୬୨ଟି ମାମଲାର ଶୁଣାଣି କଲେ ଜିଲାପାଳ, ଆରକ୍ଷୀ ଅଧୀକ୍ଷକ : ଖାଲି ଥିବା ସ୍ପେସିଆଲିଷ୍ଟ ଡାକ୍ତର ପଦବୀ ପୂରଣ ପାଇଁ ଦାବିପତ୍ର

ପାଟଣା,୨୩।୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ସୋମବାର ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକ ମିଳିତ ଜନ ଅଭିଯୋଗ ଶୁଣାଣି କରି ଥିଲେ। ଏଥିରେ ମୋଟ ୬୨ଟି ଲିଖିତ ଅଭିଯୋଗର ଶୁଣାଣି ହୋଇଥିଲା। ୭ଜଣ ଭିନ୍ନକ୍ଷମଙ୍କୁ ବ୍ୟାଟେରୀ ଚାଳିତ ହ୍ବିଲ ଚେୟାର ବଣ୍ଟନ କରାଯାଇଥିଲା। ପ୍ରମୁଖ ଅଭିଯୋଗ ଗୁଡ଼ିକ ମଧ୍ୟରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ପେସିଆଲିଷ୍ଟ ଡାକ୍ତର ନିଯୁକ୍ତି, ଅଧା ଥିବା ସ୍ବାମ ମନ୍ଦିର ନିର୍ମାଣ, ଟାଙ୍ଗରପଡ଼ା ରାଜସ୍ବ ନୀରିକ୍ଷକ ଅନ୍ତର୍ଗତ ଅଣ ଜଳ ସେଚିତ ଜମିରେ ଜଳ କର ଉଚ୍ଛେଦ, ରାସନ କାର୍ଡ, ଭିନ୍ନକ୍ଷମ, ବିଧବା, ବାର୍ଦ୍ଧକ୍ୟ ଭତ୍ତା,ଆଦି ଅନ୍ତର୍ଭୁକ୍ତ ଥିଲା। ଜିଲାପାଳ ବିଶାଲ ସିଂ, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର ଦାଗୁଡୁ, ଡିଏଫଓ ଧନରାଜ ହନୁମନ୍ତ ଧାମ ଧେର ଅଭିଯୋଗ ଶୁଣାଣି କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲା ଓ ବ୍ଲକର ସମସ୍ତ ବିଭାଗୀୟ ଅଧିକାରୀ ଙ୍କ ସହ ପାଟଣା ବିଡ଼ିଓ ମାନସ କୁମାର ଦଣ୍ଡପାଟ ,ତହସିଲଦାର ଅଶିନୀ କୁମାର ନାଏକ,ଏସଡିପିଓ ଘଟଗାଁର ବିଜୟ କୃଷ୍ଣ ମହାପାତ୍ର,ରେଞ୍ଜର ବନବିହାରୀ ସର୍ଦ୍ଦାର, ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡା.ଶୁଭେନ୍ଦୁ ସାଗର କୁମାର ନାଏକ, ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ଅମାନ୍ତ, ସାମାଜିକ ସୁରକ୍ଷା ଅଧିକାରୀ ଅଭୟ କୁମାର ବେହେରା , ଜିପିଡି ଓ ରଶ୍ମି ରେଖା ମହାନ୍ତି,ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ଼, ଏପି ଓ ଦୀପକ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏତଦ ବ୍ୟତୀତ ବ୍ଲକ ଓ ଜିଲା ସ୍ତରୀୟ ସମସ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଏପିଇ ଓ ଦୀପକ ବେହେରା, ଯନ୍ତ୍ରୀ ମନୋଜ ପଣ୍ଡା, ଅଜୟ କୁମାର ଝା,ବି ଏଲ ସି ସସ୍ମିତା ସାହୁ, ଜମାଲ ଉଦ୍ଦିନ ଖାନ,ସଂଘମିତ୍ରା ବାରିକ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri