ଜିଲାପାଳଙ୍କ ଜନସମ୍ପର୍କ ଶିବିର: ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କଲେ ଜିଲାପାଳ

ଡୁଙ୍ଗୁରିପାଲି, ୨୨/୩ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସହଲା ଗ୍ରାମପଞ୍ଚାୟତ ପରିସରରେ ଶୁକ୍ରବାର ଜିଲାପାଳଙ୍କ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଅନ୍ୟ ଦାସ ଯୋଗଦେଇ ଜନସାଧାରଣଙ୍କ ୪୦ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ସୁଭଦ୍ରା ଯୋଜନାରେ ୨୧ମହିଳାଙ୍କ ଦରଖାସ୍ତ ଜିଲାପାଳ ଗ୍ରହଣ କରିଥିଲେ। ବିଡିଓ ଦିଲୀପ କୁମାର ବାଡାଙ୍କ ତତ୍ତ୍ୱାବଧାନରେ ଶିବିର ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲା ପରିଷଦ ପଲ୍ଲବୀରାଣୀ ରାଜ, ଶ୍ରମ ଆଯୁକ୍ତ ତଥା ଭାରପାପ୍ତ ଜିଲା ଶ୍ରମ ଅଧିକାରୀ ଡୁଲେଶର ଖାଖା, ପ୍ରାଣୀ ସମ୍ପଦ ବିକାଶ ବିଭାଗ ସୁବର୍ଣ୍ଣପୁର ମୁଖ୍ୟ ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ଦୁର୍ଗାପ୍ରସାଦ ତ୍ରିପାଠୀ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦବଲ୍ଳଭ ଷଡ଼ଙ୍ଗୀ, ଜିଲା ଜଳ ଓ ପରିମଳ ବିଭାଗ ଏସଡିଓ ଶ୍ରୀକାନ୍ତ ସାହୁ, ବ୍ଲକ ଉଦ୍ୟନ ଅଧିଦର୍ଶକ ଅଧିକାରୀ ରାମକୃଷ୍ଣ ଭୋଇ,ଡୁଙ୍ଗୁରିପାଲି ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ହିମାଦ୍ରୀ ପଧାନ, ସିଡିପିଓ ସୁକାନ୍ତି ବେହେରା, ବ୍ଲକ କୃଷି ଅଧିକାରୀ ଚଣ୍ଡୀପ୍ରସାଦ ମହାଳିକ, ସହଲା ସରପଞ୍ଚ ପଟୁଆରୀ ପଧାନ, ପିିଇଓ ରୁଚିକାନ୍ତ ଭୋଇ, ବିପିଏମ ସଞ୍ଜୀବ କୁମାର ଷଡ଼ଙ୍ଗୀ, ବ୍ଲକ ସଂଯୋଜକ ରାଜେନ୍ଦ୍ର ବିଭାର, ବ୍ଲକ ମସ୍ୟ ଅଧିକାରୀ ଜିତେନ୍ଦ୍ର ପୃଷ୍ଟି, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କ୍ଷୀରୋଦଭୂଷଣ ରାୟ, ଏପିଓ ପ୍ରଦ୍ୟୁମ୍ନ ସାହୁ, ଭାରପ୍ରାପ୍ତ ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ ଝସକେତନ ପଶାୟତ ଉପସ୍ଥିତ ଥିଲେ। ଜିଲାପାଳ ଦାସ ବିଭିନ୍ନ ଜନ କଲ୍ୟାଣ ଯୋଜନାର ଉପକାର ପଞ୍ଚାୟତବାସୀ କିପରି ପାଇପାରିବେ ସେ ଉପରେ ବିଭାଗୀୟ ଅଧିକାରୀମାନେ କାର୍ଯ୍ୟ କରିବକୁ ପରାମର୍ଶ ଦେଇଥିଲେ। ସହଲା ପଞ୍ଚାୟତରେ ବିଭିନ୍ନ ଯୋଜନାରେ ୬ ଏସ୍‌ଏଚ୍‌ଜି ମହିଳାଙ୍କୁ ସ୍ବାବଲମ୍ବୀ ହେବା ପାଇଁ ମଞ୍ଜୁର ହୋଇଥିବା ୯ ଲକ୍ଷ ୫୦ ହଜାର ଟଙ୍କା ଚେକ ମଧ୍ୟରେ ଜିଲାପାଳ ଦାସ ପ୍ରଦାନ କରିଥିଲେ। ଜିଲାପାଳ ଅନ୍ୟ ଦାସ ଶିବିରରେ ଜନସାଧାରଣଙ୍କ ଅଭିଯୋଗ ଶୁଣୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri