ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି.
କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ର ମିଳିତ ଅଭିଯୋଗ ଶୁଣାଣି କରିଥିଲେ। ୧୨୦ଟି ଅଭିଯୋଗପତ୍ର ଉଭୟ ଗ୍ରହଣ କରିଥିଲେ। ସେଥି ମଧ୍ୟରୁ ୧୧୧ଟି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ୯ଟି ସାମୂହିକ ଅଭିଯୋଗ ରହିଥିଲା। ୯ଟି ଅଭିଯୋଗର ସମାଧାନ ଜିଲାପାଳ ତତ୍‌କ୍ଷଣାତ କରିଥିଲେ। ଏଥିସହ ରେଡକ୍ରସ ଫଣ୍ଡରୁ ୯ ଜଣଙ୍କୁ ସହାୟତା ରାଶି ବାବଦରେ ୭୨୫୦୦ ଟଙ୍କା ପ୍ରଦାନ କରାଯାଇଥିଲା। ଜନଶୁଣାଣିରେ ମୁଖ୍ୟତଃ ମଧୁବାବୁ ପେନଶନ, ପିଏମ ଆବାସ ଓ ଅନ୍ତୋର୍ଦୟ ଗୃହ ଯୋଜନାରେ ଗୃହ ବଣ୍ଟନ,ରାଶନ କାର୍ଡ, ଜମିଜମା ସମ୍ପର୍କିତ ସମେତ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଦରଖାସ୍ତ ହସ୍ତଗତ ହୋଇଥିଲା। ଜିଲାପାଳ ଓ ଏସ୍‌ପି ଆସିଥିବା ଅଭିଯୋଗ ଗୁଡ଼ିକର ତୁରନ୍ତ ସମାଧାନ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଶିବିରରେ ଉପଜିଲାପାଳ ଉମା ଶଙ୍କର ବେହେରା, ଅତିରିକ୍ତ ଆରକ୍ଷୀ ଅଧିକାରୀ ରଞ୍ଜନ କୁମାର ଦେ, ଅତିରିକ୍ତ ଉପଜିଲ୍ଲାପାଳ ପ୍ରଧାନ ଟୁଲିଆମା, ଭଞ୍ଜନଗର ମେଡିକାଲ ଅଧିକ୍ଷକ ଡ଼.ସିତାଶୁଂ ଶେଖର ଶତପଥି, ଭଞ୍ଜନଗର ବିଡିଓ ଭାରତୀ ଦେବୀ, ତହସିଲଦାର ଅଭିପ୍ସା ପଟ୍ଟନାୟକ, ଭଞ୍ଜନଗର ମ୍ୟୁନିସିପାଲଟି କାର୍ଯ୍ୟ ନିର୍ବାହୀ ଅଧିକାରୀ ମୁରଲି କୃଷ୍ଣ ପଣ୍ଡା ଓ ଅନ୍ୟ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ। ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀଙ୍କ ସମେତ ବ୍ଲକ କର୍ମଚାରୀ ଉପସ୍ଥିତରହି ଜନଶୁଣାଣି ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri