ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୁଣାତ୍ମକ ଶିକ୍ଷାର ବିକାଶ ଏବଂ ଶିକ୍ଷକ ମାନଙ୍କର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ବୋଲି କହିଥିଲେ। ଏଥିସହ ବିଗତ ସରକାର ଶିକ୍ଷକମାନଙ୍କୁ ଭାଗ ଭାଗ କରି ରଖିଥିଲେ। କିନ୍ତୁ ମୁଁ ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶିକ୍ଷକମାନଙ୍କ ସମସ୍ୟାର ସମାଧାନ କରିବା ପାଇଁ ଅନୁରୋଧ କରିଛି। ଆଗାମୀ ଦିନରେ ଶିକ୍ଷକମାନଙ୍କ ସମସ୍ୟାର ସମାଧାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ବୋଲି ବିଧାୟକ ନାୟକ କହିଥିଲେ।

ଓଷ୍ଠା ଜିଲ୍ଲା ସଭାପତି ସନ୍ତୋଷ ଜେନା ସଭାରେ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ଏନ୍ ଏ ସି ଅଧକ୍ଷ ଗୋପବନ୍ଧୁ ମହାପାତ୍ର, ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତିବାସ ବିଶ୍ଵାଳ, ଶିକ୍ଷକ ନେତା ଜଗବନ୍ଧୁ ଜେନା , ଏମପି ପ୍ରତିନିଧି ସନ୍ତୋଷ ତିଆଡି ସମେତ ଅନେକ ଶିକ୍ଷକ ନେତା ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ କିଛି ବକ୍ତା ଟିଭି ମୋବାଇଲ୍ ଫୋନ୍ ଠାରୁ ଦୂରେଇ ରହିବା ପାଇଁ ଛାତ୍ରୀ ଛାତ୍ରଙ୍କୁ ଆହ୍ବାନ କରିଥିଲେ। ଓଷ୍ଠା ୪୨ ବର୍ଷ ଧରି ଏହି ଉତ୍ସବ ପାଳନ କରି ଆସୁଛି। ଶିଶୁ ମେଳାର ଲକ୍ଷ୍ୟ ହେଲା ଛାତ୍ରୀଛାତ୍ରମାନଙ୍କ ଦକ୍ଷତା ବୃଦ୍ଧି କରିବା। ଏଥିସହ ଲୁକ୍କାୟିତ ପ୍ରତିଭାକୁ ଖୋଜି ବାହାର କରିବା। ଏହି ଅବସରରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri