ଆଲୋଚନା କରିଥିଲେ। ଅନ୍ୟପକ୍ଷରେ ଉତ୍ତରବ୍ଲକ ପାଇଁ ଖୋଳାଯାଇଥିବା ଚିହ୍ନଟ ସ୍ଥାନ ବୁଲି ଦେଖିଥିଲେ। ଆହାରକେନ୍ଦ୍ରକୁ ଲାଗି ମିଶନଶକ୍ତି କେଫ, ବୁଲାବେପାରୀଙ୍କ ପାଇଁ ବିକ୍ରୟ ସ୍ଥାନ, ପାନୀୟ ଜଳ କେନ୍ଦ୍ର ଓ ପାର୍କିଂ ବ୍ୟବସ୍ଥା ନିମନ୍ତେ ଚାଲିଥିବା କାର୍ଯ୍ୟ ନେଇ ଆଲୋଚନା କରିଥିଲେ। ଆସିକା ଏମ୍‌ପିଙ୍କ ବ୍ୟକ୍ତିଗତ ରାଜନୈତିକ ସହାୟକ ନୀଳମଣି ପଟ୍ଟନାୟକ ହିଞ୍ଜିଳିକାଟୁ ପୌରପରିଷଦରେ ସାଂସଦଙ୍କ ହାତପାଣ୍ଠି ସହାୟତାରେ ସିସି କ୍ୟାମେରା ଲଗାଯିବା ନେଇ ପ୍ରସ୍ତାବ ପତ୍ର ପ୍ରଦାନ କରିଥିଲେ। ଜିଲାପାଳଙ୍କ ଏହି ଗ୍ରସ୍ତ ସମୟରେ ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ, ହିଞ୍ଜିଳିକାଟୁ ପୌରପରିଷଦ ବିଜେଡି ନଗର ସଭାପତି ଭୀମସେନ ବେହେରା, ବିଜେଡି ନେତା ପ୍ୟାରୀମୋହନ ପାଢ଼ୀ, ସଞ୍ଜୟ କୁମାର ସ୍ବାଇଁ, ରୋହିତ ବିଷୋୟୀ, ଯନ୍ତ୍ରୀ ଦିଲ୍ଲୀପ କୁମାର ମିଶ୍ର, ଯନ୍ତ୍ରୀ ମାନସ ରଞ୍ଜନ ଦାଶ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri