ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର ସହିତ ନେଇଛନ୍ତି। ଶନିବାର ଜିଲାପାଳ ଗୋୟଲ ଏହି ଘଟଣାକୁ ନେଇ କହିଛନ୍ତି, ବିଜେପୁରସ୍ଥିତ ଅମୃତଧାରା ନର୍ସିଂହୋମ ବିରୋଧରେ ସେଭଳି ଅଭିଯୋଗ ମିଳିଛି। ଅଭିଯୋଗ ପାଇବା ପରେ ଏକ ତଦନ୍ତ କମିଟି ଗଠନ କରାଯାଇଛି। କମିଟିରେ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ ମଧ୍ୟ ଅଛନ୍ତି। ତଦନ୍ତ ରିପୋର୍ଟ ମିଳିବା ପରେ ବିହିତ କାର୍ଯ୍ୟାନୁଷ୍ଠାନ ନିଆଯିବ। ତେବେ ତଦନ୍ତ କମିଟିର ରିପୋର୍ଟ କିଭଳି ଆସିବ ଏବଂ ତଦନ୍ତ ପରେ ନର୍ସିଂହୋମ ତଥା ପ୍ରସୂତିଙ୍କୁ ଚିକିତ୍ସା କରିଥିବା ଡାକ୍ତରଙ୍କ ବିରୋଧରେ କିଭଳି କାର୍ଯ୍ୟାନୁଷ୍ଠାନ ନିଆଯିବ, ସେଥିପ୍ରତି ଏବେ ସମସ୍ତଙ୍କ ନଜର ରହିଛି।

ସୂଚନା ଅନୁଯାୟୀ, ଗତମାସ ୨୩ତାରିଖ ସକାଳ ପ୍ରାୟ ୭ଟାରେ ବିଜେପୁର ବ୍ଲକ ବେନିଆଁଚାଳ ପଞ୍ଚାୟତ ଟୁହିଆମାଲ ଗ୍ରାମର ନାରାୟଣ ମହାନନ୍ଦ ତାଙ୍କ ଗର୍ଭବତୀ ସ୍ତ୍ରୀ ନଳିନୀ ୪ମାସର ଅନ୍ତଃସତ୍ତ୍ୱା ଥିବାବେଳେ ପେଟ ଯନ୍ତ୍ରଣା ହେବାରୁ ଚିକିତ୍ସା ପାଇଁ ଉପରୋକ୍ତ ନର୍ସିଂହୋମକୁ ଆଣିଥିଲେ। ଡାକ୍ତରଖାନାକୁ ପହଞ୍ଚିବା ସମୟରେ ଡାକ୍ତର ଉପସ୍ଥିତ ନ ଥିବାରୁ ସେଠାରେ କାର୍ଯ୍ୟରତ ନର୍ସ ନଳିନୀଙ୍କୁ ଇଞ୍ଜେକ୍ସନ, ସାଲାଇନ ଦେଇ ଚିକିତ୍ସା କରିଥିଲେ।

ଅନ୍ୟପଟେ ପେଟ ଯନ୍ତ୍ରଣା ବଢ଼ି ଚାଲିଥିଲା ଏବଂ ଦୀର୍ଘ ସମୟ ଧରି ଡାକ୍ତର ଆସି ନ ଥିଲେ। ଫଳରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରିବା ପାଇଁ ବାରମ୍ବାର ନିବେଦନ ସତ୍ତ୍ୱେ ତାହା କରାଯାଇ ନ ଥିଲା। ଅପରପକ୍ଷେ ବିଳମ୍ବରେ ଅର୍ଥାତ୍‌ ଦିନ ପ୍ରାୟ ୨ଟାରେ ଡାକ୍ତର ଆସି ଚିକିତ୍ସା ଆରମ୍ଭ କରିଥିଲେ ଏବଂ ବିଳମ୍ବରେ ଅଲଟ୍ରାସାଉଣ୍ଡ କରିଥିଲେ। ଅଲଟ୍ରାସାଉଣ୍ଡ୍‌ ରିପୋର୍ଟ ଆସିବା ପରେ ଗର୍ଭସ୍ଥ ଶିଶୁ ମୃତ ଥିବା ଦର୍ଶାଇ ଗର୍ଭପାତ କରିଥିଲେ। ତେବେ ଗର୍ଭପାତ ପରେ ତାଙ୍କ ସ୍ତ୍ରୀଙ୍କ ଅବସ୍ଥା ଆହୁରି ବିଗିଡ଼ି ଯାଇଥିଲା ଏବଂ ଏହାପରେ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ନାରାୟଣ ଅଭିଯୋଗ କରିଛନ୍ତି।

ତେବେ ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିବା ପରେ ସେଠାରୁ ପୁଣି ତାଙ୍କୁ ଭିମସାର୍‌, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା ଏବଂ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ନଳିନୀଙ୍କ ମୃତ୍ୟୁ ହୋଇଥିଲା। ଏ ନେଇ ଗତମାସ ୨୯ତାରିଖ ନାରାୟଣ ଜିଲାପାଳଙ୍କଠାରେ ଲିଖିତ ଅଭିଯୋଗ କରିବା ସହିତ ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?