ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୁଣାତ୍ମକ ଶିକ୍ଷାର ବିକାଶ ଏବଂ ଶିକ୍ଷକ ମାନଙ୍କର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ବୋଲି କହିଥିଲେ। ଏଥିସହ ବିଗତ ସରକାର ଶିକ୍ଷକମାନଙ୍କୁ ଭାଗ ଭାଗ କରି ରଖିଥିଲେ। କିନ୍ତୁ ମୁଁ ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶିକ୍ଷକମାନଙ୍କ ସମସ୍ୟାର ସମାଧାନ କରିବା ପାଇଁ ଅନୁରୋଧ କରିଛି। ଆଗାମୀ ଦିନରେ ଶିକ୍ଷକମାନଙ୍କ ସମସ୍ୟାର ସମାଧାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ବୋଲି ବିଧାୟକ ନାୟକ କହିଥିଲେ।

ଓଷ୍ଠା ଜିଲ୍ଲା ସଭାପତି ସନ୍ତୋଷ ଜେନା ସଭାରେ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ଏନ୍ ଏ ସି ଅଧକ୍ଷ ଗୋପବନ୍ଧୁ ମହାପାତ୍ର, ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତିବାସ ବିଶ୍ଵାଳ, ଶିକ୍ଷକ ନେତା ଜଗବନ୍ଧୁ ଜେନା , ଏମପି ପ୍ରତିନିଧି ସନ୍ତୋଷ ତିଆଡି ସମେତ ଅନେକ ଶିକ୍ଷକ ନେତା ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ କିଛି ବକ୍ତା ଟିଭି ମୋବାଇଲ୍ ଫୋନ୍ ଠାରୁ ଦୂରେଇ ରହିବା ପାଇଁ ଛାତ୍ରୀ ଛାତ୍ରଙ୍କୁ ଆହ୍ବାନ କରିଥିଲେ। ଓଷ୍ଠା ୪୨ ବର୍ଷ ଧରି ଏହି ଉତ୍ସବ ପାଳନ କରି ଆସୁଛି। ଶିଶୁ ମେଳାର ଲକ୍ଷ୍ୟ ହେଲା ଛାତ୍ରୀଛାତ୍ରମାନଙ୍କ ଦକ୍ଷତା ବୃଦ୍ଧି କରିବା। ଏଥିସହ ଲୁକ୍କାୟିତ ପ୍ରତିଭାକୁ ଖୋଜି ବାହାର କରିବା। ଏହି ଅବସରରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri