ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ, ଦେଶର ବିକାଶରେ ସହଭାଗୀ ହୁଅନ୍ତୁ

ଖୋର୍ଦ୍ଧା,୧୫।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ବିଜେବି ହାଇସ୍କୁଲ ପଡିଆଠାରେ ୭୭ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିଭାଦନ ଗ୍ରହଣ କରିଥିଲେ। ପାଇକ ବିଦ୍ରୋହ ପାଇଁ ଖୋର୍ଦ୍ଧା ମାଟି ସ୍ମରଣୀୟ ହୋଇ ରହିବ। ଦେଶ ମାତୃକାର ସେବାରେ ବଳିଦାନ ଦେଇଥିବା ମହାନ ସହୀଦ, ମହାପୁରୁଷ ଙ୍କ ପାଇଁ ଗର୍ବ କରିବାକୁ ଜିଲ୍ଲାପାଳ କହିଥିଲେ। ଦେଶର ସାମଗ୍ରିକ ବିକାଶରେ ସହଭାଗୀ ହେବାକୁ ଆହ୍ବାନ ଦେଇଥିଲେ।
ଆଇଟିବିପି ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନରୁ ୪୨ଟି ବାହିନୀ ଯୋଗଦେଇଥିଲେ। ଜିଲା ସଂସ୍କୃତି ବିଭାଗ ପକ୍ଷରୁ ୫ଟି ପ୍ରଜ୍ଞାନ ମେଢ ସାମିଲ ହୋଇଥିଲା। ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରୀଛାତ୍ର ଦେଶଭକ୍ତି ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏହି ଅବସରରେ ସ୍ବାଧିନତା ସଂଗ୍ରାମୀଙ୍କ ପରିବାର, ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପ୍ରଶାସନିକ ଅଧିକାରୀଙ୍କୁ ସମ୍ମାନିତ କରାଯାଇଥିଲା। କୃତୀ ପ୍ରତିଯୋଗୀଙ୍କୁ ଜିଲାପାଳ ପୁରସ୍କୃତ କରିଥିଲେ। ଶ୍ରେଷ୍ଠ ପରେଡ ଏବଂ ଶୃଙ୍ଖଳିତ ଟିମ, ସାସ୍କୃତିକ ଦଳକୁ ପୁରସ୍କୃତ କରାଯାଇଥିଲା।
ବିଧାୟକ ଯୋତିରିନ୍ଦ୍ରନାଥ ମିତ୍ର, ଏସପି ସିଦ୍ଧାର୍ଥ କଟାରିଆ, ଡିଏଫଓ ପୂଣ୍ଣିମା ପାଣ୍ଡିଆନ, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ବେଉରା, ସିଡିଏମଓ ଆର୍ତ୍ତବନ୍ଧୁ ନାୟକ, ଉପଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠୀ, ଅତିରିକ୍ତ ଏସପି ଏସ ଏନ ମୁର୍ମୁ, ଡିଏସପି ଏସ କେ ପଣ୍ଡା, ଡିଇଓ ବିଶ୍ବନାଥ ତରାଇ ଙ୍କ ସମେତ
ସେବା ନିବୃତ କର୍ମଚାରୀ, ଜିଲା ସ୍ତରୀୟ ପ୍ରଶାସନିକ ଅଧିକାରୀ, ବୁଦ୍ଧିଜିବୀ, ଶିକ୍ଷାବିତ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୋର୍ତିମୟୀ ଆଚାର୍ଯ୍ୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ସଂଯୋଜନା କରିଥିବା ବେଳେ ଶିକ୍ଷୟିତ୍ରୀ ଶିକ୍ଷକମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri