ବିଜେଡିରୁ ଇସ୍ତଫା ଦେଲେ ଜିଲା ସଭାପତି: ନବୀନଙ୍କୁ ଲେଖିଲେ ଚିଠି

ଫୁଲବାଣୀ,୨୩ା୧୦(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବିଜେଡି ସଭାପତି ଅଙ୍ଗଦ କହଁର ମଙ୍ଗଳବାର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଫୁଲବାଣୀର ପୂର୍ବତନ ବିଧାୟକ ଅଙ୍ଗଦ ଗତ ନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଟିକେଟ ପାଇ ନ ଥିଲେ। ବିଜେଡି ଅନ୍ୟ ଜଣଙ୍କୁ ପ୍ରାର୍ଥୀ କରିଥିଲା। ସେବେଠୁ ସେ ଅସନ୍ତୁଷ୍ଟ ଥିଲେ। ଦଳର ଜିଲା ସଭାପତି ଭାବେ ଦାୟିତ୍ୱ ତୁଲାଉଥିଲେ ମଧ୍ୟ ନିର୍ବାଚନରେ ସକ୍ରିୟ ନ ଥିବା ଦେଖାଯାଇଥିଲା। ମଙ୍ଗଳବାର କଳ୍ପନାଜଳ୍ପନାର ଅନ୍ତ ଘଟାଇ ଅଙ୍ଗଦ ଜିଲା ସଭାପତି ପଦରୁ ଇସ୍ତଫା ଦେଇଛନ୍ତି । ଶାରୀରିକ ଅସୁସ୍ଥତା ଦର୍ଶାଇ ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଚିଠି ପଠାଇଛନ୍ତି। ଏହି ଘଟଣାରୁ ବିଜେଡିରେ ସବୁ ଠିକ୍‌ ଚାଲି ନ ଥିବା ଆଲୋଚନା ହେଉଛି।

୨୦୨୪ ଜାନୁଆରୀ ପର୍ଯ୍ୟନ୍ତ ବରିଷ୍ଠ ନେତା ସରୋଜ କର୍ଣ୍ଣ ଜିଲା ସଭାପତି ରହିଥିଲେ। ପରେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କୁ ମାର୍ଚ୍ଚ ପର୍ଯ୍ୟନ୍ତ ଏହି ପଦବୀରେ ଅବସ୍ଥାପିତ କରାଯାଇଥିଲା। ପରବର୍ତ୍ତୀ ସମୟରେ ତାଙ୍କ ସ୍ଥାନରେ ଫୁଲବାଣୀ ବିଧାୟକ ଅଙ୍ଗଦଙ୍କୁ ଦାୟିତ୍ୱ ଦିଆଯାଇଥିଲା। ଅଙ୍ଗଦଙ୍କୁ ବିଧାୟକ ଟିକେଟରୁ ଦଳ ବାଦ ଦେଇଥିବାରୁ ନିର୍ବାଚନ ସମୟରେ ସେ ଖାପଛଡ଼ା ରହୁଥିବା ଲକ୍ଷ୍ୟ କରାଯାଇଥିଲା। ଅପରପକ୍ଷରେ ତାଙ୍କ ନେତୃତ୍ୱରେ ନିର୍ବାଚନ ଲଡ଼ି ଦଳ ଜିଲାର ୩ଟି ଆସନ ମଧ୍ୟରୁ ୨ଟି ହାତଛଡ଼ା କରିଥିଲା। କିଛି ଦିନ ଧରି ଜିଲା ସଭାପତି ପରିବର୍ତ୍ତନ ନେଇ ଗୁଞ୍ଜରଣ ଶୁଭୁଥିବା ବେଳେ ଅଙ୍ଗଦଙ୍କ ଇସ୍ତଫା ଏଥିରେ ଇନ୍ଧନ ଯୋଗାଇଛି। ଅଙ୍ଗଦଙ୍କ ଇସ୍ତଫା ପରେ ନୂଆ ସଭାପତି ନେଇ ପୁଣି ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?