ଜିଲାସ୍ତରୀୟ କ୍ଷୁଦ୍ର ଲୋକ ଅଦାଲତ

କେନ୍ଦୁଝର,୧୧ା୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଜିଲା କୋର୍ଟ ମଧ୍ୟରେ ଜିଲାସ୍ତରୀୟ କ୍ଷୁଦ୍ର ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। କୋଭିଡ୍‌-୧୯ ମାର୍ଗଦର୍ଶିକା ଅନୁଯାୟୀ ଉକ୍ତ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲା ଓ ଦୌରାଜଜ୍‌ ବେଣୁଧର ପାତ୍ର ଉପସ୍ଥିତ ରହି ଲୋକ ଅଦାଲତର ଶୁଭାରମ୍ଭ କରିଥିଲେ। କେନ୍ଦୁଝର ଜିଲା କୋର୍ଟ ସମେତ ଅତିରିକ୍ତ ଜିଲା କୋର୍ଟ ଆନନ୍ଦପୁର ଓ ଚମ୍ପୁଆରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। କରୋନା ମହାମାରୀ ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ଶନିବାର ଓ ରବିବାର ଶଟଡାଉନ୍‌ ରହୁଥିବାରୁ ଶନିବାର ପରିବର୍ତ୍ତେ ଲୋକ ଅଦାଲତ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମୁଦାୟ ମୋଟରଯାନ ଦୁର୍ଘଟଣା କେଶ ୧୧୯ଟି ବିଚାର କରାଯାଇ ୨୬ଟି ଫଇସଲା ହୋଇ ସେଥିମଧ୍ୟରୁ ୭୧ ଲକ୍ଷ ୯୧ ହଜାର ଟଙ୍କା ଆଦାୟ ହୋଇଛି। ଜିଲା ଜଜ୍‌ ବେଣୁଧର ପାତ୍ର ଓ ଅତିରିକ୍ତ ଜିଲା ଜଜ୍‌ ଲୋକନାଥ ସାହୁଙ୍କ କୋର୍ଟରେ ଏହି ମାମଲା ବିଚାର ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ପ୍ରାଧିକରଣ ସଚିବ ସୌଦାମିନୀ ବିଶ୍ୱାଳ, ରେଜିଷ୍ଟ୍ରାର ଡ଼. ମମତା ମହାନ୍ତି ଲୋକ ଅଦାଲତ ପରିଚାଳନାରେ ସହାୟତା ପ୍ରଦାନ କରିଥିଲେ। ଆଇନ ସେବା ପ୍ରାଧିକରଣ ଓ ବିଭିନ୍ନ କୋର୍ଟର କର୍ମଚାରୀମାନେ ଉପସ୍ଥିତ ଥିଲେ।
ଫଟୋ- ଲୋକ ଅଦାଲତରେ ବିଭିନ୍ନ ମାମଲାର ଶୁଣାଣି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri