ପେପର ଲେସ୍‌ ହେଲା ଜିଲାପାଳଙ୍କ କାର୍ଯ୍ୟାଳୟ

ଛତ୍ରପୁର,୪ା୧୨(ଦିଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପେପର ଲେସ ହୋଇଛି। ଏବେ ଫାଇଲ ସିଷ୍ଟମରେ କାମ ହେଉଛି । ଆଗକୁ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ କାଗଜ ମୁକ୍ତ କରାଯିବାକୁ ନିଷ୍ପତ୍ତି ହୋଇଛି। ଜିଲାରେ ୨୦ ହଜାରରୁ ଊଦ୍ଧର୍‌ବ ଫାଇଲ କାମ ଏବେ ଅନଲାଇନ ମାଧ୍ୟମରେ ହେଉଛି। ମାତ୍ର ୩ ମାସ ମଧ୍ୟରେ ଏଭଳି କାର୍ଯ୍ୟ ହୋଇପାରିଛି।

କେଉଁ ଅଧିକାରୀଙ୍କ ପାଖରେ କେତେ ଫାଇଲ ଅଛି ଏହି ବ୍ୟବସ୍ଥାରୁ ସହଜରେ ଉପଲବ୍ଧ ହେବ। ବ୍ଲକ ଓ ତହସିଲ କାର୍ଯ୍ୟାଳୟ ଏଥିରେ ଯୋଡି ହେବ। ସମସ୍ତ ଅଧିକାରୀଙ୍କୁ ଏନେଇ ଅବଗତ ସହ ତାଲିମ ପ୍ରଦାନ କରାଯାଇଛି। ଡିସେମ୍ବର ଶେଷସୁଦ୍ଧା ସମସ୍ତ ସରକାରୀ କାର୍ଯ୍ୟାଳୟକୁ ପେପର ଲେସ କରାଯିବାକୁ ଲକ୍ଷ୍ୟ ରହିଛି ବୋଲି ଜିଲାପାଳ ଭି ର୍କିତ୍ତି ଭାସନ କହିଛନ୍ତି।

ଏହାସହ ପେପର ଲେସ ଭାବେ ରାଜ୍ୟରେ ପ୍ରଥମ ଭାବେ ପରିଗଣିତ ହୋଇଛି ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ। ଏଣିକି ଓସ୍ବାସ ଛଡା କୌଣସି ଫାଇଲ ଦସ୍ତଗତ ହେବ ନାହିଁ। ପେପର୍‌ ଲେସ ଯୋଜନାରେ ରାଜ୍ୟରେ ଗଞ୍ଜାମ ଜିଲା ଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ବେଳେ ଦକ୍ଷିଣାଞ୍ଚଳ ଡିଭିଜନରେ ବି ପ୍ରଥମ ସ୍ଥାନ ହାସଲ କରିଛି। ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ସଂଗ୍ରାମ କେଶରୀ ମହାପାତ୍ର ଏନେଇ ତତ୍ପରତା ଦେଖାଇ ଗତ ୧୮ ଅଗଷ୍ଟରେ ଏକ ଚିଠି ଏହି ଡିଭିଜନର ସମସ୍ତ ଜିଲ୍ଲାପାଳମାନଙ୍କୁ ଲେଖିଥିଲେ। ଓସ୍ବାସକୁ ଛାଡି ସାଧାରଣ ଫାଇଲ କାମ କରିବେ ନାହିଁ ବୋଲି ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri