ପ୍ରକଳ୍ପ କାମ ଶୀଘ୍ର ସାରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

ଶେରଗଡ଼/ ହିଞ୍ଜିଳିକାଟୁ, ୧।୩(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି ଗଞ୍ଜାମ ଜିଲାପାଳ ଦିବ୍ୟଜୋତି ପରିଡ଼ା। ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ମଧ୍ୟ ଉପସ୍ଥିତ ଥିଲେ। ବୈଠକରେ ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ଜଳସେଚନ, କ୍ଷୁଦ୍ର ଜଳସେଚନ, ଉଠା ଜଳସେଚନ, ଗ୍ରାମ୍ୟ ଜଳ ଯୋଗାଣ, ବିଜୁଳି ଆଦି ବିଭାଗର କାର୍ଯ୍ୟ ସମୀକ୍ଷା କରିଥିଲେ। ନନ୍ଦିନୀ ନଦୀ ଉଭୟ ପାର୍ଶ୍ୱ ପଥର ବନ୍ଧ ହେବା, ବରମୁଣ୍ଡଳୀ, କରଡାକଣା, ଗୁଡିସର, ଡେଙ୍ଗାପଦର ଗ୍ରାମର ଉଠା ଜଳସେଚନ ପଏଣ୍ଟକୁ ସଚଳ କରିବା, ବ୍ଲକର କ୍ଷୁଦ୍ର ଜଳସେଚନ ବିଭାଗର ୩ଟି ପୋଖରୀ କାର୍ଯ୍ୟକୁ ଏପ୍ରିଲ ମଧ୍ୟରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚିତ ପ୍ରତିନିଧିମାନେ ଦେଇଥିବା ପ୍ରକଳ୍ପ ତାଲିକାକୁ ତର୍ଜମା କରି ମାର୍ଚ୍ଚ ଶେଷ ସୁଦ୍ଧା ଟେଣ୍ଡର ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ବୈଠକରେ ବ୍ଲକ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକ, ବିଡିଓ ସିବାଶିଷ ବରାଳ, ତହସିଲଦାର ତ୍ରିଦେବ ରଥ, ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ବଙ୍କିମ ଚନ୍ଦ୍ର ପଣ୍ଡା, ସହକାରୀ ନିର୍ବାହୀ ଯନ୍ତ୍ରୀ ନାରାୟଣ ବେହେରା, ବିଦ୍ୟୁତ ବିଭାଗ ନିର୍ବାହୀ ଯନ୍ତ୍ରୀ ନରୋତ୍ତମ ପଟ୍ଟନାୟକ, କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଗଜାନନ ନାୟକ, ସହକାରୀ ମୁଖ୍ୟ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ମହାପାତ୍ର, ନାଳ ନର୍ଦ୍ଦମା ବିଭାଗର ନିର୍ବାହୀ ଯନ୍ତ୍ରୀ ଶେଖର ସିଦ୍ଧାର୍ଥ ଉପସ୍ଥିତ ଥିଲେ। ସେହିପରି ହିଞ୍ଜିଳିର ମଧ୍ୟ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଥିଲେ।
ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ହିଞ୍ଜିଳିକାଟୁ ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମେ ହିଞ୍ଜିଳିକାଟୁ ବସ୍‌ ଟର୍ମିନାଲ ପରିସରକୁ ଲାଗି ଚାଲିଥିବା ନିର୍ମାଣାଧୀନ ମାର୍କେଟ କମ୍ପ୍ଲେକ୍ସ ଦକ୍ଷିଣର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ପୌର ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଉମାଚରଣ ପାଢ଼ୀ ଓ ଠିକାଦାର ସରୋଜ ଶତପଥୀଙ୍କ ସହ ଆଲୋଚନା କରିଥିଲେ। ଅନ୍ୟପକ୍ଷରେ ଉତ୍ତରବ୍ଲକ ପାଇଁ ଖୋଳାଯାଇଥିବା ଚିହ୍ନଟ ସ୍ଥାନ ବୁଲି ଦେଖିଥିଲେ। ଆହାରକେନ୍ଦ୍ରକୁ ଲାଗି ମିଶନଶକ୍ତି କେଫ, ବୁଲାବେପାରୀଙ୍କ ପାଇଁ ବିକ୍ରୟ ସ୍ଥାନ, ପାନୀୟ ଜଳ କେନ୍ଦ୍ର ଓ ପାର୍କିଂ ବ୍ୟବସ୍ଥା ନିମନ୍ତେ ଚାଲିଥିବା କାର୍ଯ୍ୟ ନେଇ ଆଲୋଚନା କରିଥିଲେ। ଆସିକା ଏମ୍‌ପିଙ୍କ ବ୍ୟକ୍ତିଗତ ରାଜନୈତିକ ସହାୟକ ନୀଳମଣି ପଟ୍ଟନାୟକ ହିଞ୍ଜିଳିକାଟୁ ପୌରପରିଷଦରେ ସାଂସଦଙ୍କ ହାତପାଣ୍ଠି ସହାୟତାରେ ସିସି କ୍ୟାମେରା ଲଗାଯିବା ନେଇ ପ୍ରସ୍ତାବ ପତ୍ର ପ୍ରଦାନ କରିଥିଲେ। ଜିଲାପାଳଙ୍କ ଏହି ଗ୍ରସ୍ତ ସମୟରେ ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ, ହିଞ୍ଜିଳିକାଟୁ ପୌରପରିଷଦ ବିଜେଡି ନଗର ସଭାପତି ଭୀମସେନ ବେହେରା, ବିଜେଡି ନେତା ପ୍ୟାରୀମୋହନ ପାଢ଼ୀ, ସଞ୍ଜୟ କୁମାର ସ୍ବାଇଁ, ରୋହିତ ବିଷୋୟୀ, ଯନ୍ତ୍ରୀ ଦିଲ୍ଲୀପ କୁମାର ମିଶ୍ର, ଯନ୍ତ୍ରୀ ମାନସ ରଞ୍ଜନ ଦାଶ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri