ଜିଲା ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଉଦଯାପିତ: ବରିଷ୍ଠରେ ଜିଜ୍ଞାସୁ ଶବର ଓ କନିଷ୍ଠରେ ଲିଜା ଗୋପାଳ ପ୍ରଥମ

ଭବାନୀପାଟଣା,୧୦।୧୧(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହର ସ୍ଥିତ ମାଣିକେଶ୍ଵରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶନିବାର କଳାହାଣ୍ଡି ଜିଲା ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଆନୁକୁଲ୍ୟ ଓ ଜିଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କ ମାର୍ଗଦର୍ଶନରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ମାଣିକେଶ୍ଵରୀ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରତିଭା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁ ଯୋଗ ଦେଇ ଛାତ୍ରୀ ଛାତ୍ର ମାନଙ୍କୁ ବିଜ୍ଞାନ କୁଇଜ୍ ପ୍ରତିଯୋଗିତାର ମହତ୍ତ୍ଵ ବିଷୟରେ ବୁଝାଇଥିଲେ। ସମ୍ମାନିତ ଅତିଥି ଭାବେ ଉଚ୍ଚ ମାଧ୍ୟମିକ ଶିକ୍ଷା ସଂଯୋଜକ ବିରେନ୍ଦ୍ର ଆଚାର୍ଯ୍ୟ ଓ ପଞ୍ଚସଖା ଶିକ୍ଷା ସେତୁ ଯୋଜନା ସଂଯୋଜକ ପ୍ରଶାନ୍ତ ନନ୍ଦ ଯୋଗ ଦେଇ ଥିଲେ। ସେହିପରି ଜିଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ଶେଖର ପାଢ଼ୀ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସମ୍ପାଦିତ ହୋଇଥିଲା । ଏହି ପ୍ରତିଯୋଗିତା ରେ ଜିଲାର ୧୩ ଟି ବ୍ଲକରୁ ୨୬ ଜଣ ଯୋଗ୍ୟ ବିବେଚିତ ହୋଇଥିବା ଛାତ୍ରୀଛାତ୍ର ଭାଗ ନେଇଥିଲେ। ଏଥିରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇ ଥିଲା। ଏହି କ୍ରମରେ ବରିଷ୍ଠ ବର୍ଗରେ ରାଜପୁର ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ଜିଜ୍ଞାସୁ ଶବର ପ୍ରଥମ ସ୍ଥାନ ଅଧିକାର କରିଥିଲେ। ସେହିପରି ଚଞ୍ଚରାପଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ସି. ଏଚ. ଆକାଶ କୁମାର ପାତ୍ର ଦ୍ଵିତୀୟ ସ୍ଥାନ ଓ ରୁପ୍ରା ରୋଡ଼ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଗୋମତୀ ଧଙ୍ଗଡା ମାଝୀ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି କନିଷ୍ଠ ବର୍ଗ ରେ ବୋଡ଼େନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ଲିଜା ଗୋପାଳ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ,ଦ୍ଵିତୀୟ ସ୍ଥାନ ମୋହନଗିରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ର ଲିନୁ ବେହେରା ଓ ଚଞ୍ଚରାପଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଗୋଲକ ବିହାରୀ ପାନ ତୃତୀୟ ସ୍ଥାନ ଅଧିକାର କରିଥିଲେ। ପ୍ରଥମ ସ୍ଥାନ ଅଧିକାର କରିଥିବା ଉଭୟ ପ୍ରତିଯୋଗୀ ଚଳିତ ନଭେମ୍ବର ମାସ ୧୯ ଓ ୨୦ ତାରିଖରେ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଠାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତାରେ ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି। ବିଚାରକ ଭାବେ ଗୌଡ଼ ଛେଣ୍ଡିଆ ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଶୁଭେନ୍ଦୁ ଶେଖର ବେହେରା ଓ ଚିଚୈଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ମହେଶ କୁମାର ଭାଟି ଦାୟିତ୍ବ ତୁଲାଇଥିଲେ। ଶିକ୍ଷକ ସୋମନାଥ ସାହୁ ମଞ୍ଚ ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।ଶିକ୍ଷକ ବସନ୍ତ ସାମନ୍ତରାୟ ସମେତ ମାଣିକେଶ୍ଵରୀ ଉଚ୍ଚ ବିଦ୍ୟାଳୟ ର ଅନ୍ୟ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଣ ଶିକ୍ଷକ କର୍ମଚାରୀ କାର୍ଯ୍ୟକ୍ରମ ସୁପରିଚାଳନା ରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?