କଳିଙ୍ଗା ଘାଟିରେ ଭୂ-ସ୍ଖଳନ, ମରାମତି କାମ ବୁଲି ଦେଖିଲେ ଜିଲାପାଳ

ଜି.ଉଦୟଗିରି,୧୮ା୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟିରେ ୧୬ ତାରିଖ ମଙ୍ଗଳବାର ଅପରାହ୍ନ ସମୟରେ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁ ରାସ୍ତା ସମ୍ପୂର୍ଣ୍ଣ ଧୋଇ ହୋଇ ୪୦/୫୦ ଫୁଟର ବିରାଟ ଖାଲ ହୋଇଛି। ବୁଧବାରଠାରୁ ଜାତୀୟ ରାଜପଥ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲା ପରେ କାମ ଆରମ୍ଭ ହୋଇଛି। କନ୍ଧମାଳ ଜିଲାବାସୀଙ୍କ ପାଇଁ ଏହି ଘାଟି ରାସ୍ତାଟି ଜୀବନ ଜୀବିକା ହୋଇଥିବା ବେଳେ ବର୍ତ୍ତମାନ ପ୍ରାକୃତିକ ବିପର୍ଯ୍ୟୟରେ ଗଞ୍ଜାମ ଜିଲା ସହ କନ୍ଧମାଳ ଜିଲା ବିଚ୍ଛିନ୍ନ ହୋଇଛି। ଘଟଣା ଘଟିବାର ୪୨ ଘଣ୍ଟା ପରେ ଗୁରୁବାର ସକାଳ ପ୍ରାୟ ୧୧.୩୦ ମିନିଟରେ କନ୍ଧମାଳ ଜିଲାପାଳ ବେଦଭୂଷଣ କଳିଙ୍ଗାଘାଟିର ଭୂସ୍ଖଳନ ହୋଇଥିବା ସ୍ଥାନରେ ପହଞ୍ଚି ଜାତୀୟ ରାଜପଥ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଚଳିତବର୍ଷ ଅଧିକ ବର୍ଷା ହୋଇଥିବାବେଳେ ଲଗାଣ ବର୍ଷା ଯୋଗୁ ଏପରି ଭୂସ୍ଖଳନ ହୋଇଥିବା ବେଳେ ସୌଭାଗ୍ୟ ବଶତଃ ଧନ ଜୀବନ କ୍ଷତି ହୋଇନାହିଁ। ବର୍ତ୍ତମାନ ବ୍ରହ୍ମପୁର ଯିବା ପାଇଁ ବିକଳ୍ପ ରାସ୍ତା ଭାବେ ଟିକାବାଲି, ଚକାପାଦ ରାସ୍ତାକୁ ବ୍ୟବହାର କରାଯିବ। ଯଥା ସମ୍ଭବ ଚେଷ୍ଟା କରି ପାଣିପାଗ ଓ ବର୍ଷା ପରିସ୍ଥିତିକୁ ଅନୁଧ୍ୟାନ କରି ୭ରୁ ୧୦ ଦିନ ମଧ୍ୟରେ ଗାଡ଼ିମୋଟର ଯାତାୟାତ ପାଇଁ ପ୍ରଥମେ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯିବ। ପରେ ସ୍ଥାୟୀ ରାସ୍ତା କାମ ପରିସ୍ଥିତି ଅନୁକୂଳ ଦେଖି କରାଯିବ। ଏହି ଘାଟି ରାସ୍ତା ନିର୍ମାଣ ନିମନ୍ତେ ଏନ୍‌ଏଚ୍‌ ବିଭାଗ ଅଧିକାରୀଙ୍କୁ ଯେଉଁ ସବୁ ଅନୁମତିର ଆବଶ୍ୟକ ସେ ସବୁକୁ ପ୍ରଶାସନ ତରଫରୁ ପ୍ରଦାନ କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri