ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉକୁ ସମର୍ଥନ ଦେବନାହିଁ: ବୈଠକରେ ଜିଲା ଆଦିବାସୀ କଲ୍ୟାଣ ସଂଘର ନିଷ୍ପତ୍ତି

ନୂଆପଡ଼ା,୨୦ା୫ (ମକାରୁ ବେମାଲ): ସ୍ଥାନୀୟ ସର୍କିଟ ହାଉସଠାରେ ଜିଲା ଆଦିବାସୀ କଲ୍ୟାଣ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାସଂଘ ରାଜ୍ୟ ସଂଯୋଜକ ଈଶ୍ୱର ଚନ୍ଦ୍ର ନାଏକ ଅଧ୍ୟକ୍ଷତା କରିଥିଲେ। ମହାସଂଘ ରାଜ୍ୟ ସଭାପତି ବାଳକୃଷ୍ଣ ଶବର, ସଂଘ ସଂରକ୍ଷକ ଖାମସିଂ ମାଝି, ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ହୋମସିଂ ମାଝି, ଉପାଧ୍ୟକ୍ଷା ବେଳମତୀ ମାଝି, ସମ୍ପାଦକ ଭକ୍ତବନ୍ଧୁ ଧରୁଆ, ଉପସଭାପତି କମଲେଶ ସିଂ ଠାକୁର ପ୍ରମୁଖ ଯୋଗଦେଇ ଆଦିବାସୀଙ୍କ ବିକାଶ ଉପରେ ଆଲୋଚନା କରିଥିଲେ। ଆଦିବାସୀ ମାରଣ ନୀତିକୁ ନେଇ ଆସନ୍ତା ୨୨ରେ ଆଦିବାସୀ କଲ୍ୟାଣ ସଂଘର ଜିଲା ସଭାପତି ଭାନୁ ପ୍ରତାପ ସିଂ ମାଝିଙ୍କ ନେତୃ୍‌ତ୍ୱରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘରାଉ କରିବା କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମ କରିବା ପୂର୍ବରୁ ସଂଘ କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ନିଷ୍ପତ୍ତି ନେବା କଥା। ହେଲେ ସେଭଳି କରାଯାଇ ନାହିଁ। ଆଦିବାସୀ ସଂଘ ନାମରେ ବାହାର ଲୋକଙ୍କୁ ଆଣି ସଭାସମିତି କରାଯାଉଛି। ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉକୁ ଆଦିବାସୀ କଲ୍ୟାଣ ସଂଘ ସମର୍ଥନ ଦେବ ନାହିଁ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏହି ଅବସରରେ ନୂତନ ଭାବରେ ଚୟନ ହୋଇଥିବା ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଜଙ୍ଗଲ ଜମି ଅଧିକାର ଆଇନରେ ଆଦିବାସୀ ଓ ଅନ୍ୟ ପାରମ୍ପରିକ ବନବାସୀଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ, ଆଦର୍ଶ ବିଦ୍ୟାଳୟର ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ର ବୃତ୍ତି ୧୨ ହଜାର ଟଙ୍କା ପ୍ରଦାନ, ପତୋରା ଅପରଜୋଙ୍କ ଜଳସେଚନ ପ୍ରକଳ୍ପ ଦ୍ୱାରା କ୍ଷତିଗ୍ରସ୍ତ ଚାଷୀଙ୍କ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ପ୍ରଦାନ, ସରକାର ଆଦିବାସୀଙ୍କ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ପ୍ରତି ଦୃଷ୍ଟି ଦେବାକୁ ବୈଠକରେ ଦାବି କରାଯାଇଥିଲା। ଏହିସବୁ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳ ମଧୁସୂଦନ ଦାଶଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ସମୟରେ ନୂଆପଡା ବ୍ଲକ ସଭାପତି ପିତାମ୍ବର ମାଝି, ଖଡିଆଳ ବ୍ଲକ ସଭାପତି ଜଗତରାମ ଶବର, ସିନାପାଲି ବ୍ଲକ ସଭାପତି ଯଦୁନାଥ ମାଝି, ବୋଡେନ ବ୍ଲକ ସଭାପତି ଭୁବନେଶ୍ୱର ମାଝି, ଲୋହିତ ଶବର, ଲାଲଧର ଶବର, ନରୋତ୍ତମ ମାଝି, ପ୍ରଦୀପ ମାଝି, ଗୋବର୍ଦ୍ଧନ ମାଝି, ସୋମନାଥ ଶବର ପ୍ରମୁଖ ଉପସ୍ଥିତ ଥିଲେ ା

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?