ଜିଲା ସଭାପତି ଗିରଫ, ସଂଖ୍ୟା ୩୨କୁ ବୃଦ୍ଧି

ସମ୍ବଲପୁର,୧୬ା୧୨(ବ୍ୟୁରୋ):ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଅଣଦେଖା କରି ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ସମ୍ବଲପୁର କୋର୍ଟ ପରିସରରେ ଭଙ୍ଗାରୁଜା, ବିଚାରପତିଙ୍କୁ କୋର୍ଟରୁ ବାହାର କରିଦେବା ଭଳି ଘଟଣାରେ ପୋଲିସର ଗିରଫଦାରି ସଂଖ୍ୟ ବଢିଚାଲିଛି। ୩ ଦିନରେ ପୋଲିସ ୩୨ ଜଣଙ୍କୁ ଗିରଫ କରିସାରିଲାଣି। ସେମାନଙ୍କ ମଧ୍ୟରେ ୮ ଜଣ କିନ୍ନର, ଜଣେ ସାଧାରଣ ଲୋକ ଓ ୨୩ ଜଣ ଓକିଲ ରହିଛନ୍ତି। ପୂର୍ବରୁ ୧୫ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଗୁରୁବାର ୧୭ ଜଣ ଗିରଫ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜିଲା ଓକିଲ ସଂଘ ସଭାପତି ସୁରେଶ୍ୱର ମିଶ୍ର, କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟିର ଜିଲା ଆବାହକ ପ୍ରଦୀପ ବହିଦାର ରହିଛନ୍ତି। ସମସ୍ତ ଗିରଫ ଅଭିଯୁକ୍ତଙ୍କୁ ମେଡିକାଲରେ ପରୀକ୍ଷା କରାଇ କୋର୍ଟ ଚାଲାଣ କରାଯାଇଛି। ଆଗକୁ ମଧ୍ୟ ଗିରଫ ଜାରି ରହିବ ବୋଲି ଜଣେ ପୋଲିସ ଅଧିକାରୀ କହିଛନ୍ତି। ଅନ୍ୟପଟେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଆଳ କରି ଜିଲା ପୋଲିସର ଏଭଳି କାର୍ଯ୍ୟାନୁଷ୍ଠାନକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପୋଲିସ ବିଚାପତିମାନଙ୍କୁ ସୁରକ୍ଷା ଦେବାରେ ବିଫଳ ହେଲା। ହେଲେ ନିଜ ସମ୍ମାନ ରକ୍ଷା ପାଇଁ ଏବେ ଗିରଫ କରିଚାଲିଛି ବୋଲି ଲୋକେ ଅଭିଯୋଗ କରୁଛନ୍ତି। ଗୁରୁବାର ମଧ୍ୟ ୧୪୪ ଧାରା ବଳବତ୍ତର ରହିଥିଲା। ସହରରେ ପୋଲିସ ଅଧିକାରୀଙ୍କ ସମେତ ୨୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଥିଲେ।
ସୂଚନା ଅନୁସାରେ ସୋମବାର ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ସମ୍ବଲପୁର କଚେରି ଛକରେ ଆନ୍ଦୋଳନ ଜାରି ରହିଥିଲା। ଏହି ସମୟରେ ପୋଲିସ ବିଚାରପତିମାନଙ୍କୁ କୋର୍ଟ ପରିସରକୁ ନେଇଥିଲା। ଏହା ଜାଣିବା ପରେ ଶତାଧିକ ଆନ୍ଦୋଳନକାରୀ କୋର୍ଟ ଭିତରକୁ ଧସେଇ ପଶିଥିଲେ। ଭଙ୍ଗାରୁଜା କରିବା ସହ ବିଚାରପତିମାନଙ୍କୁ କୋର୍ଟରୁ ବାହାର କରି ଦେଇଥିଲେ। ଘଟଣାକୁ ନେଇ ସୁପ୍ରିମକୋର୍ଟ ରାଜ୍ୟ ସରକାର ଓ ପୋଲିସ ବିଭାଗକୁ ସମାଲୋଚନା କରି କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏ ସମ୍ପର୍କରେ ଏସ୍‌ପି ବାତୁଳା ଗଙ୍ଗାଧର କହିଛନ୍ତି, ଭିଡିଓ ରେକର୍ଡକୁ ଦେଖି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଆଉ କିଛିଦିନ ୧୪୪ ଧାରା ଲାଗୁ କରିବା ପାଇଁ ଜିଲା ପ୍ରଶାସନକୁ ଅନୁରୋଧ କରାଯାଇଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri