ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଛି।

ସିଡିପିଓ ନଳିନୀ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁବ୍ୟବହାର କରୁଥିବା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଜିଲାପାଳ ମନୋଜ ସତ୍ୟବାନ ମହାଜନ ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ଅତିରିକ୍ତ ଜିଲାପାଳଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିଲେ।

ଅତିରିକ୍ତ ଜିଲାପାଳଙ୍କ ତଦନ୍ତ ରିପୋର୍ଟ ପାଇବା ପରେ ଜିଲାପାଳ ପତ୍ର ସଂଖ୍ୟା ୨୬୬୫ରେ ତାରିଖ-୨/୦୯/୨୦୨୬ରେ ସିଡିପିଓ ନଳିନୀଙ୍କୁ ଜୟପୁର ସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଡେପୁଟେସନରେ ବଦଳି କରାଯାଇଛି। ଜୟପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସିଡିପିଓ ସନ୍ଧ୍ୟାରାଣୀ ପାତ୍ରଙ୍କୁ ସୁନାବେଢାକୁ ଡେପୁଟେସନରେ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri