ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।

ଏହି ଶିବିରରେ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲା  ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ସମୀର କୁମାର ଯେନା, ଗଞ୍ଜାମ ଏସ୍‌ପି ହରିଶ ବିଶି, ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ନାୟକ, ଛତ୍ରପୁର ଉପଜିଲାପାଳ ଡ଼. ଶିବାଶିଷ ବରାଳ, ତହସିଲଦାର ବିନୋଦ କୁମାର ବେହେରା ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ପ୍ରକାରର ୨୪୯ଟି ଅଭିଯୋଗର ଶୁଣାଣି କରିଥିଲେ।ମୋଟ ଅଭିଯୋଗ ମଧ୍ୟରୁ ୨୦୯ଟି ବ୍ୟକ୍ତିଗତ ଏବଂ ୪୦ଟି ସାମୂହିକ ଅଭିଯୋଗ ଥିଲା। ଏହି ଅବସରରେ ରେଡ୍‌କ୍ରସ୍‌ ପାଣ୍ଠିରୁ ୭ ଜଣ ଦୁଃସ୍ଥ ବ୍ୟକ୍ତିଙ୍କୁ ୪୫ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।

ଶୁଣାଣି ସମୟରେ ସାମାଜିକ କର୍ମୀ ବିନାୟକ ଆଚାର୍ଯ୍ୟ ହାଣ୍ଡିଘର–ତାରାତାରିଣୀ ବ୍ରିଜ ପାର୍ଶ୍ୱରେ ବଡ଼ ବଡ଼ ଖାଲ ଥିବା ସତ୍ତ୍ୱେ ସୁରକ୍ଷା ପ୍ରାଚୀର (ପ୍ରୋଟେକ୍ସନ ୱାଲ୍‌) ନିର୍ମାଣ ହୋଇ ନ ଥିବାରୁ ସ୍ଥାନୀୟ ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ଯାତାୟାତ ବିପଦପୂର୍ଣ୍ଣ ହୋଇପଡ଼ିଥିବା ଅଭିଯୋଗ କରି ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଥିଲେ।

ସେହିପରି ପୁରୁଷୋତ୍ତମପୁର ଏନ୍‌ଏସି ଅନ୍ତର୍ଗତ ସୀତାରାମପୁର ଆଗ୍ରାହାରମ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର କରିବା ପାଇଁ ଅଭିଭାବକମାନେ ଶିକ୍ଷକ ନିଯୁକ୍ତି ଦାବି କରିଥିଲେ।

ଅନ୍ୟପକ୍ଷରେ, ପୁରୁଷୋତ୍ତମପୁର ଏନ୍‌ଏସିର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମାପ୍ତ କରିଥିଲେ ମଧ୍ୟ ଦୀର୍ଘଦିନ ଧରି ଠିକାଦାରମାନଙ୍କ ବିଲ୍‌ ପ୍ରଦାନ କରାଯାଉ ନ ଥିବା ଅଭିଯୋଗ ଉଠିଥିଲା। ବାରମ୍ବାର ଅଭିଯୋଗ ସତ୍ତ୍ୱେ ସମାଧାନ ନ ହେବାରୁ ସେମାନେ ଯଥାଶୀଘ୍ର ବକେୟା ବିଲ୍‌ ପ୍ରଦାନ କରିବାକୁ ଦାବି କରିଥିଲେ। ସମସ୍ତ ଅଭିଯୋଗର ଶୁଣାଣି ପରେ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଯେନା ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ତୁରନ୍ତ ଅଭିଯୋଗଗୁଡ଼ିକର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଏହି ଶିବିରରେ ବିଡିଓ ଦେବାଶିଷ ସାମଲ, ଏନ୍‌ଏସି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ, ଆଇଆଇସି କୁଳମଣି ସେଠୀ, ବ୍ଲକ କୃଷି ଅଧିକାରୀ ଶୁଭଦର୍ଶିନୀ ବେହେରାଙ୍କ ସମେତ ଜିଲା ଓ ବ୍ଲକ ସ୍ତରର ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri