ଜିଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ସମ୍ମିଳନୀ

ନୂଆପଡ଼ା ଅଫିସ,୧।୩: ନୂଆପଡା ଜିଲା ମୁଖ୍ୟ ଚିକିତ୍ସାଳୟ ପ୍ରାଙ୍ଗଣରେ ଆଶା ଓ ଗାଁ କଲ୍ୟାଣ ସମିତିର ଜିଲାସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜିଲା ମୁଖ୍ୟ ସ୍ବାସ୍ଥ୍ୟ ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ.ଚୌଧୁରୀ ଶୋଭାରାଣୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝି, ଜିଲା ପରିଷଦ ଉପାଧ୍ୟକ୍ଷ ଦୀପିକା କୌଶଲ୍ୟା, ଜିଲାପାଳ ହେମକାନ୍ତ ସାଏ, ଆରକ୍ଷୀ ଧୀକ୍ଷକ ଜିଆର ରାଘବେନ୍ଦ୍ର, ଜିଲା ମୁଖ୍ୟ ନିର୍ବାହୀ ଅଧିକାରୀ ମଧୁଛନ୍ଦା ସାହୁ, ଜିଲା ସମାଜ ମଙ୍ଗଳ ଅଧିକାରୀ ମନକୁମାରୀ ଲମ୍ବୁ, ଡିପିଏମ ଦିଲୀପ ଦୁବେ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ସମ୍ମିଳନୀରେ ଆଶା କର୍ମୀମାନଙ୍କ କାର୍ଯ୍ୟଦକ୍ଷତା ଉପରେ ଅତିଥିମାନେ ପ୍ରଶଂସା କରିଥିଲେ। ଆଶାମାନଙ୍କ କାର୍ଯ୍ୟ ଦକ୍ଷତା ଉପରେ ନିରୀକ୍ଷଣ କରି ପୁରସ୍କୃତ କରିଥିଲେ। ସର୍ବଶ୍ରେଷ୍ଠ ବା ପ୍ରଥମ ଭାବେ ଲକ୍ଷ୍ମୀ ଦଣ୍ଡସେନାଙ୍କୁ ପୁରସ୍କୃତ ହୋଇଥିବା ବେଳେ କୁମୁଦିନୀ ନାୟକ, ଯମୁନା ରାଉତ ଦ୍ୱିତୀୟ ଓ ସରୋଜୀନି ନାୟକ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ। ସେହିପରି ପିପିଆଇ ଇଉସିଡିଓ ଅସ୍ତ୍ରୋପଚାର କ୍ଷେତ୍ରରେ ଧନମତୀ ତାଣ୍ଡି, ତୁଳସେ ହନସ ଓ ଅହଲ୍ୟା କାନ୍ତ ଶ୍ରେଷ୍ଠ ଆଶା ଭାବେ ପୁରସ୍କୃତ ହୋଇଥିଲେ। ଶ୍ରେଷ୍ଠ ଗାଁ କଲ୍ୟାଣ ସମିତି ପାଇଁ ପ୍ରତ୍ୟେକ ବ୍ଲକରୁ ଗୋଟିଏ ଲେଖାଏ ଗାଁ କଲ୍ୟାଣ ସମିତିକୁ ପୁରସ୍କୃତ କରାଯାଇଥିଲା। ଜିଲାରେ ଶିଶୁ ମୃତ୍ୟୁହାର ଓ ମାତୃ ମୃତ୍ୟୁହାର ରୋକିବାରେ ପାଇଁ ଆଶାକର୍ମୀ, ଅଙ୍ଗନୱାଡି ଓ ଗାଁ କଲ୍ୟାଣ ସମିତି ଭୂମିକା ଅନନ୍ୟା ସମସ୍ତେ ତୃଣମୂଳସ୍ତରରେ ନିଜ କ୍ଷେତ୍ରରେ ଭଲ କାମ କରି ପ୍ରଶଂସିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri