ତାରିଣୀ ପୀଠରେ ଜିଲାପାଳ, ଏସ୍‌ପି

କେନ୍ଦୁଝର/ଘଟଗାଁ, ୮।୪ (ସ୍ବ.ପ୍ର.): କେନ୍ଦୁଝର ଜିଲାପାଳ ଆଶୀଷ ଠାକରେ ଓ ଏସ୍‌ପି ମିତ୍ରଭାନୁ ମହାପାତ୍ର ବୁଧବାର ଘଟଗାଁ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା ଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ପାଳନ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ କରାଯାଇଥିବା ପ୍ରସ୍ତୁତି ସମୀକ୍ଷା କରିଛନ୍ତି ା ବିଶେଷ କରି କରୋନା ସଂକ୍ରମଣ କିପରି ନ ବ୍ୟାପିବ ସେ ନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ କହିଛନ୍ତି। ସାମାଜିକ ଦୂରତ୍ୱ ରକ୍ଷା, ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରିବା ସହ ବାରିକେଡ ବ୍ୟବସ୍ଥା କରିବାକୁ କହିଥିଲେ।
ଆସନ୍ତା ୯ରୁ ୧୫ତାରିଖ ପର୍ଯ୍ୟନ୍ତ ଘଟଗାଁ ତାରିଣୀଙ୍କ ପ୍ରସିଦ୍ଧ ଚଇତି ଯାତ୍ରା ଅନୁଷ୍ଠିତ ହେବ। ଗତ ବର୍ଷ କରୋନା କଟକଣା ପାଇଁ ବନ୍ଦ ରହିଥିବା ବେଳେ ଚଳିତ ବର୍ଷ ଜିଲା ପ୍ରଶାସନ ସ୍ବତନ୍ତ୍ର ଗାଇଡ ଲାଇନ ପ୍ରସ୍ତୁତି କରିଛନ୍ତି ା ପଣା ସଂକ୍ରାନ୍ତି ଓ ମା’ଙ୍କ ବାର ମଙ୍ଗଳବାର ଅର୍ଥାତ ୧୩ ଓ ୧୪ ତାରିଖ ପ୍ରବଳ ଭକ୍ତ ସମାଗମ ହେବା ଆଶଙ୍କା କରି ଉକ୍ତ ଦୁଇ ଦିନ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଅନ୍ୟ ଦିନ ମାନଙ୍କରେ ସାମାଜିକ ଦୂରତ୍ୱ ଓ କୋଭିଡ ଆଇନ ପାଳନ ମୁତାବକ କେବଳ ମା’ଙ୍କ ଦର୍ଶନ ପାଇଁ ଅନୁମତି ଦିଆଯାଇଛି। ଦର୍ଶନ ପାଇଁ ଧାଡି ବ୍ୟବସ୍ଥା କରାଯାଇଛି। ଧାଡ଼ିରେ ଠିଆ ନ ହୋଇ ଦର୍ଶନ କରି ଭକ୍ତ ତୁରନ୍ତ ଚାଲିଯିବା ପାଇଁ ବ୍ୟବସ୍ଥା ହେବ। ସୁରକ୍ଷା ବ୍ୟବସ୍ଥା ପାଇଁ ପୋଲିସ ବଳ ମୁତୟନ କରିବା ସହ ପରିସରରେ ବାରିକେଡ ବ୍ୟବସ୍ଥା କରିବାକୁ କୁହାଯାଇଛି। ପ୍ରତ୍ୟେକ ୧୦ ମିଟରରେ ଜଣେ ଲେଖାଏ ସିକ୍ୟୁରିଟି ଗାର୍ଡ ମୁତୟନ ହେବେ। ମନ୍ଦିରକୁ ଠିକ ଭାବରେ ବିଶୋଧନ କରିବା ଉପରେ ଗୁରୁତ୍ୱରୋପ କରାଯାଇଛି ା ନିକଟବର୍ତ୍ତୀ ହୋଟେଲ ଗୁଡ଼ିକରେ ଉପରେ କଡା ନଜର ରଖିବା ପାଇଁ ସ୍ଥାନୀୟ ପ୍ରଶାସନଙ୍କୁ ଆଦେଶ କରାଯାଇଛି। ବୈଦ୍ୟୁତିକ ଗଣମାଧ୍ୟମ, ମା’ଙ୍କ େଓବ ସାଇଟ ତଥା ଏଲଇଡି ଟିଭି ମାଧ୍ୟମରେ ଉକ୍ତ ଦୁଇ ଦିନ ଭକ୍ତଙ୍କ ଦର୍ଶନ ପାଇଁ ବ୍ୟବସ୍ଥା କରାଯିବାକୁ ସ୍ଥିର ହୋଇଛି ା
ଜିଲାପାଳ ଓ ଏସପି ପ୍ରଥମେ ଟ୍ରଷ୍ଟ ବୋର୍ଡ ସହିତ ଆଲୋଚନା କରି ମନ୍ଦିର ପରିସର ବୁଲି ପ୍ରସ୍ତୁତି ଦେଖିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଟ୍ରଷ୍ଟ ବୋର୍ଡ ସଭାପତି ରାଜେନ୍ଦ୍ର ପଟ୍ଟନାୟକ, ବରିଷ୍ଠ ସଦସ୍ୟ କ୍ଷୀରୋଦ ପ୍ରସାଦ ଦାସ, ବଳଭଦ୍ର ନନ୍ଦ, ନିର୍ମଳ କୁମାର ମହାନ୍ତି, ଆନନ୍ଦ ଚନ୍ଦ୍ର ସିଂହ, କାର୍ଯ୍ୟନିର୍ବାହୀ ସଞ୍ଜୀବ ମହାପାତ୍ର, ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, ତହସିଲଦାର ଜନକ ନାୟକ, ଏସଡିପିଓ ରବିନ୍ଦ୍ର ମଲ୍ଲିକ, ଥାନା ଅଧିକାରୀ ଶ୍ୟାମଘନ ବେହେରା, ବିଡିଓ ନାରାୟଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri