ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଜିଲ୍ଲାସ୍ତରୀୟ ଶୁଭାରମ୍ଭ ସମାରୋହ

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗ୍ରାମୀଣ ଭିତ୍ତିଭୂମିର ବିକାଶକୁ ତ୍ୱରାନ୍ୱିତ କରିବା ତଥା ଗ୍ରାମୀଣ ଜୀବନଧାରଣର ମାନ ବୃଦ୍ଧି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ “ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଗାଁ’ର ଭିତ୍ତିଭୂମି ବିକାଶ ପାଇଁ ବର୍ଷକୁ ହଜାର କୋଟି ଟଙ୍କା ଲେଖାଏଁ, ପାଞ୍ଚ ବର୍ଷରେ ମୋଟ ପାଞ୍ଚ ହଜାର କୋଟି ଟଙ୍କା ବିନିଯୋଗ କରାଯିବ।

ଗାଁ’ର ବିକାଶ ପାଇଁ ଆବଶ୍ୟକ ପ୍ରକଳ୍ପ ଗୁଡିକୁ ଗ୍ରାମ ସଭାରେ ହିଁ ସ୍ଥିର କରାଯିବ। ଏହି ପରିପ୍ରେକ୍ଷୀରେ ବରଗଡ଼ ଜିଲାର ସମସ୍ତ ବ୍ଳକ୍ ଆଭାସୀ ମାଧ୍ୟମରେ ଯୋଡ଼ି ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣରେ ସାମିଲ୍ ହୋଇଥିଲେ। ଜିଲା ମୁଖ୍ୟାଳୟସ୍ଥିତ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମଠାରେ ଆୟୋଜିତ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହାଙ୍କ ସମେତ ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଉପାଧ୍ୟକ୍ଷ ମୋହନ ଲୁହା, ପୌରଧ୍ୟକ୍ଷା କଳ୍ପନା ମାଝୀ ଏବଂ କଂସ ମହାରାଜ ଅଭିନେତା ଭୁବନେଶ୍ବର ପ୍ରଧାନ ଉପସ୍ଥିତ ରହି ଏହି ଯୋଜନା ମାଧ୍ୟମରେ ପ୍ରତି ଗାଁ’ରେ ଭଲ ରାସ୍ତା, ଡ୍ରେନ, ପାଠାଗାର, କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର, ଗାଧୁଆ ତୁଠ, ପୋଖରୀ ଓ ନଦୀ କୂଳରେ ଚେଞ୍ଜିଙ୍ଗ ରୁମ, ମାର୍କେଟ ସେଡ, ଭୋଗ ମଣ୍ଡପ, ଭାଗବତ ଟୁଙ୍ଗୀ ଆଦି ନିର୍ମାଣ କରାଯିବା ସହ ଧାର୍ମିକ ପୀଠ, ଛୋଟ ଛୋଟ ପର୍ଯ୍ୟଟନସ୍ଥଳୀ, ଶିକ୍ଷା ତଥା କ୍ରୀଡା ଭିତ୍ତିଭୂମି ଆଦିର ବିକାଶ ମଧ୍ୟ କରାଯିବ ବୋଲି କହିଥିଲେ। ଏହି ଅବସରରେ କଂସ ମହାରଜ ୨୦୩୬ ସୁଦ୍ଧା ଏକ ବିକଶିତ ରାଜ୍ୟ ରୂପେ ଗଢ଼ି ତୋଳିବା ପାଇଁ ଏହି ନୂତନ ଯୋଜନାର ଆବଶ୍ୟକତା ରହିଛି ବୋଲି ଦୃଢ଼ତା ପ୍ରକାଶ କରିବା ସହିତ ଏଥିପାଇଁ ଜିଲାର ସମସ୍ତ ଅଧିକାରୀ ଏବଂ ଜନସାଧାରଣ ସମସ୍ତେ ସହଯୋଗ କରିବାକୁ ଆହ୍ୱାନ ଦେଇଥିଲେ। ବୋଧନ ସାଂସ୍କୃତିକ ସଂଗଠନ, ତୋରାର କଳାକାରମାନେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ବିଷୟରେ ଲୋକ ନୃତ୍ୟ ମାଧ୍ୟମରେ ସଚେତନ କରିଥିଲେ ଏବଂ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri