ଜନଅଭିଯୋଗ ଶୁଣାଣିକୁ ଆସିଲେନି ଜିଲାପାଳ-ଆରକ୍ଷୀ ଅଧୀକ୍ଷକ, ଜିଲାପାଳଙ୍କ ଅନୁପସ୍ଥିତିରେ…

ପାଟଣା,୧୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ହୋଇଥିଲା। ତେବେ ଖୋଦ ଜିଲାପାଳ ଆଉ ଆରକ୍ଷୀ ଅଧୀକ୍ଷକଙ୍କ ଅନୁପସ୍ଥିତ ରହିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏଥିରେ ମୋଟ ୭୬ଟି ଲିଖିତ ଅଭିଯୋଗର ଶୁଣାଣି ହୋଇଥିଲା। ୪ଜଣ ଦିବ୍ୟାଙ୍ଗଙ୍କ ମଧ୍ୟରୁ ୨ଜଣଙ୍କୁ ବ୍ୟାଟେରି ଚାଳିତ ଓ ୨ଜଣଙ୍କୁ ମାନୁଆଲ ହ୍ବିଲ ଚେୟାର ବଣ୍ଟନ କରାଯାଇଥିଲା।

ଅଭିଯୋଗଗୁଡ଼ିକ ମଧ୍ୟରେ ପାନୀୟ ଜଳ ଯୋଗାଣ, ଚାଷଜମିକୁ ଜଳ ଯୋଗାଣ, ରାଶନକାର୍ଡରେ ସଂଯୋଗ ଆବାସ ଯୋଜନା, ଦିବ୍ୟାଙ୍ଗ, ବିଧବା, ବାର୍ଦ୍ଧକ୍ୟ ଭତ୍ତା ରାଶନକାର୍ଡ ଆଦି ଅନ୍ତର୍ଭୁକ୍ତ ଥିଲା।

ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର କୁମାର ପ୍ରଧାନ ଅଭିଯୋଗ ଶୁଣାଣି କରିଥିଲେ। ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗ ଭୂଷଣ, ଆଡିଶନାଲ  ଏସ୍‌ପି ହରପ୍ରିୟା ନାଏକ, ଜିଲା ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ବସନ୍ତ କୁମାର ପାତ୍ର, ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା, ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ, ଡିଡବ୍ଲ୍ୟୁଓ ପ୍ରବୀର ଦେଓ, ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟ, ତହସିଲଦାର ଲୀଳାବତୀ ନାୟକ, ଏସ୍‌ଡିପିଓ ଘଟଗାଁ ବିଜୟ କୃଷ୍ଣ ମହାପାତ୍ର, ରେଞ୍ଜର ବନବିହାରୀ ସର୍ଦ୍ଦାର, ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡା.ଶୁଭେନ୍ଦୁ ସାଗର କୁମାର ନାଏକ, ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାନ୍ତ, ସହକାରୀ ଯନ୍ତ୍ରୀ ସିଦ୍ଧ ମାଝୀ, ସାମାଜିକ ସୁରକ୍ଷା ଅଧିକାରୀ ଅଭୟ କୁମାର ବେହେରା, ଜିପିଡିଓ ରଶ୍ମିରେଖା ମହାନ୍ତି, ପାଟଣା ଥାନାଧିକାରୀ ମାନସ କୁମାର ମହାକୁଡ଼ ପ୍ରମୁଖ ଉପସ୍ଥିତ ଥିଲେ। ଏତଦ୍‌ବ୍ୟତୀତ ବ୍ଲକ ଓ ଜିଲାସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଏପିଇଓ ଦୀପକ ବେହେରା, ବିଏଲସି ସସ୍ମିତା ସାହୁ, ବ୍ଲକ କର୍ମଚାରୀ ମିତା ନାଏକ,ସଂଘମିତ୍ରା ବାରିକ, ଡିଓ ବିନୋଦ ସାହୁ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?