ଅନ୍ଧାରରେ ଜିଲା ମୁଖ୍ୟ ଚିକିତ୍ସାଳୟ, ରୋଗୀ ହଟହଟା

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲି ଟୁକୁର୍ଲାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରୁ ରବିବାର ଅପରାହ୍ନ ସାଢ଼େ ୩ଟାରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହୋଇଯାଇଛି। ଫଳରେ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର ଅନ୍ଧକାର ହୋଇପଡ଼ିଛି। ଖବର ଲେଖାହେବା ସୁଦ୍ଧା(ରାତି ସାଢ଼େ ୮ଟା ପର୍ଯ୍ୟନ୍ତ) ବିଦ୍ୟୁତ୍‌ ସେବା ସ୍ବାଭାବିକ ହୋଇପାରି ନାହିଁ। ଫଳରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କୁ ହଟହଟା ହେବାକୁ ପଡୁଛି।

ବିଦ୍ୟୁତ୍‌ ସେବା ବ୍ୟାହତ ହେବା ଯୋଗୁ ଏକ୍ସରେ, ଡାୟଲାସିସ୍‌, ଅଲଟ୍ରାସାଉଣ୍ଡ୍‌ ୟୁନିଟ୍‌ ମଧ୍ୟ ବନ୍ଦ ହୋଇଯାଇଛି। କେବଳ ଡାକ୍ତରଙ୍କ ଚ୍ୟାମ୍ବରଗୁଡ଼ିକ ଇନଭର୍ଟର୍‌ ଦ୍ୱାରା ଆଲୋକିତ ଅଛି।

ଏହି ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡା. ଡି.କେ ଦତ୍ତଙ୍କୁ ପଚାରିବାରୁ ଗ୍ରୀଡ୍‌ରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହୋଇଥିବା ଯୋଗୁ ସେଭଳି ସମସ୍ୟା ଉପୁଜିଛି ବୋଲି କହିଥିଲେ। ସେହିପରି ୫୦୦କେ.ଭି କ୍ଷମତା ସମ୍ପନ୍ନ ଜେନେରେଟର ମଧ୍ୟ ଅଚଳ ହୋଇପଡ଼ିଛି। ବର୍ତ୍ତମାନ ଇନଭର୍ଟର ଦ୍ୱାରା ବିିଭିନ୍ନ ୱାର୍ଡ଼କୁ ବିଦ୍ୟୁତ୍‌ ଯୋଗାଇବା ସହିତ ଚାର୍ଜିଂ ବଲବ୍‌ କିଣି ଲଗାଯାଉଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ଗାଡ଼ି ଅଟକାଇ ମାଡ଼ ମାରିବା ମାମଲା: ୩ ଅଭିଯୁକ୍ତ ଜେଲ୍ ଗଲେ, ଜଣେ ଗିରଫ ଓ ୨ ଆତ୍ମସମର୍ପଣ

ବଞ୍ଚୋ,୨୨।୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦେଓଗାଁ ଅଞ୍ଚଳରେ ଘଟିଥିବା ଗାଡ଼ି ଅଟକାଇ ମାଡ଼ ମାରିବା ମାମଲାରେ ପୁଲିସକୁ ବଡ଼ ସଫଳତା ମିଳିଛି। ଏହି…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?