ଗୋଲାମୁଣ୍ଡାରେ ଜିଲା ସ୍ତରୀୟ ଜାତୀୟ ପ୍ରେସ ଦିବସ: ବିକାଶ ପାଇଁ ଖବରଦାତାଙ୍କ ସହଯୋଗ ଆବଶ୍ୟକ

ଗୋଲାମୁଣ୍ଡା,୧୬।୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡାସ୍ଥିତ କଲ୍ୟାଣମଣ୍ଡପ ଠାରେ ଶନିବାର ଜିଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି। କଳାହାଣ୍ଡି ଜିଲା ସାମ୍ବାଦିକ ୟୁନିୟନ (ଓୟୁଜେ)ପକ୍ଷରୁ ଏହାକୁ ଆୟୋଜନ କରାଯାଇଥିଲା। ଜିଲା ସଭାପତି କମ୍ବୁପାଣି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ,
ମୁଖ୍ୟ ଅତିଥି ଭାବେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ,ସୱତନ୍ତ୍ର ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର ପଟ୍ଟଯୋଶୀ,ସମ୍ମାନିତ ଅତିଥି ଭାବେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ,ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା,ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ,ଧର୍ମଗଡ଼ ବ୍ଲକ ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ,ଜିଲା କାର୍ଯ୍ୟକାରୀ ସଭାପତି ବିରଞ୍ଚି ନାରାୟଣ ଜାଲ,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଙ୍ଗିତ ପଣ୍ଡା,ବରିଷ୍ଠ ଖବରଦାତା ସୱାଧୀନ ପାତ୍ର ପ୍ରମୁଖ ଯୋଗଦେଇଥିଲେ। ଜିଲାର ବିକାଶ ପାଇଁ ଖବରଦାତା ମାନଙ୍କ ସହଯୋଗ ଓ ଖବର ପରିବେଷଣ ଆବଶ୍ୟକ ଉପରେ ଜିଲାପାଳ କହିଥିଲେ।ସେହିପରି ସାମ୍ବାଦିକ ସୁରକ୍ଷା ଆଇନ,ପେନସନ ୍ୟସ୍ଥା ଆଦି ଉପରେ ସରକାରଙ୍କ ଉପରେ ଦାବି କରାଯାଇଥିଲା। ମଞ୍ଚକୁ ବରିଷ୍ଠ ଖବରଦାତା ଅଂଶୁମାନ ପାତ୍ର ପରିଚାଳନା କରିଥିବାବେଳେ ଜିଲା ସାଧାରଣ ସମ୍ପାଦକ ସନ୍ତୋଷ ସିଂଦେଓ ବାର୍ଷିକ ବିବରଣୀ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri