ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଦୃଢ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ଗ୍ରହଣ କରୁଥିବା ଅଭିଯୋଗରେ ଖଡ଼ିଆଳ ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକ ମୋହନ ବାଗଙ୍କୁ ତୁରନ୍ତ ଚାକିରିରୁ ନିଲମ୍ବିତ କରାଯାଇଛି।ସାମାଜିକ ଗଣମାଧ୍ୟମରେ ପ୍ରସାରିତ ଏକ ଭିଡିଓରେ ମୋହନ ବାଗ ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ଗ୍ରହଣ କରୁଥିବା ଅଭିଯୋଗ ଉଠିଥିଲା। ଏହି ଘଟଣା ସମ୍ପର୍କରେ ଖଡ଼ିଆଳ ବ୍ଲକ ଉନ୍ନୟନ ଅଧିକାରୀ ଏବଂ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-କମ-ନିର୍ବାହୀ ଅଧିକାରୀଙ୍କ ପୃଥକ ରିପୋର୍ଟ ଆଧାରରେ ତୁରନ୍ତ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଭିଯୋଗର ଗୁରୁତ୍ୱକୁ ବିଚାରକୁ ନେଇ ଏବଂ ତାଙ୍କ ବିରୋଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପ୍ରସ୍ତାବିତ ଥିବାରୁ ଓଡ଼ିଶା ସିଭିଲ ସର୍ଭିସେସ (ଶ୍ରେଣୀକରଣ, ନିୟନ୍ତ୍ରଣ ଓ ଅପିଲ) ନିୟମାବଳୀ, ୧୯୬୨ ଅନୁଯାୟୀ ତାଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବନ ଅବଧିରେ ତାଙ୍କର ମୁଖ୍ୟାଳୟ ସିନାପାଲି ତହସିଲ କାର୍ଯ୍ୟାଳୟରେ ନିର୍ଦ୍ଧାରଣ କରାଯାଇଛି। ସକ୍ଷମ କର୍ତ୍ତୃପକ୍ଷଙ୍କ ପୂର୍ବାନୁମତି ବିନା ସେ ମୁଖ୍ୟାଳୟ ଛାଡ଼ିପାରିବେ ନାହିଁ।ଏହି କାର୍ଯ୍ୟାନୁଷ୍ଠାନ ମାଧ୍ୟମରେ ଜିଲାପାଳ ମଧୁସୂଦନ ଦାଶ ପୁନର୍ବାର ସ୍ପଷ୍ଟ କରିଛନ୍ତି ଯେ, ଜିଲା ପ୍ରଶାସନ ଦୁର୍ନୀତି ପ୍ରତି ସମ୍ପୂର୍ଣ୍ଣ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରୁଛି। ସରକାରୀ କାର୍ଯ୍ୟରେ ଦୁର୍ନୀତି, ଅନିୟମିତତା କିମ୍ବା କ୍ଷମତାର ଅପବ୍ୟବହାରକୁ କୌଣସି ପରିସ୍ଥିତିରେ ପ୍ରଶ୍ରୟ ଦିଆଯିବ ନାହିଁ। ଏଭଳି ଅଭିଯୋଗ ସାମ୍ନାକୁ ଆସିଲେ ନିୟମାନୁସାରେ ତ୍ୱରିତ ଓ କଠୋର ପଦକ୍ଷେପ ଗ୍ରହଣ କରାଯିବ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

ବିବାହକୁ ପୂରିନି ମାସେ: ଜୁଲାଇ ୧୨ରେ ବାହାଘର ଅଗଷ୍ଟ ୫ରେ ହତ୍ୟା, ବାହାଘର ନା…

ନିଶ୍ଚିନ୍ତକୋଇଲି,୭।୮(ଅଶୋକ କୁମାର ମହାପାତ୍ର): ବାହାଘରକୁ ମାତ୍ର ୨୫ ଦିନ ହୋଇଥିବା ବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀ ହତ୍ୟା କରିଛନ୍ତି। କଟକ ଜିଲା ନେମାଳ ଥାନା ଅନ୍ତର୍ଗତ…

ମହିଳା ଥାନାରୁ ଚମ୍ପଟ ମାରିଥିଲେ ବଳାତ୍କାର ଅଭିଯୁକ୍ତ: ବେଙ୍ଗାଲୁରୁରୁ ଗିରଫ

ଭୁବନେଶ୍ୱର,୭।୮: କମିଶନରେଟ ପୋଲିସ ଶୁକ୍ରବାର ଭୁବନେଶ୍ୱର ମହିଳା ଥାନାରୁ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଜଳଖିଆ ଖାଇବା ବାହାନାରେ…

ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର…

ଚାରି ବର୍ଷର ବଳାତ୍କାର ପୀଡିତାଙ୍କ ଚିକିତ୍ସା କରିବାକୁ ମନା କଲେ; ଏବେ ହସ୍ପିଟାଲ ଗଣିବ ୧୨ ଲକ୍ଷ

ଗାଜିଆବାଦ,୭।୮: ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତର ପ୍ରଦେଶ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲକୁ ଜଣେ ଚାରି ବର୍ଷୀୟ ବଳାତ୍କାର ପୀଡିତାଙ୍କ ପରିବାରକୁ ଯଥାକ୍ରମେ ୧୦ ଲକ୍ଷ ଏବଂ ୨…

ଭାଜପା ସହ ମେଣ୍ଟ କରିବ ଅକାଳୀ ଦଳ! ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସୁଖବୀର ବାଦଲ

ଚଣ୍ଡିଗଡ଼/ନୂଆଦିଲ୍ଲୀ,୭।୮: ଶିରୋମଣି ଅକାଳୀ ଦଳ (ଏସଏଡି) ସଭାପତି ସୁଖବୀର ସିଂହ ବାଦଲ ଶୁକ୍ରବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସଂସଦର ମୌସୁମୀ ଅଧିବେଶନ ସମୟରେ…

ଚାଲିଥିଲା ଗଞ୍ଜେଇ କାରବାର, ମହିଳାଙ୍କ ସମେତ ୨ ଜଣଙ୍କୁ ଗିରଫ କରି…

ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରିବାରେ ସଫଳ ହୋଇଛି। ଗଡ଼ଖୋର୍ଦ୍ଧାସ୍ଥିତ ଗଡ଼ ଚଣ୍ଡିମନ୍ଦିର ନିକଟରେ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri