ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ ମହାବିଦ୍ୟାଳୟଠାରେ ଆୟୋଜିତ ହୋଇଛି। ଏଥିରେ ଜିଲା ଆଇନ ସେବା ପ୍ରାଧିକରଣର ସଚିବ ବ୍ୟୋମକେଶ ନାୟକ ଅଧ୍ୟକ୍ଷତା କରି ନାଲସା ଜାଗୃତି ଯୋଜନା୨୦୨୫ ସମ୍ପର୍କରେ ସୂଚନା ଦେଇଥିଲେ। ସେ ନିଶୁଳ୍କ ଆଇନ ସହାୟତା, ନ୍ୟାୟ ପ୍ରାପ୍ତିର ସୁବିଧା ଏବଂ ସଚେତନତାର ଆବଶ୍ୟକତା ବିଷୟରେ ଛାତ୍ରୀଛାତ୍ରଙ୍କୁ ଅବଗତ କରାଇଥିଲେ। ଛତ୍ରପୁର କୋର୍ଟର ବରିଷ୍ଠ ଦେୱାନୀ ବିଚାରପତି ପୂଜା ଦେ ଜେଜେ ସିପିସି ଆଇନ ସମ୍ପର୍କରେ ଆଲୋକପାତ କରିଥିଲେ। ସେ ଶିଶୁମାନଙ୍କ ଅଧିକାରର ସୁରକ୍ଷା ଓ ଶିଶୁ ନ୍ୟାୟ ବ୍ୟବସ୍ଥାର ବିଭିନ୍ନ ପ୍ରାସଙ୍ଗିକ ଦିଗ ଉପରେ ଉପସ୍ଥାପନ କରିଥିଲେ। ସେହିପରି ଛତ୍ରପୁର ଉପଖଣ୍ଡିୟ ନ୍ୟାୟିକ ମାଜିଷ୍ଟ୍ରେଟ ବିଷ୍ଣୁପ୍ରିୟା ସାମନ୍ତରାୟ ନିଶୁଳ୍କ ଆଇନ ସେବା ପ୍ରଦାନ ବ୍ୟବସ୍ଥା ଓ ଏହାର ସୁଫଳ ସମ୍ପର୍କରେ ଛାତ୍ରୀଛାତ୍ରୀଙ୍କୁ ସଚେତନ କରାଇଥିଲେ। ଜେଏମ୍‌ଏଫ୍‌ସି ସ୍ବାଗତିକା ସ୍ବାଇଁ ନ୍ୟାୟ ପ୍ରଦାନ ପ୍ରଣାଳୀ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇବା ସହ ଆଇନ ପ୍ରତି ସଚେତନ ହେବାକୁ ପ୍ରେରଣା ଦେଇଥିଲେ। କଲେଜର ଅଧ୍ୟକ୍ଷ ସ୍ବାଗତ ଭାଷଣରେ ଏପରି କାର୍ଯ୍ୟକ୍ରମ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆଇନ ସଚେତନତା ବୃଦ୍ଧି କରୁଥିବା କଥା କହିଥିଲେ। କଲେଜର ପ୍ରଶାସନିକ ଅଧିକାରୀ ଧନ୍ୟବାଦ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?