ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ବରଗଡ ଜିଲାର ପଦ୍ମ ପୁରସ୍କାରପ୍ରାପ୍ତ ଓ ଜାତୀୟ ସ୍ତରରେ ପୁରସ୍କୃତ ହୋଇଥିବା ବ୍ୟକ୍ତିବିଶେଷଙ୍କ ସମେତ ଶିକ୍ଷା, କ୍ରିଡା ତଥା ଅନ୍ୟାନ୍ୟ କ୍ଷେତ୍ରରେ କୃତିତ୍ଵ ହାସଲ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯାଇଥିଲା । ସ୍ଵାଧୀନତା ଦିବସ ଉପଲକ୍ଷେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀଛାତ୍ରଙ୍କୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥିଲେ । ସମାରୋହରେ ପଦ୍ମଶ୍ରୀ ଡ଼ଃ ହଳଧର ନାଗଙ୍କ ସମେତ ୧୦ ଜଣ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ପୁରସ୍କୃତ କ୍ରୀଡାବିତଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ବାଳିକା ଏବଂ ବାଳକ ବର୍ଗର ସର୍ବୋତ୍ତମ ଏନ.ସି.ସି. କେଡେଟ, ସ୍କାଉଟ ଗାଇଡ଼ ଏବଂ ବି.ଏସ.ଇ, ସି. ବି.ଏସ.ଇ ଓ ଆଇ.ସି.ଏସ.ଇ. ଦଶମ ବୋର୍ଡ ପରୀକ୍ଷାରେ ବରଗଡ଼ ଜିଲାରେ ସର୍ବୋଚ୍ଚ ନମ୍ବର ରଖିଥିବା ଜଣେ ବାଳିକା ଏବଂ ଜଣେ ବାଳକଙ୍କୁ ମିଶାଇ ମୋଟ୍ ୬ଜଣ ଛାତ୍ରୀଛାତ୍ରଙ୍କ ସମେତ ପରେଡ ଓ ସଂସ୍କୃତିକ କାର୍ଯ୍ୟକ୍ରମରେ କୃତି ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରଯାଇଥିଲା । ଜିଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ରନାଥ ଶତପଥି ଏବଂ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା ମୁଖ୍ୟ ଅତିଥିଙ୍କୁ ପରେଡ ପଡିଆ ମଞ୍ଚ ଉପରକୁ ପାଛୋଟି ଆଣିଥିଲେ। ଜିଲାପାଳ ଗୋୟଲ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ। ପୋଲିସ ବ୍ୟାଣ୍ଡ ଦ୍ୱାରା ପରିବେଷିତ ରାଷ୍ଟ୍ରୀୟ ସଂଗୀତ ଏବଂ ତତ୍ପରେ ରିଜର୍ବ ପୋଲିସ ନିରୀକ୍ଷକ ତଥା ପରେଡ କମାଣ୍ଡରଙ୍କ ଦ୍ଵାରା ପରିଚାଳିତ ପରେଡରେ ପୋଲିସ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ରେଡ଼କ୍ରସ, ଜାତୀୟ ସେବା ଯୋଜନା, ସ୍କାଉଟ୍ ଏବଂ ଗାଇଡ୍ ଓ ସିଭିଲିଆନ ସମେତ ୩୬ ଗୋଟି ଟ୍ରୁପ ରାଷ୍ଟ୍ରୀୟ ଏକତାର ପରିଚୟ ତ୍ରିରଙ୍ଗା ପତାକା ଏବଂ ମୁଖ୍ୟ ଅତିଥିଙ୍କୁ ସମ୍ମାନ ଜଣାଇ ଏହି ପାରମ୍ପରିକ ପରେଡ କାର୍ଯ୍ୟକ୍ରମକୁ ସମ୍ପାଦନା କରିଥିଲେ । ମୁଖ୍ୟ ଅତିଥି ଗୋୟଲ ନିଜ ଅଭିଭାଷଣରେ ବରଗଡ ଜିଲାର ସ୍ଵାଧୀନତା ସଂଗ୍ରାମୀଙ୍କ ବୀରତ୍ଵ ଏବଂ ବଳିଦାନର ଇତିହାସ ବିଷୟରେ କହିବା ସହ ଜିଲାରେ ପ୍ରଶାସନ ଦ୍ୱାରା ବିଭିନ୍ନ ଜନହିତକର କାର୍ଯ୍ୟକଳାପ ଏବଂ ଯୁଗୋଯୋଗୀ କାର୍ଯ୍ୟ ସମସ୍ତ ବିଷୟରେ କହିଥିଲେ । ଏତଦବ୍ୟତୀତ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଆଲୋକପାତ କରି ଶିକ୍ଷା, ସ୍ୱାସ୍ଥ୍ୟ ସେବା, କ୍ରିଡା, ଗମନାଗମନ ଭଳି ବିଭିନ୍ନ କ୍ଷେତ୍ରରେ ବିକାଶ କରିବା ସହ ରାଜ୍ୟର ପ୍ରଥମ ଜିଲା ଭାବେ ଗଠନ କରିବା ପାଇଁ ସମସ୍ତ ଜିଲାବାସୀଙ୍କ ସହଭାଗୀତା ଲୋଢିଥିଲେ । ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର ଏବଂ ମଧୁଛନ୍ଦା ସାହୁ, ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହି ସମସ୍ତଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ଜିଲା କାରାଗାର ସମସ୍ତ ଅନ୍ତେବାସୀଙ୍କୁ ମିଷ୍ଟାନ୍ନ କରିବା ପରେ ଜିଲା ମୁଖ୍ୟ କିକିତ୍ସାଳୟରେ ବୃକ୍ଷ ରୋପଣ ଏବଂ ସରସରାରେ ଦୁର୍ଘଟଣାରେ ଆହତ ଛାତ୍ରୀଛାତ୍ର ଏବଂ ରୋଗୀଙ୍କୁ ଫଳ ବଣ୍ଟନ କରିଥିଲେ । ପ୍ରତ୍ୟୁଷରେ ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଡାକବାଜି ଯନ୍ତ୍ର ଯୋଗେ ସହରରେ ରାମଧୂନ ଓ ଦେଶାତ୍ମବୋଧକ ସଂଗୀତ ପରିବେଷଣ ସହ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଦ୍ୱାରା ପ୍ରଭାତଫେରୀ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଏବଂ ବରିଷ୍ଠ ଜିଲାସ୍ତରୀୟ ଅଧିକାରୀ ମିଳିତ ଭାବେ ଜିଲ୍ଲା ମୁଖ୍ୟାଳୟରେ ଥିବା ସମସ୍ତ ସ୍ଵାଧୀନତା ସଂଗ୍ରାମୀ ତଥା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?