ଜିଲା ସଭାପତି ଗିରଫ, ସଂଖ୍ୟା ୩୨କୁ ବୃଦ୍ଧି

ସମ୍ବଲପୁର,୧୬ା୧୨(ବ୍ୟୁରୋ):ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଅଣଦେଖା କରି ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ସମ୍ବଲପୁର କୋର୍ଟ ପରିସରରେ ଭଙ୍ଗାରୁଜା, ବିଚାରପତିଙ୍କୁ କୋର୍ଟରୁ ବାହାର କରିଦେବା ଭଳି ଘଟଣାରେ ପୋଲିସର ଗିରଫଦାରି ସଂଖ୍ୟ ବଢିଚାଲିଛି। ୩ ଦିନରେ ପୋଲିସ ୩୨ ଜଣଙ୍କୁ ଗିରଫ କରିସାରିଲାଣି। ସେମାନଙ୍କ ମଧ୍ୟରେ ୮ ଜଣ କିନ୍ନର, ଜଣେ ସାଧାରଣ ଲୋକ ଓ ୨୩ ଜଣ ଓକିଲ ରହିଛନ୍ତି। ପୂର୍ବରୁ ୧୫ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଗୁରୁବାର ୧୭ ଜଣ ଗିରଫ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜିଲା ଓକିଲ ସଂଘ ସଭାପତି ସୁରେଶ୍ୱର ମିଶ୍ର, କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟିର ଜିଲା ଆବାହକ ପ୍ରଦୀପ ବହିଦାର ରହିଛନ୍ତି। ସମସ୍ତ ଗିରଫ ଅଭିଯୁକ୍ତଙ୍କୁ ମେଡିକାଲରେ ପରୀକ୍ଷା କରାଇ କୋର୍ଟ ଚାଲାଣ କରାଯାଇଛି। ଆଗକୁ ମଧ୍ୟ ଗିରଫ ଜାରି ରହିବ ବୋଲି ଜଣେ ପୋଲିସ ଅଧିକାରୀ କହିଛନ୍ତି। ଅନ୍ୟପଟେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଆଳ କରି ଜିଲା ପୋଲିସର ଏଭଳି କାର୍ଯ୍ୟାନୁଷ୍ଠାନକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପୋଲିସ ବିଚାପତିମାନଙ୍କୁ ସୁରକ୍ଷା ଦେବାରେ ବିଫଳ ହେଲା। ହେଲେ ନିଜ ସମ୍ମାନ ରକ୍ଷା ପାଇଁ ଏବେ ଗିରଫ କରିଚାଲିଛି ବୋଲି ଲୋକେ ଅଭିଯୋଗ କରୁଛନ୍ତି। ଗୁରୁବାର ମଧ୍ୟ ୧୪୪ ଧାରା ବଳବତ୍ତର ରହିଥିଲା। ସହରରେ ପୋଲିସ ଅଧିକାରୀଙ୍କ ସମେତ ୨୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଥିଲେ।
ସୂଚନା ଅନୁସାରେ ସୋମବାର ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ସମ୍ବଲପୁର କଚେରି ଛକରେ ଆନ୍ଦୋଳନ ଜାରି ରହିଥିଲା। ଏହି ସମୟରେ ପୋଲିସ ବିଚାରପତିମାନଙ୍କୁ କୋର୍ଟ ପରିସରକୁ ନେଇଥିଲା। ଏହା ଜାଣିବା ପରେ ଶତାଧିକ ଆନ୍ଦୋଳନକାରୀ କୋର୍ଟ ଭିତରକୁ ଧସେଇ ପଶିଥିଲେ। ଭଙ୍ଗାରୁଜା କରିବା ସହ ବିଚାରପତିମାନଙ୍କୁ କୋର୍ଟରୁ ବାହାର କରି ଦେଇଥିଲେ। ଘଟଣାକୁ ନେଇ ସୁପ୍ରିମକୋର୍ଟ ରାଜ୍ୟ ସରକାର ଓ ପୋଲିସ ବିଭାଗକୁ ସମାଲୋଚନା କରି କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏ ସମ୍ପର୍କରେ ଏସ୍‌ପି ବାତୁଳା ଗଙ୍ଗାଧର କହିଛନ୍ତି, ଭିଡିଓ ରେକର୍ଡକୁ ଦେଖି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଆଉ କିଛିଦିନ ୧୪୪ ଧାରା ଲାଗୁ କରିବା ପାଇଁ ଜିଲା ପ୍ରଶାସନକୁ ଅନୁରୋଧ କରାଯାଇଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri