ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ ବାସଭବନକୁ ଯାଇ ଜନଗଣନା ଫର୍ମ ପ୍ରଦାନ କରିଥିଲେ। ଜିଲାପାଳ ତାକୁ ଗ୍ରହଣ କରିବା ସହିତ ଛତ୍ରପୁର ସହରର ବିଭିନ୍ନ ଅଞ୍ଚଳକୁ ଯାଇ ପରିଗଣନା ଫର୍ମ ବଣ୍ଟନ ପୂର୍ବକ ବିଏଲଓ ଏବଂ ଜନସାଧାରଣଙ୍କୁ ଉତ୍ସାହିତ କରିଥିଲେ।
ଜିଲାପାଳ ଏସ୍‌ଆଇଆର ସମ୍ପର୍କିତ ପ୍ରତିକ୍ରିୟାରେ କହିଛନ୍ତି ଯେ, ଆଜିଠାରୁ ଆରମ୍ଭ ହୋଇଥିବା ଜିଲାର ସମସ୍ତ ଅଞ୍ଚଳରେ ପରିଗଣନା ଫର୍ମ ବଣ୍ଟନ ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ଜାରି ରହିବ।
ଏହି ଅଭିଯାନରେ ବୁଥ୍‌ସ୍ତରୀୟ ଅଧିକାରୀ (ବିଏଲଓ)ମାନେ ପ୍ରତ୍ୟେକ ଘରକୁ ଯାଇ ଭୋଟରମାନଙ୍କୁ ପରିଗଣନା ଫର୍ମ ବାଣ୍ଟିବେ। ଏହି ଫର୍ମରେ ଭୋଟରଙ୍କ ପୁରୁଣା ତଥ୍ୟ ସହ ଏକ ନୂତନ ଫଟୋଗ୍ରାଫ୍‌ ଲଗାଇବା ପାଇଁ ସ୍ଥାନ ରହିଛି। ଭୋଟରମାନେ ନିଜର ଏବଂ ନିଜ ପରିବାର ସଦସ୍ୟଙ୍କ ସଠିକ ବିବରଣୀ ଯେପରିକି- ଜନ୍ମ ତାରିଖ, ଆଧାର ନମ୍ବର, ମୋବାଇଲ ନମ୍ବର ଏବଂ ଏପିକ୍‌ (EPIC) ନମ୍ବର ଆଦି ପୂରଣ କରିବେ। କୌଣସି ସନ୍ଦେହ ଉପୁଜିଲେ, ଫର୍ମରେ ଉଲ୍ଲେଖ ଥିବା ବିଏଲଓଙ୍କ ମୋବାଇଲ ନମ୍ବରରେ ଲୋକେ ସିଧାସଳଖ ଯୋଗାଯୋଗ କରିପାରିବେ।
ଫର୍ମ ବାଣ୍ଟିବାର କିଛି ଦିନ ପରେ ବିଏଲଓମାନେ ପୁଣିଥରେ ଘରକୁ ଆସି ପୂରଣ ହୋଇଥିବା ଫର୍ମଗୁଡ଼ିକୁ ସଂଗ୍ରହ କରିବେ। ଏଥିସହିତ ସେମାନେ ଦୁଇଟି ଫର୍ମରୁ ଗୋଟିଏ ନିଜ ସହ ନେବେ ଏବଂ ନାଗରିକମାନଙ୍କୁ ପ୍ରମାଣ ସ୍ବରୂପ ଅନ୍ୟ ଫର୍ମ ଦସ୍ତଖତ କରି ପ୍ରଦାନ କରିବେ
ଭୋଟର ତାଲିକାରେ ବାଦ ପଡ଼ିଥିବା ଯୋଗ୍ୟ ଭୋଟରଙ୍କୁ ସାମିଲ କରିବା ଏବଂ ଅଯୋଗ୍ୟଙ୍କ ନାମ ହଟାଇବା ହେଉଛି ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ। ଯେଉଁମାନେ ବାହାରେ ରହୁଛନ୍ତି କିମ୍ବା ଅଫ୍‌ଲାଇନରେ ଫର୍ମ ପୂରଣ କରିପାରିବେ ନାହିଁ, ସେମାନେ (voters.eci.gov.in) ଜରିଆରେ ଅନଲାଇନ ମାଧ୍ୟମରେ ନିଜର ଆବେଦନ ଦାଖଲ କରିପାରିବେ, ଯାହାକୁ ପରେ ବିଏଲଓ ଏବଂ ଇଆରଓ ଯାଞ୍ଚ କରିବେ।
ଏହି ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟାକୁ ସଫଳ କରିବା ନିମନ୍ତେ ବିଏଲଓ ଏବଂ ଅନ୍ୟାନ୍ୟ ଅଧିକାରୀମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବା ପାଇଁ ଗଞ୍ଜାମବାସୀଙ୍କୁ ଜିଲାପାଳ ଅନୁରୋଧ କରିଛନ୍ତି।ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ ବାସଭବନକୁ ଯାଇ ଜନଗଣନା ଫର୍ମ ପ୍ରଦାନ କରିଥିଲେ। ଜିଲାପାଳ ତାକୁ ଗ୍ରହଣ କରିବା ସହିତ ଛତ୍ରପୁର ସହରର ବିଭିନ୍ନ ଅଞ୍ଚଳକୁ ଯାଇ ପରିଗଣନା ଫର୍ମ ବଣ୍ଟନ ପୂର୍ବକ ବିଏଲଓ ଏବଂ ଜନସାଧାରଣଙ୍କୁ ଉତ୍ସାହିତ କରିଥିଲେ।
ଜିଲାପାଳ ଏସ୍‌ଆଇଆର ସମ୍ପର୍କିତ ପ୍ରତିକ୍ରିୟାରେ କହିଛନ୍ତି ଯେ, ଆଜିଠାରୁ ଆରମ୍ଭ ହୋଇଥିବା ଜିଲାର ସମସ୍ତ ଅଞ୍ଚଳରେ ପରିଗଣନା ଫର୍ମ ବଣ୍ଟନ ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ଜାରି ରହିବ।
ଏହି ଅଭିଯାନରେ ବୁଥ୍‌ସ୍ତରୀୟ ଅଧିକାରୀ (ବିଏଲଓ)ମାନେ ପ୍ରତ୍ୟେକ ଘରକୁ ଯାଇ ଭୋଟରମାନଙ୍କୁ ପରିଗଣନା ଫର୍ମ ବାଣ୍ଟିବେ। ଏହି ଫର୍ମରେ ଭୋଟରଙ୍କ ପୁରୁଣା ତଥ୍ୟ ସହ ଏକ ନୂତନ ଫଟୋଗ୍ରାଫ୍‌ ଲଗାଇବା ପାଇଁ ସ୍ଥାନ ରହିଛି। ଭୋଟରମାନେ ନିଜର ଏବଂ ନିଜ ପରିବାର ସଦସ୍ୟଙ୍କ ସଠିକ ବିବରଣୀ ଯେପରିକି- ଜନ୍ମ ତାରିଖ, ଆଧାର ନମ୍ବର, ମୋବାଇଲ ନମ୍ବର ଏବଂ ଏପିକ୍‌ (EPIC) ନମ୍ବର ଆଦି ପୂରଣ କରିବେ। କୌଣସି ସନ୍ଦେହ ଉପୁଜିଲେ, ଫର୍ମରେ ଉଲ୍ଲେଖ ଥିବା ବିଏଲଓଙ୍କ ମୋବାଇଲ ନମ୍ବରରେ ଲୋକେ ସିଧାସଳଖ ଯୋଗାଯୋଗ କରିପାରିବେ।
ଫର୍ମ ବାଣ୍ଟିବାର କିଛି ଦିନ ପରେ ବିଏଲଓମାନେ ପୁଣିଥରେ ଘରକୁ ଆସି ପୂରଣ ହୋଇଥିବା ଫର୍ମଗୁଡ଼ିକୁ ସଂଗ୍ରହ କରିବେ। ଏଥିସହିତ ସେମାନେ ଦୁଇଟି ଫର୍ମରୁ ଗୋଟିଏ ନିଜ ସହ ନେବେ ଏବଂ ନାଗରିକମାନଙ୍କୁ ପ୍ରମାଣ ସ୍ବରୂପ ଅନ୍ୟ ଫର୍ମ ଦସ୍ତଖତ କରି ପ୍ରଦାନ କରିବେ
ଭୋଟର ତାଲିକାରେ ବାଦ ପଡ଼ିଥିବା ଯୋଗ୍ୟ ଭୋଟରଙ୍କୁ ସାମିଲ କରିବା ଏବଂ ଅଯୋଗ୍ୟଙ୍କ ନାମ ହଟାଇବା ହେଉଛି ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ। ଯେଉଁମାନେ ବାହାରେ ରହୁଛନ୍ତି କିମ୍ବା ଅଫ୍‌ଲାଇନରେ ଫର୍ମ ପୂରଣ କରିପାରିବେ ନାହିଁ, ସେମାନେ (voters.eci.gov.in) ଜରିଆରେ ଅନଲାଇନ ମାଧ୍ୟମରେ ନିଜର ଆବେଦନ ଦାଖଲ କରିପାରିବେ, ଯାହାକୁ ପରେ ବିଏଲଓ ଏବଂ ଇଆରଓ ଯାଞ୍ଚ କରିବେ।
ଏହି ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟାକୁ ସଫଳ କରିବା ନିମନ୍ତେ ବିଏଲଓ ଏବଂ ଅନ୍ୟାନ୍ୟ ଅଧିକାରୀମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବା ପାଇଁ ଗଞ୍ଜାମବାସୀଙ୍କୁ ଜିଲାପାଳ ଅନୁରୋଧ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?