ଏପ୍ରିଲ ୨୯ରେ ହାଜର ହେବାକୁ ଜିଲାପାଳ,ତହସିଲଦାରଙ୍କୁ ନିର୍ଦ୍ଦେଶ

କେନ୍ଦୁଝର,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ତହସିଲ ଅଧୀନ ମଦନପୁର ମାଙ୍କଡ଼ାପଥର ଖଣିରୁ ବେଆଇନ ଖନନ ଓ ଚୋରା ଚାଲାଣ ମାମଲାର ବିଚାର କରି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) କେନ୍ଦୁଝର ଜିଲାପାଳ ଓ ଘଷିପୁରା ତହସିଲଦାରଙ୍କୁ ଏପ୍ରିଲ ୨୯ରେ ବ୍ୟକ୍ତିଗତ ହାଜର ପାଇଁ ଆଦେଶ ଦେଇଛନ୍ତି। ଚୋରା କାରବାର ବାବଦରେ ସମୁଦାୟ ୨,୨୧, ୭୪୬ ଟଙ୍କା ଫାଇନ୍‌ ଆଦାୟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ଲଢୁଥିବା ସରକାରୀ ଓକିଲ ସମାପିକା ମିଶ୍ର କୋର୍ଟଙ୍କୁ ଜଣାଇଛନ୍ତି। ତେବେ ମୋଟ ୭ କୋଟି ୩୦ ଲକ୍ଷ ଟଙ୍କା ଆଦାୟ ପାଇଁ ଆକଳନ କରାଯାଇଥିବା ବେଳେ ମାତ୍ର ୦.୨୫ ପ୍ରତିଶତ ଫାଇନ ଆଦାୟ ହୋଇପାରିଛି। ଏଣୁ ରାଜ୍ୟ ସରକାର ଏନେଇ ସାନି ସତ୍ୟପାଠ ଦାଖଲ କରି ଉକ୍ତ ଫାଇନ ଆଦାୟ ପାଇଁ କ’ଣ ପଦକ୍ଷେପ ନେଇଛନ୍ତି ସୂଚନା ଦେବାକୁ କୋର୍ଟ ଆଦେଶ ଦେଇଛନ୍ତି।
ପ୍ରକାଶ ଯେ, ବେଆଇନ ଭାବେ ଖଣି ଖନନ କରି ବ୍ୟାପକ ମାଙ୍କଡ଼ା ପଥର ଚୋରା ଚାଲାଣ ହୋଇଥିଲା। ଏନେଇ ଅଭିଯୋଗ ପରେ ମଧ୍ୟ ପ୍ରଶାସନ ନ ଶୁଣିବାରୁ ସ୍ଥାନୀୟ ଲୋକେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲଙ୍କ ଦ୍ୱାରସ୍ଥ ହୋଇଥିଲେ। ୨୦୧୯ରେ ଏହି ମାମଲା (ଅଭିଯୋଗ ଦରଖାସ୍ତ ନଂ.୧୧/୨୦୧୯) ଏନ୍‌ଜିଟିକୁ ଯାଇଥିଲା। ଉକ୍ତ ଖଣିରେ ପଥର ଖନନ ଯୋଗୁ ପରିବେଶ ପ୍ରଦୂଷଣ ହେବା ସହ ରାଜସ୍ବ କ୍ଷତି ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଏପରି କି ଖଣି ଚୋରି କରିଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। କ୍ଷତି ବାବଦକୁ ୭.୩୦ କୋଟି ଟଙ୍କା ଆଦାୟ କରିବା ସହ ସେମାନଙ୍କ ବିରୋଧରେ ଫାୈଜଦାରୀ ମାମଲା ରୁଜୁ କରିବା ପାଇଁ ଟ୍ରିବ୍ୟୁନାଲ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ହେଲେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରାଯାଇନାହିଁ। ସେହିପରି କୋର୍ଟଙ୍କ ଆଦେଶକୁ ଅବମାନନା କରି ପ୍ରଶାସନ ଠିକ୍‌ ତଥ୍ୟ ଦେଉ ନ ଥିବା ଏବଂ ସମୟ ଗଡ଼ାଇ ଚାଲିଥିବାରୁ କୋର୍ଟ ଜିଲାପାଳ ଓ ତହସିଲଦାରଙ୍କୁ ହାଜର ହେବା ଲାଗି ଆଦେଶ ଦେଇଥିବା ଆବେଦନକାରୀଙ୍କ ଓକିଲ ଶଙ୍କର ପାଣି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri