‘ଘଟଣା ବେଳେ ଡିଏଫ୍‌ଓଙ୍କ କ୍ୱାର୍ଟର୍ସରେ ଥିଲେ ଜିଲାପାଳ’

ପାରଳାଖେମୁଣ୍ଡି, ୧୮ା୮ (ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ର ଜେରା ଜାରି ରହିଛି। ମଙ୍ଗଳବାର ଦୁଇଟି ପର୍ଯ୍ୟାୟରେ ୬ ଜଣଙ୍କୁ ଜେରା କରାଯାଇଥିଲା। ଦ୍ୱିତୀୟ ଦିନର ଜେରାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌କୁ କେତେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି। ଏସିଏଫ୍‌ ପୋଡ଼ି ହେବା ସମୟରେ ଡିଏଫ୍‌ଓଙ୍କ କ୍ୱାର୍ଟର୍ସରେ ଗଜପତି ଜିଲାପାଳ ଲିଙ୍ଗରାଜ ପଣ୍ଡା ଥିଲେ ବୋଲି ଜେରାର ସମ୍ମୁଖୀନ ହୋଇଥିବା ମୁଖ୍ୟଫାଟକ ଜଗୁଆଳି ସନ୍ତୋଷ କୁମାର ବିଶ୍ୱାଳ ଗଣମାଧ୍ୟମକୁ କହିଛନ୍ତି। ଆବଶ୍ୟକସ୍ଥଳେ ସେ ଦିଗକୁ ମଧ୍ୟ ଧ୍ୟାନ ଦିଆଯିବ ବୋଲି କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ଜ୍ଞାନ ରଞ୍ଜନ ମିଶ୍ର କହିଛନ୍ତି। କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ପ୍ରଥମେ ପୂର୍ବାହ୍ନ ପ୍ରାୟ ୧୦ଟାରୁ ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ମୁଖ୍ୟଫାଟକ ଜଗୁଆଳି ସନ୍ତୋଷ ଓ ଡିଏଫ୍‌ଓଙ୍କ କ୍ୱାର୍ଟର୍ସରେ କାର୍ଯ୍ୟରତ ମାଳୀ ଅଜୟ କୁମାର ବେହେରାଙ୍କୁ ପ୍ରାୟ ୪ ଘଣ୍ଟା ଧରି ଜେରା କରିଥିଲା। ସେମାନେ ଘଟଣାଦିନ ରାତିରେ ବନ ବିଭାଗର କାର୍ଯ୍ୟାଳୟ ପରିସର ମଧ୍ୟରେ କେଉଁମାନେ ଉପସ୍ଥିତ ଥିଲେ ଓ କ’ଣ ସବୁ ଘଟିଥିଲା ତାହାର ସବିଶେଷ ତଥ୍ୟ କ୍ରାଇମବ୍ରାଞ୍ଚ ସମ୍ମୁଖରେ କହିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ସୌମ୍ୟଙ୍କୁ ନେଇଥିବା ଆମ୍ବୁଲାନ୍ସର ଡ୍ରାଇଭର ଦୟାନିଧି ଶବର, ତାଙ୍କ ସହଯୋଗୀ ଭଗବାନ ଭୂୟାଁ, ଫାର୍ମାସିଷ୍ଟ ପି. ସୁରେଶ ଏବଂ ଜିପିଏସ୍‌ କ୍ଲଷ୍ଟର କୋ-ଅର୍ଡିନେଟର ପ୍ରଦୀପ କୁମାର ରାମଙ୍କୁ ମାରାଥନ ଜେରା କରିଛି। ସୌମ୍ୟଙ୍କୁ କଟକ ନେବାକୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରୁ କେତେବେଳେ ଆମ୍ବୁଲାନ୍ସ ବାହାରିଥିଲା, ବାଟରେ କେଉଁ କେଉଁ ସ୍ଥାନରେ ଅଟକିଥିଲା ଓ ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ କାହା ନିର୍ଦ୍ଦେଶରେ ଆମ୍ବୁଲାନ୍ସ ଅଟକିଥିଲା ଏବଂ କଟକ ଯିବାପାଇଁ କେତେ ସମୟ ଲାଗିଥିଲା ଏଭଳି ସମସ୍ତ ପ୍ରଶ୍ନ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ପଚରାଯାଇଥିବା କ୍ରାଇମବ୍ରାଞ୍ଚ ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ଶନିବାରଠାରୁ କ୍ରାଇମ୍‌ବ୍ରାଞ୍ଚ ଏସିଏଫ୍‌ ମୃତ୍ୟୁ ଘଟଣାର ତଦନ୍ତ ଭାର ନେଇଛି। କ୍ରାଇମବ୍ରାଞ୍ଚ ଟିମ୍‌ର ତଦନ୍ତ ୪ ଦିନରେ ପହଞ୍ଚିଛି। ସୋମବାର ସୌମ୍ୟଙ୍କ ଦୁଇ ସହକର୍ମୀ ଏସିଏଫ୍‌, ରୋଷେୟା ଓ ଫାଟକ ଜଗୁଆଳି ସନ୍ତୋଷଙ୍କୁ ଜେରା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri