ଜିଲାପାଳଙ୍କ ଗଞ୍ଜାମ ବ୍ଲକ ଗସ୍ତ : ମେଡିଶିନଷ୍ଟୋର, ହୋଟଲ ସିଲ୍‌

ଗଞ୍ଜାମ,୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳକୁ ଶଟ୍‌ଡାଉନ୍‌ ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନଜର ଏବେ ଗଞ୍ଜାମ ସହର ଉପରେ। ବୁଧବାର ଜିଲାପାଳ କୁଲାଙ୍ଗେ ଗଞ୍ଜାମ ବ୍ଲକ ଗ୍ରସ୍ତ କରି ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟଙ୍କ ସହ କରୋନା ମୁକାବିଲା ନେଇ ଆଲୋଚନା କରିଛନ୍ତି। ବିଭିନ୍ନ ପଞ୍ଚାୟତର ଗ୍ରାମଗୁଡ଼ିକରେ ଲୋକଙ୍କୁ ମାସ୍କ ପରିଧାନ ଓ ସାମାଜିକ ଦୂରତା ବଜାୟ ରଖିବା ସହିତ ଅତି ଜରୁରୀ କାମ ଥିଲେ ଘରୁ ବାହାରକୁ ବାହାରିବା ନିମନ୍ତେ ପରାମର୍ଶ ଦେଇଛନ୍ତି l ଗଞ୍ଜାମ ବ୍ଲକ ଅଞ୍ଚଳରେ ଗୋଷ୍ଠୀ ସଂକ୍ରମଣକୁ ରୋକିବାକୁ ହେଲେ ଉପରୋକ୍ତ ନିୟମ ପ୍ରତି ଦୃଷ୍ଟି ରଖିବା ପାଇଁ ସେ ଜନ ପ୍ରତିନିଧିଙ୍କୁ କହିଛନ୍ତି l ପରେ ମାସ୍କ ପିନ୍ଧି ନ ଥିବା ଯୋଗୁ ଅଶୋକ ମେଡିଶିନ ଷ୍ଟୋର ଓ ସନ୍ତୋଷ ହୋଟେଲକୁ ୭ ଦିନ ପର୍ଯ୍ୟନ୍ତ ସିଲ୍‌ କରିଛନ୍ତି। ଏହି ଗ୍ରସ୍ତ ସମୟରେ ଅତିରିକ୍ତ ଜିଲା ପ୍ରକଳ୍ପ ଅଧିକାରୀ ( ଏ ପି ଡି ), ତହସିଲଦାର ଅବନୀ କୁମାର ସାହୁ, ଏନ୍‌ଏସିଇ ଓ ପ୍ରଭୁ କଲ୍ୟାଣ ଦାସ ପ୍ରମୁଖ ଉପସ୍ଥିତ ଥିଲେl


Enter your email to get our daily news in your inbox.

All Right Reserved By Dharitri.Com

ସାନ ମାଈଁ-ଭଣଜାଙ୍କ ପ୍ରେମ ସମ୍ପର୍କ ଧରାପଡ଼ିବାରୁ ଡବର୍ଲ ମର୍ଡର, ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ବ୍ରହ୍ମପୁର,୨୯ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳରେ ୨୦୨୪ରେ ମା’ ଓ ୭ ବର୍ଷୀୟ ପୁଅଙ୍କୁ ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି।…

ଜୁଲାଇ ୨୯ରୁ ବଦଳିଯିବ ଏହି ୫ ରାଶିଙ୍କ ଭାଗ୍ୟ: ହେବ ଧନ ବର୍ଷା, ବ୍ୟାପାର-କ୍ୟାରିୟରରେ…

ଜୁଲାଇ ୨୯ରେ ଧନ, ସୁଖ ଏବଂ ବୈଭବର କାରକ ଗ୍ରହ ଶୁକ୍ର ଏବଂ ସାହସ, ଶକ୍ତି ତଥା କର୍ମର କାରକ ଗ୍ରହ ମଙ୍ଗଳ ପରସ୍ପରଠାରୁ ୯୦ ଡିଗ୍ରୀ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ସଫା ହୋଇନାହିଁ ଘୋଡ଼ାହାଡ଼ ଡ୍ୟାମ ଶାଖା କେନାଲ: ଖରିଫ ଚାଷ ପାଇଁ ମିଳୁନି ପାଣି, ଆନ୍ଦୋଳନ ପାଇଁ…

ଦିଗପହଣ୍ଡି, ,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ପ୍ରଶାସନିକ ଅବହେଳା କାରଣରୁ ଅଞ୍ଚଳର ଚାଷୀମାନେ ଗଭୀର ସମସ୍ୟାର ସମ୍ମୁଖୀନ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri