ଜିଲାପାଳଙ୍କ ଅଭିଯୋଗ ଶୁଣାଣି: କମୁଛି ଅଭିଯୋଗ ପତ୍ର ସଂଖ୍ୟା

ରାଇକିଆ,୧୬।୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟର ସଭାଗୃହରେ ଜିଲାପାଳ ବେଦ ଭୂଷଣଙ୍କ ଦ୍ବାରା ଜନସାଧାରଣଙ୍କ ଦାରା ଅଭିଯୋଗ ଗୁଡ଼ିକର ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି। ବ୍ଲକର ବିଭିନ୍ନ ପଞ୍ଚାୟତ ରୁ ଜନ ସାଧାରଣଙ୍କ ପକ୍ଷରୁ ମାତ୍ର ୨୬ ଗୋଟି ବ୍ୟକ୍ତିଗତ, ୩ ଗୋଟି ସାମୁହିକ ଏହିପରି ମାତ୍ର ମୋଟ ୨୯ ଗୋଟି ଅଭିଯୋଗ ଗୁଡ଼ିକର ଶୁଣାଣି ହୋଇଥିଲା। ପାଖାପାଖି ତିନିମାସରେ ଥରେ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ହେଉଥିବାବେଳେ ଜିଲାର ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ସମସ୍ୟାର ସମାଧାନ କରିଥାନ୍ତି ।
ଗତ କେତୋଟି କାର୍ଯ୍ୟକ୍ରମକୁ ନଜର ଦେଲେ ପୂର୍ବ ବର୍ଷ ମାନଙ୍କ ତୁଳନାରେ ଅଭିଯୋଗ ପତ୍ର ସଂଖ୍ୟା କମିବାରେ ଲାଗିଛି। ଗତ ସେପ୍ଟେମ୍ବର ମାସରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୨୬ ଗୋଟି ସାମୁହିକ ଏବଂ ୧୯ଟି ବ୍ୟକ୍ତିଗତ ଅଭିଯୋଗ ହୋଇଥିଲା । ମାର୍ଚ୍ଚ ମାସରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୧୭ ଗୋଟି ସାମୁହିକ ଏବଂ ୧୯ଟି ବ୍ୟକ୍ତିଗତ ଅଭିଯୋଗ ଶୁଣାଣୀ ହୋଇଥିଲା।
କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ରୀନା ପ୍ରଧାନ, ଉପଜିଲାପାଳ ପ୍ରଣିତା ଦାସ, ଆରକ୍ଷୀ ଅଧିକ୍ଷକ ହରିଶ ବିଶି, ସିଡି ଏମ ଓ ସନ୍ତୋଷ ପାଢ଼ୀ, ଜିଲା ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦି,ପିଏ ଆଇଟିଡିଏ କୃପାସିନ୍ଧୁ ବେହେରା, ଏସଡିପିଓ ବିଜୟ ବିଶିଙ୍କ ସମେତ ଜିଲା ସ୍ତରୀୟ ସରକାରୀ କର୍ମଚାରୀମାନେ ଏବଂ ସ୍ଥାନୀୟ ବିଡିଓ ସବ୍ୟସାଚୀ ସାହୁ ଓ ତହସିଲଦାର ବରିୟାଲ ମୁର୍ମୁ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri