ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ ଡ.ପ୍ରମୋଦ କୁମାର ପୃଷ୍ଟି , ଆରକ୍ଷୀ ଅଧୀକ୍ଷକ ଗଞ୍ଜାମ ଶୁଭେନ୍ଦୁ କୁମାର ପାତ୍ର, ଉପ ଜିଲାପାଳ ଉମାଶଙ୍କର ବେହେରା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଭଞ୍ଜନଗର ରଞ୍ଜନ କୁମାର ଦେ, ବ୍ଲକ ଅଧ୍ୟକ୍ଷା ମମତା ଭୋଳ, ତହସିଲଦାର କଳାକୃଷ୍ଣ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିଙ୍ଗାପୁରମ ହରି ଯୋଗଦେଇ ୧୬୬ଟି ଅଭିଯୋଗର ଶୁଣାଣୀ କରିଥିଲେ । ଏଥିସହ ୫ଟି ଅଭିଯୋଗର ସମାଧାନ ତତ୍କାଳ କରାଯାଇଥିଲା । ଅନ୍ୟ ଅଭିଯୋଗ ଗୁଡିକୁ ମଧ୍ଯ ତ୍ୱରିତ ସମାଧାନ ପାଇଁ ବିଭଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଏହି ଅବସରରେ ରେଡକ୍ରସ୍ ପାଣ୍ଠିରୁ ୪ ଜଣ ବ୍ଯକ୍ତିଙ୍କୁ ଆର୍ଥିକ ସହାୟତା ୨୫୦୦୦ ଟଙ୍କା ପ୍ରଦାନ କରାଯାଇଥିଲା । ଶିକ୍ଷା, କୃଷି, ସ୍ବାସ୍ଥ୍ଯ, ଭତ୍ତା, ଖାଦ୍ଯ ସୁରକ୍ଷା, ଗୃହ ନିର୍ମାଣ, ଜିବିକା ମିଶନ୍, ରାଜସ୍ବ, ଜମିଜମା ସମ୍ବନ୍ଧୀୟ ବିଭିନ୍ନ ସମସ୍ଯା ସମ୍ପର୍କରେ ଅତିରିକ୍ତ ଜିଲାପାଳଙ୍କୁ ଲୋକେ ଅବଗତ କରିଥିଲେ । ଏହି ଶିବିରରେ ସମସ୍ତ ଜିଲା ସ୍ତରୀୟ ଅଧିକାରୀ, ବେଲଗୁଣ୍ଠା ବ୍ଲକର ସମସ୍ତ ଅଧିକାରୀ, ପ୍ରଶାସନ ତଥା ସରକାରୀ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

 

Dharitri – Odisha’s No.1 Odia Daily