ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି.
କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍ପି ଶୁଭେନ୍ଦୁ କୁମାର ପାତ୍ର ମିଳିତ ଅଭିଯୋଗ ଶୁଣାଣି କରିଥିଲେ। ୧୨୦ଟି ଅଭିଯୋଗପତ୍ର ଉଭୟ ଗ୍ରହଣ କରିଥିଲେ। ସେଥି ମଧ୍ୟରୁ ୧୧୧ଟି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ୯ଟି ସାମୂହିକ ଅଭିଯୋଗ ରହିଥିଲା। ୯ଟି ଅଭିଯୋଗର ସମାଧାନ ଜିଲାପାଳ ତତ୍କ୍ଷଣାତ କରିଥିଲେ। ଏଥିସହ ରେଡକ୍ରସ ଫଣ୍ଡରୁ ୯ ଜଣଙ୍କୁ ସହାୟତା ରାଶି ବାବଦରେ ୭୨୫୦୦ ଟଙ୍କା ପ୍ରଦାନ କରାଯାଇଥିଲା। ଜନଶୁଣାଣିରେ ମୁଖ୍ୟତଃ ମଧୁବାବୁ ପେନଶନ, ପିଏମ ଆବାସ ଓ ଅନ୍ତୋର୍ଦୟ ଗୃହ ଯୋଜନାରେ ଗୃହ ବଣ୍ଟନ,ରାଶନ କାର୍ଡ, ଜମିଜମା ସମ୍ପର୍କିତ ସମେତ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଦରଖାସ୍ତ ହସ୍ତଗତ ହୋଇଥିଲା। ଜିଲାପାଳ ଓ ଏସ୍ପି ଆସିଥିବା ଅଭିଯୋଗ ଗୁଡ଼ିକର ତୁରନ୍ତ ସମାଧାନ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଶିବିରରେ ଉପଜିଲାପାଳ ଉମା ଶଙ୍କର ବେହେରା, ଅତିରିକ୍ତ ଆରକ୍ଷୀ ଅଧିକାରୀ ରଞ୍ଜନ କୁମାର ଦେ, ଅତିରିକ୍ତ ଉପଜିଲ୍ଲାପାଳ ପ୍ରଧାନ ଟୁଲିଆମା, ଭଞ୍ଜନଗର ମେଡିକାଲ ଅଧିକ୍ଷକ ଡ଼.ସିତାଶୁଂ ଶେଖର ଶତପଥି, ଭଞ୍ଜନଗର ବିଡିଓ ଭାରତୀ ଦେବୀ, ତହସିଲଦାର ଅଭିପ୍ସା ପଟ୍ଟନାୟକ, ଭଞ୍ଜନଗର ମ୍ୟୁନିସିପାଲଟି କାର୍ଯ୍ୟ ନିର୍ବାହୀ ଅଧିକାରୀ ମୁରଲି କୃଷ୍ଣ ପଣ୍ଡା ଓ ଅନ୍ୟ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ। ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀଙ୍କ ସମେତ ବ୍ଲକ କର୍ମଚାରୀ ଉପସ୍ଥିତରହି ଜନଶୁଣାଣି ପରିଚାଳନାରେ ସହଯୋଗ କରିଥିଲେ।