ଗାଁ ପିଣ୍ଡିରେ ବସି ଲୋକଙ୍କ ଦୁଃଖ ଶୁଣିଲେ ଜିଲାପାଳ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟ ସରକାର ଗ୍ରାମାଞ୍ଚଳ, ଉପାନ୍ତ ଅଞ୍ଚଳରେ ବୁଲି ଲୋକଙ୍କ ଦୁଃଖ ବୁଝିବା ପାଇଁ ଜିଲାପାଳଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ଉପାନ୍ତ ଅଞ୍ଚଳରେ ଲୋକମାନଙ୍କ ସହ ସିଧାସଳଖ ଯୋଡ଼ି ହୋଇ ଦୁଃଖ ବୁଝିବା ପାଇଁ ଜିଲାପାଳ ନିଜେ ଉପାନ୍ତ ଅଞ୍ଚଳରେ ବାଇକ୍‌ରେ ବୁଲିଥିଲେ। ଶୁକ୍ରବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଉପାନ୍ତ ଅଞ୍ଚଳ ବତିଘର ପଞ୍ଚାୟତରେ ବାଇକ୍‌ ଚଢ଼ି ଲୋକମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଗଁା ବରଗଛ ପିଣ୍ଡିରେ ବସି ଲୋକଙ୍କ ଦୁଃଖ ଶୁଣିଲେ। କିପରି ସମସ୍ୟା ସମାଧାନ ହେବ ଗଁା ଲୋକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ବତିଘର ପଞ୍ଚାୟତ ଗସ୍ତ ପୂର୍ବରୁ ପେଟଛେଲା ପଞ୍ଚାୟତର ପେଟଛେଲା ଗଁା ମୁଣ୍ଡ ବରଗଛ ପିଣ୍ଡିରେ ବସି ଲୋକଙ୍କ ସହ ଆଲୋଚନା କରିଥିଲେ। ବିଦ୍ୟାଳୟରେ ଶ୍ରେଣୀ ଗୃହ ଅଭାବ, ପାନୀୟ ଜଳ ସମସ୍ୟା, ଗଁାକୁ ସବୁଦିନିଆ ରାସ୍ତା ନିର୍ମାଣ, ଚାଷ ଜମିକୁ ଲୁଣା ପାଣି ପ୍ରବେଶକୁ ନେଇ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହେବା, ଜଳ ନିକାସ ବିଭାଗ ନାଳ କାର୍ଯ୍ୟ ଅଧାପନ୍ତରିଆ କରି ବିଭାଗୀୟ ଅଧିକାରୀଙ୍କ ଅବହେଳା ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ ସ୍ଥାନୀୟ ଲୋକେ କରିଥିଲେ। ସେହିପରି ଚାଷ ଜମି ପରିଦର୍ଶନ କରିଥିଲେ। ପେଟଛେଲା ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଙ୍କଠାରୁ ଜଳବାୟୁ ପରିବର୍ତ୍ତନ ପ୍ରଭାବ ଯୋଗୁ କ’ଣ କ୍ଷତି ହେଉଛି ପଚାରି ବୁଝିଥିଲେ। ପିଲାମାନେ ବୃକ୍ଷ ରୋପଣ ଓ ପ୍ଲାଷ୍ଟିକ ବର୍ଜନ ସମ୍ପର୍କରେ ଜିଲାପାଳ କହିଥିଲେ। ଲୋକମାନଙ୍କଠାରୁ ପେଟଛେଲା ମୌଜାର ବହୁବିଧ ସମସ୍ୟା ସମାଧାନ ପାଇଁ ଜିଲାପାଳ ପ୍ରତିଶ୍ରୁତି ଦେଇଥିଲେ। ପରେ ପେଟଛେଲା ଗଁା ନେତାଜୀ ସୁବାଷ ବୋଷ କ୍ଲବ ପରିସରରେ ଜିଲାପାଳ ବୃକ୍ଷରୋପଣ କରିଥିଲେ। ପରେ ଅପରାହ୍ନରେ ବତିଘର ପଞ୍ଚାୟତର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଜିଲାପାଳଙ୍କ ଗସ୍ତ ସମୟରେ ବିଡିଓ ସାଗର କୁମାର ନନ୍ଦ, ତହସିଲଦାର ମାନସ ରଞ୍ଜନ ତ୍ରିପାଠୀ, ନେଚର୍ସ କ୍ଲବ ମୁଖ୍ୟ ମଧୁସ୍ମିତ ପତି, ପେଟଛେଲା ସରପଞ୍ଚ ପ୍ରସନ୍ନ କୁମାର ବେହେରା, ସମିତିସଭ୍ୟ ସତ୍ୟବ୍ରତ ବେହେରା, ପୂର୍ବତନ ସରପଞ୍ଚ ନାଥ କୁମାର ଭୋଳ, ସାମାଜିକ କର୍ମୀ ବାଦଲ କର, ନିତାଇ ମଣ୍ଡଳଙ୍କ ସମେତ ବତିଘର ପଞ୍ଚାୟତ ସରପଞ୍ଚ ଶିବାନୀ ବିଜୁଳିଙ୍କ ସମେତ ବହୁସଂଖ୍ୟାରେ ମହିଳାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri