ବାତ୍ୟାକୁ ନେଇ ଆକ୍ସନରେ ଜିଲାପାଳ: ୩ ଦିନ ବନ୍ଦ ରହିବ କଳିଙ୍ଗା ଘାଟି କାର୍ଯ୍ୟ

ଫୁଲବାଣୀ,୨୬ା୧୦(ରାକେଶ କୁମାର ରାଉତ): ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’କୁ ନଜରରେ ରଖି କଳିଙ୍ଗା ଘାଟିରେ ଚାଲିଥିବା କାର୍ଯ୍ୟ ୩ ଦିନ ବନ୍ଦ ରଖିବାକୁ କନ୍ଧମାଳ ଜିଲାପାଳ ବେଦଭୂଷଣ ନିର୍ଦ୍ଦେଶ ଦେଇଛନ୍ତି।

୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ରହିବ। ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୬ରେ ଘାଟିରେ ଭୂସ୍ଖଳନ ହୋଇ ରାସ୍ତା ଧୋଇ ଯାଇଥିଲା। ଏହାର ମରାମତି କାର୍ଯ୍ୟ ବର୍ତ୍ତମାନ ଚାଲୁ ଥିବାରୁ ଯାତାୟାତ ବନ୍ଦ ରହିଛି। ତେବେ କିଛି ଅମାନିଆ ଲୋକ କଟକଣା ନ ମାନି ଯାତାୟାତ କରୁଛନ୍ତି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୩ ଦିନ ମଧ୍ୟରେ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଧନଜୀବନ ହାନୀକୁ ନଜରରେ ରଖି ଯାତାୟତ ସମ୍ପୂର୍ଣ୍ଣ ବନ୍ଦ ରଖିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ପାଳନ ଦିଗରେ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri