ଜିଲାପାଳଙ୍କ ଗଞ୍ଜାମ ବ୍ଲକ ଗସ୍ତ : ମେଡିଶିନଷ୍ଟୋର, ହୋଟଲ ସିଲ୍‌

ଗଞ୍ଜାମ,୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳକୁ ଶଟ୍‌ଡାଉନ୍‌ ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନଜର ଏବେ ଗଞ୍ଜାମ ସହର ଉପରେ। ବୁଧବାର ଜିଲାପାଳ କୁଲାଙ୍ଗେ ଗଞ୍ଜାମ ବ୍ଲକ ଗ୍ରସ୍ତ କରି ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟଙ୍କ ସହ କରୋନା ମୁକାବିଲା ନେଇ ଆଲୋଚନା କରିଛନ୍ତି। ବିଭିନ୍ନ ପଞ୍ଚାୟତର ଗ୍ରାମଗୁଡ଼ିକରେ ଲୋକଙ୍କୁ ମାସ୍କ ପରିଧାନ ଓ ସାମାଜିକ ଦୂରତା ବଜାୟ ରଖିବା ସହିତ ଅତି ଜରୁରୀ କାମ ଥିଲେ ଘରୁ ବାହାରକୁ ବାହାରିବା ନିମନ୍ତେ ପରାମର୍ଶ ଦେଇଛନ୍ତି l ଗଞ୍ଜାମ ବ୍ଲକ ଅଞ୍ଚଳରେ ଗୋଷ୍ଠୀ ସଂକ୍ରମଣକୁ ରୋକିବାକୁ ହେଲେ ଉପରୋକ୍ତ ନିୟମ ପ୍ରତି ଦୃଷ୍ଟି ରଖିବା ପାଇଁ ସେ ଜନ ପ୍ରତିନିଧିଙ୍କୁ କହିଛନ୍ତି l ପରେ ମାସ୍କ ପିନ୍ଧି ନ ଥିବା ଯୋଗୁ ଅଶୋକ ମେଡିଶିନ ଷ୍ଟୋର ଓ ସନ୍ତୋଷ ହୋଟେଲକୁ ୭ ଦିନ ପର୍ଯ୍ୟନ୍ତ ସିଲ୍‌ କରିଛନ୍ତି। ଏହି ଗ୍ରସ୍ତ ସମୟରେ ଅତିରିକ୍ତ ଜିଲା ପ୍ରକଳ୍ପ ଅଧିକାରୀ ( ଏ ପି ଡି ), ତହସିଲଦାର ଅବନୀ କୁମାର ସାହୁ, ଏନ୍‌ଏସିଇ ଓ ପ୍ରଭୁ କଲ୍ୟାଣ ଦାସ ପ୍ରମୁଖ ଉପସ୍ଥିତ ଥିଲେl


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri