ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଜିଲ୍ଲାସ୍ତରୀୟ ଶୁଭାରମ୍ଭ ସମାରୋହ

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗ୍ରାମୀଣ ଭିତ୍ତିଭୂମିର ବିକାଶକୁ ତ୍ୱରାନ୍ୱିତ କରିବା ତଥା ଗ୍ରାମୀଣ ଜୀବନଧାରଣର ମାନ ବୃଦ୍ଧି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ “ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଗାଁ’ର ଭିତ୍ତିଭୂମି ବିକାଶ ପାଇଁ ବର୍ଷକୁ ହଜାର କୋଟି ଟଙ୍କା ଲେଖାଏଁ, ପାଞ୍ଚ ବର୍ଷରେ ମୋଟ ପାଞ୍ଚ ହଜାର କୋଟି ଟଙ୍କା ବିନିଯୋଗ କରାଯିବ।

ଗାଁ’ର ବିକାଶ ପାଇଁ ଆବଶ୍ୟକ ପ୍ରକଳ୍ପ ଗୁଡିକୁ ଗ୍ରାମ ସଭାରେ ହିଁ ସ୍ଥିର କରାଯିବ। ଏହି ପରିପ୍ରେକ୍ଷୀରେ ବରଗଡ଼ ଜିଲାର ସମସ୍ତ ବ୍ଳକ୍ ଆଭାସୀ ମାଧ୍ୟମରେ ଯୋଡ଼ି ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣରେ ସାମିଲ୍ ହୋଇଥିଲେ। ଜିଲା ମୁଖ୍ୟାଳୟସ୍ଥିତ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମଠାରେ ଆୟୋଜିତ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହାଙ୍କ ସମେତ ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଉପାଧ୍ୟକ୍ଷ ମୋହନ ଲୁହା, ପୌରଧ୍ୟକ୍ଷା କଳ୍ପନା ମାଝୀ ଏବଂ କଂସ ମହାରାଜ ଅଭିନେତା ଭୁବନେଶ୍ବର ପ୍ରଧାନ ଉପସ୍ଥିତ ରହି ଏହି ଯୋଜନା ମାଧ୍ୟମରେ ପ୍ରତି ଗାଁ’ରେ ଭଲ ରାସ୍ତା, ଡ୍ରେନ, ପାଠାଗାର, କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର, ଗାଧୁଆ ତୁଠ, ପୋଖରୀ ଓ ନଦୀ କୂଳରେ ଚେଞ୍ଜିଙ୍ଗ ରୁମ, ମାର୍କେଟ ସେଡ, ଭୋଗ ମଣ୍ଡପ, ଭାଗବତ ଟୁଙ୍ଗୀ ଆଦି ନିର୍ମାଣ କରାଯିବା ସହ ଧାର୍ମିକ ପୀଠ, ଛୋଟ ଛୋଟ ପର୍ଯ୍ୟଟନସ୍ଥଳୀ, ଶିକ୍ଷା ତଥା କ୍ରୀଡା ଭିତ୍ତିଭୂମି ଆଦିର ବିକାଶ ମଧ୍ୟ କରାଯିବ ବୋଲି କହିଥିଲେ। ଏହି ଅବସରରେ କଂସ ମହାରଜ ୨୦୩୬ ସୁଦ୍ଧା ଏକ ବିକଶିତ ରାଜ୍ୟ ରୂପେ ଗଢ଼ି ତୋଳିବା ପାଇଁ ଏହି ନୂତନ ଯୋଜନାର ଆବଶ୍ୟକତା ରହିଛି ବୋଲି ଦୃଢ଼ତା ପ୍ରକାଶ କରିବା ସହିତ ଏଥିପାଇଁ ଜିଲାର ସମସ୍ତ ଅଧିକାରୀ ଏବଂ ଜନସାଧାରଣ ସମସ୍ତେ ସହଯୋଗ କରିବାକୁ ଆହ୍ୱାନ ଦେଇଥିଲେ। ବୋଧନ ସାଂସ୍କୃତିକ ସଂଗଠନ, ତୋରାର କଳାକାରମାନେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ବିଷୟରେ ଲୋକ ନୃତ୍ୟ ମାଧ୍ୟମରେ ସଚେତନ କରିଥିଲେ ଏବଂ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?