ଜିଲାସ୍ତରୀୟ ଓଡିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ: ମାତୃଭାଷାର ସୁରକ୍ଷା ଓ ରାଜ୍ୟର ବିକାଶରେ ସାମିଲ ହେବାକୁ ଆହ୍ବାନ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):  ବରଗଡ଼ ଜିଲା ପ୍ରଶାସନ ତଥା ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୂଲ୍ୟରେ ମଙ୍ଗଳବାର ଜିଲାସ୍ତରୀୟ ଓଡ଼ିଶା ଦିବସ ଏବଂ ବରଗଡ଼ ଜିଲାପ୍ରତିଷ୍ଠା ଦିବସ ମହାଆଡମ୍ବର ସହକାରେ ପାଳିତ ହୋଇଛି । ଏହି ଅବସରରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟଅତିଥିଭାବେ ଯୋଗଦେଇ ଥିବାବେଳେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ଏବଂ ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ସମ୍ମାନିତ ଅତିଥିଭାବେ ଯୋଗଦାନ କରିଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା ମଧ୍ୟ ଉପସ୍ଥିତ ରହିଥିଲେ। ଏହି ଅବସରରେ ସ୍ଥାନୀୟ ଗାନ୍ଧୀଛକସ୍ଥିତ ଜାତିର ପିତା ମହାତ୍ମା ଗାନ୍ଧୀ ଓ ସ୍ଵଭାଵ କବି ଗଙ୍ଗାଧର ମେହେର, ଘରୋଇ ବସଷ୍ଟାଣ୍ଡ ନିକଟସ୍ଥ ବହ୍ନିକନ୍ୟା ସ୍ୱର୍ଗତ ପାର୍ବତୀ ଗିରି, କଚେରୀ ପରିସରରେସ୍ଥିତ ତଃ ଭୀମ ରାଓ ଆମ୍ବେଦକର ଏବଂ ବୀର ସୁରେନ୍ଦ୍ର ସାଏ ଛକସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ସମେତ ଜିଲା ମୁଖ୍ୟାଳୟରେ ଥିବା ସମସ୍ତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ଅତିଥିବୃନ୍ଦ ମାଲ୍ୟାର୍ପଣ କରିଥିଲେ । ଏହାପରେ ଜିଲାର ସମସ୍ତ ବରିଷ୍ଠ ଅଧିକାରୀ, ଶିକ୍ଷାବିତ୍, ବୁଦ୍ଧିଜୀବୀ, ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କୁ ନେଇ ଓଡ଼ିଶା ଦିବସ ତଥା ଜିଲା ପ୍ରତିଷ୍ଠା ଦିବସ ପାଳନର ତାତ୍ପର୍ଯ୍ୟ ଏବଂ ବରପୁତ୍ରମାନଙ୍କର ଅବଦାନ ସ୍ମରଣ କରିବା ପାଇଁ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଏକ ସାଧାରଣ ସଭା ଓ ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜିତ ହୋଇଥିଲା । ଜିଲାପାଳ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗଦେଇ ବରପୁତ୍ରମାନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବର ଶୁଭାରମ୍ଭ କରିଥିଲେ । ସଭା ପ୍ରାରମ୍ଭରେ ଅତିରିକ୍ତ ଜିଲାପାଳ ସାହୁ ସ୍ଵାଗତ ଅଭିଭାଷଣ ପ୍ରଦାନ କରିବା ସହ ଓଡିଶାର ସମସ୍ତ ବରପୁତ୍ରଙ୍କ ଅବଦାନକୁ ସ୍ମରଣ କରି କୃତଜ୍ଞତାର ଶ୍ରଦ୍ଧାଞ୍ଜଳି ଦେଇଥିଲେ। ସ୍ଥାନୀୟ ବାପୁଜୀ ସ୍ଵତନ୍ତ୍ର ବିଦ୍ୟାଳୟର ଛାତ୍ରୀଛାତ୍ର ଦେଶାତ୍ମବୋଧକ ସଙ୍ଗୀତ ଗାନ କରିଥିଲେ । ଏହାପରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଅନୁମୋଦିତ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରାଯାଇଥିଲା । ଅତିରିକ୍ତ ଉଦ୍ୟାନ କୃଷି ନିର୍ଦ୍ଦେଶକ ଗୋବିନ୍ଦ ଚନ୍ଦ୍ର ପଣ୍ଡା ମୁଖ୍ୟବକ୍ତାଭାବେ ଯୋଗ ଦେଇ ଦୀର୍ଘ ୮୯ ବର୍ଷ ତଳେ ସ୍ୱାଧୀନ ପୂର୍ବ ଭାରତ ବର୍ଷରେ ଭାଷା ଭିତ୍ତିକ ଏକ ରାଜ୍ୟ ଗଠନ ତଥା ଗୋଟିଏ ପଟେ ଦେଶର ସ୍ୱାଧୀନତା ଲାଗି ଲଢ଼େଇ ଓ ତାରି ଭିତରେ ନିଜର ସ୍ୱତନ୍ତ୍ର ପରିଚୟ ଏବଂ ମାତୃଭାଷା ସୁରକ୍ଷା ପାଇଁ ହୋଇଥିବା ବଡ଼ ସଂଗ୍ରାମରେ ଆମ ମହାନ ବରପୁତ୍ର ମାନେ କିଭଳି ସଂଘର୍ଷ କରି ଆମକୁ ଏହି ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ବା ଓଡିଶା ରାଜ୍ୟ ଉପହାର ଦେଇଥିଲେ ସେ ବିଷୟରେ ଆଲୋଚନା କରିଥିଲେ । ଜିଲା ପରିଷଦ ଅଧ୍ୟକ୍ଷା ଭୋଇ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଆମେ ସବୁ ଭାଷାରେ ପାଣ୍ଡିତ୍ୟ ଅର୍ଜନ କରିବା ଭଲ, କିନ୍ତୁ ନିଜ ମାତୃଭାଷା’ ଓଡ଼ିଆକୁ ଭଲ ପାଇବା ତଥା ତାର ସୁରକ୍ଷା ଓ ବିକାଶ ଦିଗରେ ଚେଷ୍ଟା କରିବା ବିଧେୟ ବୋଲି କହିବା ସହ ଆମ ଉନ୍ନତି ପାଇଁ ଜିଲାର ସମସ୍ତ ମହାମନିଷୀଙ୍କ ପଥ ଅନୁସରଣ କରିବା ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ କରିଥିଲେ । ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଓଡ଼ିଶାର ବରପୁତ୍ରମାନଙ୍କ ଭୂମିକା ସମ୍ପର୍କରେ ମୁଖ୍ୟ ଅତିଥି ତଥା ଜିଲାପାଳ ଗୋୟଲ ଆଲୋକପାତ କରିବା ସହିତ ଓଡିଶା ସ୍ଵତନ୍ତ୍ର ରାଜ୍ୟଭାବେ କଳା, ସଂସ୍କୃତି ଓ ପରମ୍ପରା ବିଶ୍ବରେ ନିଜର ପରିଚୟ ସୃଷ୍ଟି କରିଛି, ଏହାକୁ ବିକାଶ ଦିଗରେ ଆଗେଇ ନେବା ପାଇଁ ସମସ୍ତଙ୍କ ଦାୟିତ୍ଵ ରହିଛି । ଜଣେ ଦାୟିତ୍ଵବାନ ନାଗରିକ ଭାବେ ଜିଲାର ଉନ୍ନତି ପାଇଁ ଚେଷ୍ଟା କରିବା ସହିତ ଆମ ଜିଲାର ଜନ୍ମଦିନରେ କିଛି ଉପହାର ଦେବା କହିଥିଲେ । ବରଗଡ ଜିଲା ତଥା ଆମ ରାଜ୍ୟର ବିକାଶଧାରା ଉପରେ ଆଲୋଚନା କରି ଯୁବପିଢ଼ି, ଛାତ୍ରୀଛାତ୍ରଙ୍କୁ ପାଠ ପଢି ଭଲ ମଣିଷ ହେବା ପାଇଁ ଜିଲାପାଳ ପ୍ରେରଣା ଦେଇଥିଲେ । ଏହି ଅବସରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିବା ବେଳେ ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଖୋସ୍ଲା ସଭା ପରିଚାଳନା କରିଥିଲେ I


Enter your email to get our daily news in your inbox.

All Right Reserved By Dharitri.Com

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri