ଛାତ୍ରାବାସରେ ସାପକାମୁଡ଼ାରେ ୩ ଛାତ୍ରୀଛାତ୍ର ମୃତ୍ୟୁ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଜାଲି ପଞ୍ଚାୟତ ନିଶ୍ଚିନ୍ତପୁର ଗ୍ରାମରେ ଥିବା ବେସରକାରୀ ଛାତ୍ରାବାସରେ ଶୋଇଥିବା ବେଳେ ଶନିବାର ରାତିରେ ବିଷାକ୍ତ ସାପ କାମୁଡ଼ାରେ ୩ ଜଣ ଅନ୍ତେବାସୀଙ୍କ ମୃତ୍ୟୁ ହୋଇଛି। ଜଣେ ଛାତ୍ର ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର ହୋଇଛନ୍ତିି। ମୃତକଙ୍କ ମଧ୍ୟରେ ୨ ଜଣ ଛାତ୍ରୀ ଏବଂ ଜଣେ ଛାତ୍ର ଅଛନ୍ତି। ଜଣେ ଅବସରପ୍ରାପ୍ତ ଶିକ୍ଷକ ଖଗେଶ୍ୱର ମହାନ୍ତ ନିଶ୍ଚିନ୍ତପୁର ଗ୍ରାମରେ ଏକ ବେସରକାରୀ ଛାତ୍ରାବାସ କରି ପିଲାଙ୍କୁ ରଖିଥିଲେ। ଉକ୍ତ ଛାତ୍ରାବାସରେ ୯୦ ଜଣ ଅନ୍ତେବାସୀ ରହୁଥିଲେ। ମୃତକମାନେ ହେଲେ ଘଟଗାଁ ବ୍ଲକ ବଡ଼ବେରବେଡ଼ା ଗ୍ରାମର ଗୋବର୍ଦ୍ଧନ ନାଏକଙ୍କ ତୃତୀୟ ଶ୍ରେଣୀରେ ପଢୁଥିବା ଝିଅ ଏଲିନା (୮), ଯୋଡ଼ା ବ୍ଲକ ଉଚ୍ଚବାଲି ଗ୍ରାମର ଛତିଶ କୁମାର ନାଏକଙ୍କ ତୃତୀୟ ଣ୍ରେଣୀରେ ପଢୁଥିବା ଝିଅ ସ୍ନେହାଶ୍ରୀ (୯), ବାମେବାରୀ ଥାନା ନୟାଗଡ଼ ଅଞ୍ଚଳର ମନୋଜ କୁମାର ନାଏକଙ୍କ ପଞ୍ଚମ ଶ୍ରେଣୀରେ ପଢୁଥିବା ପୁଅ ରାଜା (୧୦) ବୋଲି ଜଣାପଡିଛି। ଗୁରୁତର ଜଣକ ହେଲେ ବଡ଼ବିଲ ଥାନା ଠାକୁରାଣୀ ଗ୍ରାମର ରଞ୍ଜନ ନାଏକଙ୍କ ପଞ୍ଚମ ଶ୍ରେଣୀରେ ପଢୁଥିବା ପୁଅ ଆକାଶ (୧୨)। ସମସ୍ତ ଅନ୍ତେବାସୀଙ୍କ ଶୋଇବା ପାଇଁ ଖଟ ଦିଆଯାଇ ନ ଥିବାରୁ ସପ ପକାଇ ତଳେ ଶୋଇଥିଲେ। ବର୍ଷକୁ ଛାତ୍ରୀଛାତ୍ରଙ୍କ ପିଛା ୨୦ ହଜାର ଟଙ୍କା ନେଉଥିବା ବେଳେ ଅସ୍ବାସ୍ଥ୍ୟକର ପରିବେଶରେ ଆଜବେଷ୍ଟସ ଘରେ ଅନ୍ତେବାସୀ ବିପଦପୂର୍ଣ୍ଣ ଭାବେ ରହୁଥିଲେ ବୋଲି ଅଭିଯୋଗ ହୋଇଛି । ଏନେଇ ଜିଲାପାଳ ଆଶିଷ ଠାକରେ ଏହାର ତଦନ୍ତ ଆଦେଶ କରିଥିବା କହିଛନ୍ତି। ତଦନ୍ତ ପାଇଁ ଘଟଣାସ୍ଥଳକୁ ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ନଏକଙ୍କ ସମେତ ୨ ଜଣ ଏବିଇଓ ଗୋବିନ୍ଦ ଚନ୍ଦ୍ର ସାହୁ ନରେନ୍ଦ୍ର କୁମାର ନାଏକ ଘଟଣାସ୍ଥଳକୁ ଯାଇ ତଦନ୍ତ କରି ତହସିଲଦାରଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି। କୋଚିଂ ସେଣ୍ଟରର ମାଲିକ ଖଗେଶ୍ୱର ମହାନ୍ତ କହିଛନ୍ତି, ସେ ପିଲାମାନଙ୍କ ସହିତ ତଳେ ସବୁଦିନ ଭଳି ଶୋଇଥିଲେ। ତେବେ ଦୁର୍ଭାଗ୍ୟର ବିଷୟ ଏଭଳି ଅଘଟଣ ଘଟିଗଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri