ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ ସମସ୍ୟା ନ ଶୁଣିଲେ ସ୍ଥାନୀୟ ଲୋକପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ସଚେତନ କରାଯାଉଛି। କିନ୍ତୁ ଯାଜପୁର ଜିଲାରେ ଏହାର ସମ୍ପୂର୍ଣ୍ଣ ବିପରୀତ ଚିତ୍ର ଦେଖିବାକୁ ମିଳିଛି। ଚଳିତ ବନ୍ୟାରେ ଯାଜପୁର ଜିଲାର ୧୦ଟି ବ୍ଲକ୍‌ର ୪୦୫ଟି ଗ୍ରାମର ୪,୩୪,୬୩୨ ଲୋକ ପ୍ରଭାବିତ ହୋଇଛନ୍ତି, ଯେଉଁଥିରୁ ୯୯,୭୫୭ ଜଣ ସିଧାସଳଖ ପାଣି ଘେରରେ ରହିଥିଲେ। ଏହି ସଙ୍କଟଜନକ ସମୟରେ ବିପନ୍ନମାନଙ୍କ ଜରୁରୀ ସମସ୍ୟା ନେଇ ସଚେତନ ନାଗରିକମାନେ ଜିଲାପାଳଙ୍କ ମୋବାଇଲକୁ ଫୋନ କରିବାରୁ, ସେଥିରେ ପୂର୍ବରୁ ସେଟ ହୋଇଥିବା ଅଟୋମେଟେଡ୍‌ ସିଷ୍ଟମ୍‌ ମାଧ୍ୟମରେ ଇଂଲିଶରେ ନାମ ଓ ଫୋନ କରିବାର କାରଣ ପଚରାଯାଉଛି। ତେବେ ଗ୍ରାମାଞ୍ଚଳର ଲୋକେ ନିଜ ନାମ ଓ କାରଣ କହିବା ପରେ ବି ଜିଲାପାଳଙ୍କ ପକ୍ଷରୁ କଲ୍‌ ରିସିଭ୍‌ କିମ୍ବା କଲ୍‌ବ୍ୟାକ୍‌ କରାଯାଉନାହିଁ। ପଡ଼ୋଶୀ ଜିଲାପାଳମାନଙ୍କ ନମ୍ବରରେ ଏଭଳି ବ୍ୟବସ୍ଥା ନଥିବା ବେଳେ ଯାଜପୁର ଜିଲାପାଳଙ୍କ ମୋବାଇଲରେ ଏଭଳି କଟକଣା ଯୋଗୁ ସାଧାରଣ ଲୋକେ ନିଜର ଗୁରୁତର ସମସ୍ୟା ଜଣାଇବାରୁ ବଞ୍ଚିତ ହେଉଛନ୍ତି।
କେବଳ ଜିଲାପାଳ ନୁହନ୍ତି, ଜିଲାର ତହସିଲଦାର, ବିଡିଓ, ଗ୍ରାମ୍ୟ ନିର୍ମାଣ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ, କୃଷି ଅଧିକାରୀ ପ୍ରଭୃତି ଅଜଣା ନମ୍ବରରୁ ଆସୁଥିବା ଫୋନ୍‌ କଲ୍‌ ଉଠାଉନାହାନ୍ତି। ଏନେଇ ବନ୍ୟାଞ୍ଚଳବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ (କ୍ରମିକ ସଂଖ୍ୟା-୬୯୩) ଏକ ଅଭିଯୋଗ ଦାଖଲ କରାଯାଇଛି। ଅଭିଯୋଗରେ ଦର୍ଶାଯାଇଛି ଯେ ଫୋନ ରିସିଭ ହେଉ ନ ଥିବାରୁ ସାମାନ୍ୟ ସୂଚନା ବା ସମସ୍ୟାର ସମାଧାନ ପାଇଁ ଲୋକଙ୍କୁ ବାରମ୍ବାର କାର୍ଯ୍ୟାଳୟକୁ ଦୌଡ଼ିବାକୁ ପଡ଼ୁଛି, ଯଦ୍ଦ୍ବାରା ସମୟ, ଅର୍ଥ ଓ ପରିଶ୍ରମର ଅପଚୟ ହେଉଛି। ବିଭାଗୀୟ ଅଧିକାରୀ ବଦଳିଲେ ମୋବାଇଲ ନମ୍ବର ମଧ୍ୟ ବଦଳି ଯାଉଥିବାରୁ ନୂଆ ନମ୍ବର ପାଇବାରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ସମସ୍ତ ସରକାରୀ କାର୍ଯ୍ୟାଳୟର ଫୋନ୍‌ ନମ୍ବରଗୁଡ଼ିକୁ ଯାଞ୍ଚ କରି ଅପଡେଟ୍‌ କରିବା, ପ୍ରତ୍ୟେକ କଲ୍‌ ନିଶ୍ଚିତ ଭାବେ ରିସିଭ କରିବା ଏବଂ ଫୋନ୍‌ ମାଧ୍ୟମରେ ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ ଦେବାକୁ ନିବେଦନ କରାଯାଇଛି। ଏହାଦ୍ୱାରା ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ସଫଳ ହେବା ସହ ତୃଣମୂଳ ସ୍ତରରେ ସମସ୍ୟାର ସମାଧାନ ହୋଇପାରିବ ଏବଂ ପ୍ରଶାସନ ଉପରେ ଜନସାଧାରଣଙ୍କ ବିଶ୍ୱାସ ବୃଦ୍ଧି ପାଇବ। ସୂଚନାଯୋଗ୍ୟ, ଏ ସଂକ୍ରାନ୍ତରେ ଜିଲାପାଳ ଅମ୍ବର କୁମାର କରଙ୍କ ମତାମତ ନେବା ପାଇଁ ଶୁକ୍ରବାର ରାତି ୭ଟାରେ ତାଙ୍କ ମୋବାଇଲକୁ ଯୋଗାଯୋଗ କରାଯାଇଥିଲେ ହେଁ ସେ କଲ୍‌ ଗ୍ରହଣ କରି ନ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri