ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ ଓ କୁଳିଅଣା ବ୍ଲକରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡିକୁ ଜିଲାପାଳ ହେମକାନ୍ତ ସୟ ଛୁଟି ଘୋଷଣା କରିଛନ୍ତି । ଏହା ସହିତ ଆଶ୍ରୟସ୍ଥଳୀ ପାଇଁ ୩୮ ପ୍ରଧାନଶିକ୍ଷକଙ୍କୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି ।
ସୂଚନାଯୋଗ୍ଯ, ଲଗାଣ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲାପାଳ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଜିଲାର ବାଙ୍ଗରିପୋଷି, ସାରସକଣା, ବିଶୋଇ ଓ ରାଇରଙ୍ଗପୁର ବ୍ଲକ ଓ ଶିମିଳିପାଳରେ ଅତି ପ୍ରବଳ ବର୍ଷା ହୋଇଥିବାରୁ ବୁଢାବଳଙ୍ଗ, କାତରା, ଗଙ୍ଗାହାର ନଦୀରେ ଜଳସ୍ତର ବୃଦ୍ଧିପାଇ କୂଳ ଲଂଘନ କରିଛି । ମଙ୍ଗଳବାର ସକାଳ ୧୦ଟା ସୁଦ୍ଧା ବାରିପଦା ମଧୁବନ ଠାରେ ବୁଢାବଳଙ୍ଗ ନଦୀରର ଜଳସ୍ତର ବିପଦ ସଙ୍କେତ ପାର କରିଛି । ଫଳରେ ତଳିଆ ଅଂଚଳ ଗୁଡିକରେ ବନ୍ଯା ପରିସ୍ଥିତି ଗମ୍ଭୀର ହୋଇପଡିଛି । ମାଣତ୍ରୀ-ବୈଶିଙ୍ଗା ରାସ୍ତାର ନାଖରା ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ଏହାସହ ବେଲପାଳ ଓ ଘୁଷୁରିଆ ଠାରେ ପାଣି ଚାଲିବାରୁ ବଡ଼ସାହି-ବେତନଟୀ ମଧ୍ୟରେ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଛି। ଯାହାକୁ ନେଇ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ବଡ଼ସାହି, ବେତନଟୀ, ବିଶୋଇ ଏବଂ କୁଳିଅଣା ବ୍ଲକ ଅଧୀନସ୍ଥ ସମସ୍ତ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ସ୍ଥଗିତ ରଖାଯାଇଛି ।

ସେପ୍ଟେମ୍ବର ୧ ତାରିଖ ମଙ୍ଗଳବାର ଦିନ ଏହି ବ୍ଲକଗୁଡ଼ିକର ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ ତଥା ଉଚ୍ଚ ମାଧ୍ୟମିକ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନରେ ଶ୍ରେଣୀଗୃହ ଶିକ୍ଷାଦାନ ବନ୍ଦ ରହିବ । ଅନ୍ୟପକ୍ଷରେ ରାଇରଙ୍ଗପୁର ଉପଖଣ୍ଡରେ ପରିସ୍ଥିତି ଅନୁସାରେ ସ୍କୁଲ ଛୁଟି ସମ୍ପର୍କରେ ନିଷ୍ପତ୍ତି ନେବାକୁ ସମ୍ପୃକ୍ତ ବ୍ଲକ ଶିକ୍ଷାଧିକାରୀ (ବିଇଓ)ଙ୍କୁ କ୍ଷମତା ଦିଆଯାଇଛି ।
ତେବେ ଛାତ୍ରୀଛାତ୍ରଙ୍କ ପାଇଁ ଛୁଟି ଥିଲେ ମଧ୍ୟ ସମସ୍ତ ପ୍ରଧାନଶିକ୍ଷକ ଏବଂ ସହକାରୀ ଶିକ୍ଷକ-ଶିକ୍ଷୟିତ୍ରୀମାନେ ବାଧ୍ୟତାମୂଳକ ଭାବେ ବିଦ୍ୟାଳୟରେ ଉପସ୍ଥିତ ରହିବାକୁ ପ୍ରଶାସନ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛି। ସମ୍ଭାବ୍ୟ ଜରୁରୀକାଳୀନ ପରିସ୍ଥିତିରେ ବିଦ୍ୟାଳୟ କୋଠାଗୁଡ଼ିକୁ ଅସ୍ଥାୟୀ ବନ୍ୟା ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବାକୁ ଥିବାରୁ ବଡ଼ସାହି ବ୍ଲକର ୩୮ଟି ନିର୍ଦ୍ଦିଷ୍ଟ ବିଦ୍ୟାଳୟର ପ୍ରଧାନଶିକ୍ଷକମାନଙ୍କୁ ସମ୍ପୂର୍ଣ୍ଣ ସଜାଗ ଓ ସତର୍କ ରହିବାକୁ କୁହାଯାଇଛି। ଏଥିସହ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ ପଞ୍ଚାୟତରେ ନୋଡାଲ ଅଧିକାରୀଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇ ରିଲିଫ୍, ଥଇଥାନ ଓ ପାନୀୟ ଜଳ ବ୍ୟବସ୍ଥା ତଦାରଖ ପାଇଁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଅନ୍ୟପଟେ ଜିଲାରେ ବନ୍ୟା ପରିସ୍ଥିତି କ୍ରମଶଃ ଗମ୍ଭୀର ହେବାରେ ଲାଗିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?