Posted inରାଜ୍ୟ

ସ୍କୁଲ୍‌ ଛୁଟି ଘୋଷଣା କଲେ ଜିଲାପାଳ, ଝାରସୁଗୁଡ଼ାରେ ୪୬ ଟପିଲା ତାତି

ଭୁବନେଶ୍ୱର,୨୨।୪: ଓଡ଼ିଶାରେ ଅସହ୍ୟ ଗରମ ଓ ତାତି ଜନିତ ପରିସ୍ଥିତି ମଧ୍ୟରେ ଝାରସୁଗୁଡ଼ା ଜିଲାରେ ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଛୁଇଁଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ଜିଲାପାଳ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ ପାଇଁ ଛୁଟି ଘୋଷଣା କରିଛନ୍ତି।

ମଙ୍ଗଳବାର ଜିଲାରେ ତାପମାତ୍ରା ୪୬.୨ ଛୁଇଁଥିଲା। ଏଥିସହିତ ଚଳିତ ବର୍ଷ ପ୍ରଥମ କରି ରାଜ୍ୟରେ ତାତି ୪୬ ଟପିଛି। ସେହିଭଳି ଏପ୍ରିଲ ମାସର ଝାରସୁଗୁଡ଼ା ତାତି ୧୦ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛି। ପୂର୍ବରୁ ୨୦୧୦ ଏପ୍ରିଲ ୨୦ରେ ଝାରସୁଗୁଡ଼ା ତାତି ୪୬.୧ ରହିଥିଲା।

ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ, ଏପ୍ରିଲ ୨୩ ରୁ ୨୫ ପର୍ଯ୍ୟନ୍ତ ଛୁଟି ଜିଲାର ସମସ୍ତ ସ୍କୁଲ୍‌ ବନ୍ଦ ରହିବ। ଏହି ନିଷ୍ପତ୍ତି ଗ୍ରୀଷ୍ମ ପ୍ରକୋପ ଏବଂ ହିଟ୍‌ଷ୍ଟ୍ରୋକ୍‌ ଆଶଙ୍କାକୁ ଦୃଷ୍ଟିରେ ରଖି ନିଆଯାଇଛି। ଜିଲାପାଳ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କୁ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି, ଯେପରି ପାଣି ଅଧିକ ପିଇବା, ଗରମରୁ ସୁରକ୍ଷା ଓ ମଧ୍ୟାହ୍ନ ସମୟରେ ବାହାରକୁ ନ ବାହାରିବା।

ଏହା ସହିତ, ଜିଲା ପ୍ରଶାସନ ସ୍ୱାସ୍ଥ୍ୟ ବିଭାଗ ସହିତ ମିଳିତ ଭାବେ ଜନସାଧାରଣଙ୍କ ମଧ୍ୟରେ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିଛି। ସ୍ଥାନୀୟ ଅଞ୍ଚଳରେ ଶୀତଳ ପାନୀୟ ଜଳ ବଣ୍ଟନ ଓ ସାମୟିକ ଶୀତଳ ଆଶ୍ରୟ କେନ୍ଦ୍ର ଖୋଲାଯାଇଛି। ଜିଲାପାଳ କହିଛନ୍ତି ଯେ, ପରିସ୍ଥିତି ଉପରେ ନଜର ରଖାଯାଉଛି ଏବଂ ଆବଶ୍ୟକ ହେଲେ ଅଧିକ ପଦକ୍ଷେପ ନିଆଯିବ। ଏହି ଘୋଷଣାକୁ ଅଭିଭାବକ ଓ ଶିକ୍ଷକ ମହଲରେ ସ୍ୱାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?