ସ୍ଥିତି ଅନୁଧ୍ୟାନ କଲା ଜିଲା ସ୍ବାସ୍ଥ୍ୟ ଟିମ୍‌

କୋକସରା,୨୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ଦୁର୍ଗମ ଟିର୍ଲିଆମ ଗ୍ରାମରେ ୧୮ ଓ ୧୯ ତାରିଖରେ ଝାଡ଼ାବାନ୍ତିରେ ୬ରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଥିଲେ। ଶୁକ୍ରବାର କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ ଟିର୍ଲିଆମ ଗ୍ରାମ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସ୍ବାସ୍ଥ୍ୟଟିମ ଗାଁର ପରିବେଶ, ପାନୀୟ ଜଳ ସହ ଆକ୍ରାନ୍ତ ପରିବାର ଓ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଏହି ଟିମରେ କୋକସରା ଡାକ୍ତରଖାନା ଇନଚାର୍ଜ ଡା. ତତ୍ତ୍ୱଦର୍ଶୀ ଦାସଙ୍କ ସହ ଜିଲା ସ୍ବାସ୍ଥ୍ୟ ଟିମର ଡିପିଏଚଓ ଡା. ରାକେଶ ସାହୁ, ଇପିଡୋମାଲୋଜିଷ୍ଟ ନିହାର ରଞ୍ଜନ ଠାକୁର, ଡିଏମଆଡିଏସପି ସୌମ୍ୟ ରଞ୍ଜନ, ମାଇକ୍ରୋବାଇଲୋଜିଷ୍ଟ ଦୀପକ କୁମାର ସାହୁ, ମାନସ ପଟ୍ଟନାୟକ, ଆମପାଣି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ସୁଶିଳ କୁମାର ସାହୁ, ଜନସାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଚିଦାନନ୍ଦ ପଣ୍ଡା, ଫାର୍ମାସିଷ୍ଟ ଶୁଭେନ୍ଦୁ ପଣ୍ଡା, ଚତୁର୍ଭୁଜ ବାଣୁଆ, ସ୍ବାସ୍ଥ୍ୟ କର୍ମୀ କ୍ଷୀରୋଦ ବାଗ ଉପସ୍ଥିତ ରହିଥିଲେ। ମେଡିକାଲ ଟିମ ସହ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଆମପାଣି ସରପଞ୍ଚ ପ୍ରତିନିଧି ମନୋରଞ୍ଜନ ବାଣୁଆ, ସଞ୍ଜୟ ସିଙ୍ଘଲ ପ୍ରମୁଖ ଟିର୍ଲିଆମ ଗାଁର ପହଞ୍ଚତ୍ ବାସ୍ତବିକସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି। ସୂଚନାଯୋଗ୍ୟ ଯେ, ବ୍ଲକ ମେଡିକାଲ ଟିମର ତ୍ୱାରିତ ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇଥିଲେ। ସ୍ବାସ୍ଥ୍ୟ ଟିମ ଟିର୍ଲିଆମ ଗାଁରେ ପ୍ରତିଦିନ ସ୍ବାସ୍ଥ୍ୟ ସେବା ଜାରି ରଖିଛନ୍ତି। ଗତ ୨୨ ତାରିଖରେ ସ୍ଥିତି ଅନୁଧ୍ୟାନ ପାଇଁ ଧର୍ମଗଡ ଉପଜିଲାପାଳ ପି.ସଚିନ ପ୍ରକାଶଙ୍କ ସମେତ ତହସିଲଦାର ରାକେଶ ପାରୁଆ ମଧ୍ୟ ସ୍ଥିତି ଅନୁଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri