ସ୍ଥିତି ଅନୁଧ୍ୟାନ କଲା ଜିଲା ସ୍ବାସ୍ଥ୍ୟ ଟିମ୍‌

କୋକସରା,୨୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ଦୁର୍ଗମ ଟିର୍ଲିଆମ ଗ୍ରାମରେ ୧୮ ଓ ୧୯ ତାରିଖରେ ଝାଡ଼ାବାନ୍ତିରେ ୬ରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଥିଲେ। ଶୁକ୍ରବାର କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ ଟିର୍ଲିଆମ ଗ୍ରାମ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସ୍ବାସ୍ଥ୍ୟଟିମ ଗାଁର ପରିବେଶ, ପାନୀୟ ଜଳ ସହ ଆକ୍ରାନ୍ତ ପରିବାର ଓ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଏହି ଟିମରେ କୋକସରା ଡାକ୍ତରଖାନା ଇନଚାର୍ଜ ଡା. ତତ୍ତ୍ୱଦର୍ଶୀ ଦାସଙ୍କ ସହ ଜିଲା ସ୍ବାସ୍ଥ୍ୟ ଟିମର ଡିପିଏଚଓ ଡା. ରାକେଶ ସାହୁ, ଇପିଡୋମାଲୋଜିଷ୍ଟ ନିହାର ରଞ୍ଜନ ଠାକୁର, ଡିଏମଆଡିଏସପି ସୌମ୍ୟ ରଞ୍ଜନ, ମାଇକ୍ରୋବାଇଲୋଜିଷ୍ଟ ଦୀପକ କୁମାର ସାହୁ, ମାନସ ପଟ୍ଟନାୟକ, ଆମପାଣି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ସୁଶିଳ କୁମାର ସାହୁ, ଜନସାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଚିଦାନନ୍ଦ ପଣ୍ଡା, ଫାର୍ମାସିଷ୍ଟ ଶୁଭେନ୍ଦୁ ପଣ୍ଡା, ଚତୁର୍ଭୁଜ ବାଣୁଆ, ସ୍ବାସ୍ଥ୍ୟ କର୍ମୀ କ୍ଷୀରୋଦ ବାଗ ଉପସ୍ଥିତ ରହିଥିଲେ। ମେଡିକାଲ ଟିମ ସହ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଆମପାଣି ସରପଞ୍ଚ ପ୍ରତିନିଧି ମନୋରଞ୍ଜନ ବାଣୁଆ, ସଞ୍ଜୟ ସିଙ୍ଘଲ ପ୍ରମୁଖ ଟିର୍ଲିଆମ ଗାଁର ପହଞ୍ଚତ୍ ବାସ୍ତବିକସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି। ସୂଚନାଯୋଗ୍ୟ ଯେ, ବ୍ଲକ ମେଡିକାଲ ଟିମର ତ୍ୱାରିତ ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇଥିଲେ। ସ୍ବାସ୍ଥ୍ୟ ଟିମ ଟିର୍ଲିଆମ ଗାଁରେ ପ୍ରତିଦିନ ସ୍ବାସ୍ଥ୍ୟ ସେବା ଜାରି ରଖିଛନ୍ତି। ଗତ ୨୨ ତାରିଖରେ ସ୍ଥିତି ଅନୁଧ୍ୟାନ ପାଇଁ ଧର୍ମଗଡ ଉପଜିଲାପାଳ ପି.ସଚିନ ପ୍ରକାଶଙ୍କ ସମେତ ତହସିଲଦାର ରାକେଶ ପାରୁଆ ମଧ୍ୟ ସ୍ଥିତି ଅନୁଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?